Friday, June 26, 2026 08:56 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କନ୍ଧମାଳକୁ ୮୫, ଅନୁଗୁଳକୁ ୧୧୨, ଗଜପତିକୁ ୭୪ କୋଟି

ଆମ ଓଡ଼ିଶା ନବୀନ ଓଡ଼ିଶା

by Our Correspondent
06 Nov, 2023- 07:04 PM
in Latest News, News
1 min read
0
କନ୍ଧମାଳକୁ ୮୫, ଅନୁଗୁଳକୁ ୧୧୨, ଗଜପତିକୁ ୭୪ କୋଟି

ଭୁବନେଶ୍ୱର: କନ୍ଧମାଳ, ଅନୁଗୁଳ ଓ ଗଜପତି ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂ ଯୋଗେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । କନ୍ଧମାଳର ୩ ଟି ନିର୍ବାଚନମଣ୍ଡଳୀ ପାଇଁ ୮୫ କୋଟି ୫୦ ଲକ୍ଷ, ଅନୁଗୁଳର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୨ କୋଟି ୫୦ ଲକ୍ଷ ଏବଂ ଗଜପତିର ଦୁଇଟି ନିର୍ବାଚନମଣ୍ଡଳୀ ପାଇଁ ୭୪ କୋଟି ୫୦ ଲକ୍ଷ ଦିଆଯାଇଛି ।

ଏହି ଯୋଜନାରେ କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକ୍ ର ୧୭୧ ଟି ଗ୍ରାମ ପଞ୍ଚାୟତରେ ୨୦୯୯ ପ୍ରକଳ୍ପ, ଅନୁଗୁଳ ଜିଲ୍ଲାର ୮ଟି ବ୍ଲକ୍ ର ୨୨୫ ଟି ଗ୍ରାମ ପଞ୍ଚାୟତରେ ୨୭୯୬ ପ୍ରକଳ୍ପ ଏବଂ ଗଜପତି ଜିଲ୍ଲାର ୭ ଟି ବ୍ଲକ୍ ର ୧୪୯ଟି ଗ୍ରାମ ପଞ୍ଚାୟତରେ ୧୬୬୨ ଟି ପ୍ରକଳ୍ପ ହେବ ।

ଏହି କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ସଂଯୋଜନା କରିଥିଲେ ।

କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ବାଲିଗୁଡାରୁ ବୁଡ଼ାଗୁଡ଼ା ପର୍ଯ୍ୟନ୍ତ ରାସ୍ତା ପାଇଁ ୪୩.୮୭ କୋଟି, ୩ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପାଇଁ ୩୭ କୋଟି, ଜଗନ୍ନାଥ ମନ୍ଦିର, ପାଟଖଣ୍ଡ ମନ୍ଦିର, କୋଟଗଡ ଆଦିବାସୀ ହଷ୍ଟେଲ, ଆଦିବାସୀ କଲେଜ, ଲୁଡୁ ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ ଓ ଅନ୍ୟାନ୍ୟ ପ୍ରକଳ୍ପ।

ଜି ଉଦୟଗିରି ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ପ୍ରସିଦ୍ଧ ଦାରିଙ୍ଗିବାଡି ପର୍ଯ୍ୟଟନ କ୍ଷେତ୍ର ଭିତ୍ତିଭୂମୀ ପାଇଁ ୧୭.୧୧ କୋଟି, ରାଇଖୋଲ ପଞ୍ଚାୟତରେ ସେତୁ, ସାଲୁଙ୍କି ନଦୀ ଉପରେ ସେତୁ ପାଇଁ ୬ କୋଟି, ରତିଙ୍ଗିଆ ରେ ସେତୁ ପାଇଁ ୮.୮ କୋଟି, ଦୁଲିରି, ରିଶିମାଳ, କାଲିଗୁଡ଼ା ପର୍ଯ୍ୟଟନ କ୍ଷେତ୍ର ବିକାଶ, ୩ଟି ଚେକ୍ ଡ୍ୟାମ, ଓ ତିନିଟି କଲେଜ।

ଫୁଲବାଣୀ ନିର୍ବାଚନ ମଣ୍ଡଳୀରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୫.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ତିନୋଟି ବୃହତ୍ ସେତୁ ପାଇଁ ୧୬.୩୦ କୋଟି, ବରାଳ ଦେବୀ ମନ୍ଦିର ପାଇଁ ୩ କୋଟି, ଜଗନ୍ନାଥ ମନ୍ଦିର ପାଇଁ ୨.୨୧ କୋଟି, କସମ୍ ଯୋଜନାରେ revolving fund ପାଇଁ ୨ କୋଟି, ତିନିଟି ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ, ୭ ଟି check dam ପାଇଁ ୬.୫୭ କୋଟି ଓ ତିନିଟି କଲେଜ ପାଇଁ ୪ କୋଟି।

ଏହି ପରି କନ୍ଧମାଳ ଜିଲ୍ଲାର ୩ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪୮.୩୭ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଅନୁଗୁଳ ଜିଲ୍ଲାର ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪୪.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କଣିହାଁ ଠାରେ ବ୍ରାହ୍ମଣୀ ନଦୀ ଉପରେ ଏକ ବୃହତ୍ ସେତୁ ପାଇଁ ୪୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଲୋକଙ୍କ ମନୋଭାବକୁ ସମ୍ମାନ ଜଣାଇ ଏହାକୁ ପ୍ରଜା ମଣ୍ଡଳ ନେତା ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରାଯାଇଛି। ଏହା ସହିତ ସିବିଦା ଠାରୁ ଖଡକ କୁମ୍ଭାର ମାଟି ପର୍ଯ୍ୟନ୍ତ ସଡ଼କ ପାଇଁ ୪୨ କୋଟି, ପାଲଲହଡ଼ା ଫାର୍ମ ଠାରୁ ନାଇକାନିପଳି ପର୍ଯ୍ୟନ୍ତ ସଡ଼କ ପାଇଁ ୨୦.୬୦ କୋଟି, ଧଲଗଡିଆ ସିଆରିଆ ସଡ଼କ ପାଇଁ ୧୫ କୋଟି ମଞ୍ଜୁର କରାଯାଇଛି। ପବିତ୍ର ନଗର ଠାରେ ପବିତ୍ର ମୋହନ ସ୍ମୃତି ପୀଠ ପାଇଁ ୩ କୋଟି ଓ ଆଉ କେତେକ ପ୍ରକଳ୍ପ ସାମିଲ।

ତାଳଚେର ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭.୪୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଗୋପାଳ ପ୍ରସାଦ ଠାରେ ମା’ ହିଙ୍ଗୁଳା ମନ୍ଦିର ପାଇଁ ୧୫.୮୦ କୋଟି, ବଡ଼ ଗୁଣ୍ଡିରି ଗାଁରେ ଜଗନ୍ନାଥ ମନ୍ଦିର, ଗୋପାଳ ପ୍ରସାଦ ଜଗନ୍ନାଥ ମନ୍ଦିର, ଓ କେତେକ କଲେଜ। ଲୋକମତକୁ ସମ୍ମାନ ଜଣାଇ ତାଳଚେର ମେଡିକାଲ କଲେଜ କୁ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରାଯାଇଛି।

ଅନୁଗୋଳ ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୩୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ପୌରାଞ୍ଚଳରେ ଜଗନ୍ନାଥ ମନ୍ଦିର, ମା’ ବୁଢୀ ଠାକୁରାଣୀ, ଓ ଯାତ୍ରୀ ନିବାସ, ମନ୍ଦର ଗିରି ପର୍ଯ୍ୟଟନ ପ୍ରକଳ୍ପ, ଅଙ୍ଗରା ବନ୍ଧ ଅଲେଖ ମହିମା ଧାମ, ପଞ୍ଚ ଶ୍ରୀ କ୍ଷେତ୍ର, ଓ ତିନିଟି କଲେଜ ରହିଛି । ଏହା ସହିତ ବନ୍ତଲାରେ ହାତୀ ମଣିଷ ଲଢେଇ ରୋକିବା ପାଇଁ ୪.୬୪ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ସାମିଲ।

ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୯୩ କୋଟି ମଞ୍ଜୁର ହୋଇ ପାରିବ। ଏଥିରେ ଛେଣ୍ଡିପଦା ହସପିଟାଲକୁ ଆମ ହସ୍ପିଟାଲ ରେ ପରିଣତ କରିବା ପାଇଁ ୩.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ମା’ ରାମଚଣ୍ଡୀ ପୀଠ, ଖମ୍ବେଶ୍ୱରୀ ପୀଠ, ହନୁମାନ ବାଟିକା ଓ ଦୁଇଟି କଲେଜ ର ଉନ୍ନତି କରଣ ରହିଛି।

ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ୧୦ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଦେଉଳ ଝରି ବାବା ସିଦ୍ଧେଶ୍ୱର ମହାଦେବ ମନ୍ଦିର ପାଇଁ ୪.୨୦ କୋଟି, ବିନିକେୟୀ ମନ୍ଦିର ପାଇଁ ୨.୬୩ କୋଟି, କିଶୋର ନଗର ସନ୍ଥ କବି ଭୀମ ଭୋଇ ପୀଠ, ମା’ ମାହେଶ୍ୱରୀ ପୀଠ, ଜଗନ୍ନାଥ ଓ ମଦନ ମୋହନ ମନ୍ଦିର, କୁଡ଼ାଗାଁ ବହୁମୁଖି ବନ୍ୟା ଆଶ୍ରୟ ସ୍ଥଳ ଓ ଟିକରପଡ଼ା ବନ୍ୟା ଆଶ୍ରୟ ସ୍ଥଳ ପାଇଁ ୫.୪୬ କୋଟି, ଏବଂ ତିନିଟି ଡ଼ିଗ୍ରୀ କଲେଜ ରହିଛି। ଏହି ପରି ଅଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯୨.୦୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଗଜପତି ଜିଲ୍ଲାର ମୋହନା ନିର୍ବାଚନ ମଣ୍ଡଳୀରେ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୫.୨୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଛେଳିଗଡ ଜଳସେଚନ ପ୍ରକଳ୍ପର ପାରିପାର୍ଶ୍ୱିକ ଉନ୍ନତିକରଣ। ଏଥିପାଇଁ ୧୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିରେ ଫଳ ଓ ପନିପରିବା ପ୍ରକ୍ରିୟାକରଣ ୟୁନିଟ, Tribal Park, ଗ୍ରାମାଞ୍ଚଳ ବଜାର କେନ୍ଦ୍ର, ପର୍ଯ୍ୟଟନ ପ୍ରକଳ୍ପ, ଲିଙ୍ଗୋଦରା ଶିବ ମନ୍ଦିର ଉନ୍ନତିକରଣ, ୫ଟି ଲାଇବ୍ରେରୀ, କପିଳେଶ୍ୱର ଶିବ ମନ୍ଦିର ଓ ଛେଳିଗଡ ଶିବ ମନ୍ଦିର ପରିସର ଉନ୍ନତିକରଣ ଇତ୍ୟାଦି। ଜିରାଙ୍ଗ ବୌଦ୍ଧ ପୀଠ ପାଇଁ ୨.୬୮ କୋଟି ଟଙ୍କା, ମାଙ୍କଡଡିଆଁ ଜଳପ୍ରପାତ ପର୍ଯ୍ୟଟନ କ୍ଷେତ୍ର ସମେତ ୭ଟି ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ ସାମିଲ ହୋଇଛି। ଏହ ଦ୍ୱାରା ପର୍ଯ୍ୟଟନ ଶିଳ୍ପର ବ୍ୟାପକ ପ୍ରସାର ହେବ। ନୂଆଗଡରେ ୩ଟି ST Hostel ଓ ୨ଟି ST Girls Hostel ପାଇଁ ୧୮ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ପ୍ରକଳ୍ପ ସାମିଲ ହୋଇଛି।

ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭୮.୮୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଗୁମାଠାରେ ଏକ ନୂଆ ସରକାରୀ ଡିଗ୍ରୀ କଲେଜ ଓ ଗୁମା ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ଉନ୍ନିତ କରିବା ପାଇଁ ଅନୁମୋଦନ କରାଯାଇଛି। ପାରଳାଖେମୁଣ୍ଡି ବାଇପାସ୍ ରୋଡ ପାଇଁ ୫୪ କୋଟି ଟଙ୍କା ମଞ୍ଜୁର ହୋଇଛି। ୩ଟି ପୁଷ୍କରିଣୀର ଉନ୍ନତିକରଣ, ଜିଲ୍ଲା ସଂସ୍କୃତି ଭବନର ଉନ୍ନତିକରଣ, ଟାଉନ୍ ହଲ୍ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ ଓ ସ୍କଲ କଲେଜର ଉନ୍ନତିକରଣ ରହିଛି।

ଏହିପରି ଗଜପତି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୪.୦୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

୩ଟି ଜିଲ୍ଲାରେ ସମୁଦାୟ ୧୧୮ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୬୪.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତି ରଜନୀ କାନ୍ତ ସିଂହ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ମହେଶ ସାହୁ, ସାଂସଦ ଡଃ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ  ଚକ୍ରମଣି କହଁର, ସାଲୁଗା ପ୍ରଧାନ, ଅଙ୍ଗଦ କହଁର, ବ୍ରଜ କିଶୋର ପ୍ରଧାନ, ମୁକେଶ ପାଲ୍, ସୁଶାନ୍ତ ବେହେରା, ରମେଶ ଚନ୍ଦ୍ର ସାଇ, ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।

Previous Post

ମୟୁରଭଞ୍ଜକୁ ୯୦, ସମ୍ବଲପୁରକୁ ୬୯, ମାଲକାନଗିରିକୁ ୫୫ କୋଟି

Next Post

ସୋଆ ପକ୍ଷରୁ ଆରମ୍ଭ ହେଲା ଭାଷାକେନ୍ଦ୍ର

Next Post
ସୋଆ ପକ୍ଷରୁ ଆରମ୍ଭ ହେଲା ଭାଷାକେନ୍ଦ୍ର

ସୋଆ ପକ୍ଷରୁ ଆରମ୍ଭ ହେଲା ଭାଷାକେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA