Saturday, June 27, 2026 06:56 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାୟଗଡ଼ା,ଝାରସୁଗୁଡ଼ା ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’

ରାୟଗଡ଼ା ପାଇଁ ୯୧ କୋଟି, ଝାରସୁଗୁଡ଼ା ପାଇଁ ୩୯ କୋଟି

by Our Correspondent
30 Oct, 2023- 09:01 PM
in Latest News, News
1 min read
0
ରାୟଗଡ଼ା,ଝାରସୁଗୁଡ଼ା ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ରାୟଗଡ଼ା ଓ ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଛି । ଆଜି କାର୍ଯ୍ୟକ୍ରମର ଷଷ୍ଠ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଯୋଗେ ଏହାର ଶୁଭାରମ୍ଭ କରିଛନ୍ତି । ଏଥିରେ ରାୟଗଡ଼ା ଜିଲ୍ଲାର ୩ ଟି ନିର୍ବାଚନମଣ୍ଡଳୀକୁ ୯୧ କୋଟି ଏବଂ ଝାରସୁଗୁଡ଼ା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀକୁ ୩୯ କୋଟି ମଞ୍ଜୁର ହୋଇଛି ।

ରାୟଗଡ଼ା ଜିଲ୍ଲାର ରାୟଗଡ଼ା, ଗୁଣୁପୁର ଓ ବିଷମକଟକ ନିର୍ବାଚନମଣ୍ଡଳୀରେ ୧୧ଟି ବ୍ଲକ୍‌‌ର ୧୮୨ଟି ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ ହେବ। ସେହିପରି ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ା ଓ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରେ ୫ଟି ବ୍ଲକ୍‌ର ୭୮ଟି ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ।  ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କସ୍ ହବ୍ ହେବ । ବ୍ୟାଙ୍କିଙ୍ଗ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।  ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ । ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ୱଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।

ରାୟଗଡ଼ା ଜିଲ୍ଲାର ରାୟଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୪.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ମଝିଘରିଆଣୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ, ରାୟଗଡ଼ା ଜଗନ୍ନାଥ ମନ୍ଦିରର ଉନ୍ନତିକରଣ, କାଶିପୁର କୁମାଖାଲରେ ୧୨୦ ଆସନ ବିଶିଷ୍ଟ ଏକ ହଷ୍ଟେଲ, ରାୟଗଡ଼ା ମଡେଲ ଡିଗ୍ରୀ କଲେଜ, ରାୟଗଡ଼ା ଅଟୋନମସ୍ କଲେଜ ଆଦିର ଉନ୍ନତିକରଣ ।

ବିଷମକଟକ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୮.୫୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚଟିକଣା ଶିବ ମନ୍ଦିରର ଉନ୍ନତିକରଣ, ନେଳିଆ ବନ୍ଧର ସୌନ୍ଦର୍ଯ୍ୟକରଣ ଓ ବିକାଶ, ଖଜୁରୀ ଗାଁ ଗଡଗଡା ଜଳପ୍ରପାତ ପର୍ଯ୍ୟଟନ କ୍ଷେତ୍ରର ବିକାଶ।

ଗୁଣୁପୁର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୨.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାମେଶ୍ୱର ମହାଶମ୍ଭୁ ଶିବ ମନ୍ଦିରର ଉନ୍ନତିକରଣ, ମାତରବନମ ସଉରା ମନ୍ଦିରର ସୌନ୍ଦର୍ଯ୍ୟକରଣ, ବଂଶଧାରା ନଦୀ ଉପରେ ସେତୁ ।

ଏହିପରି ଜିଲ୍ଲାରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୬.୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୪୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨.୭୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଲାଇକେରାସ୍ଥିତ ଜଂଘାଲିଙ୍ଗ ମନ୍ଦିର । ଝାରସୁଗୁଡ଼ାର ଗଣ୍ଡ ସମାଜ ପାଇଁ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ୫୦ ଡେସିମିଲ ଜମି ଦିଆଯାଇଛି।

ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୮ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୮.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ।

ସେହିପରି ହୀରାକୁଦ ବିସ୍ଥାପିତମାନଙ୍କ ପାଇଁ ଦୀର୍ଘ ବର୍ଷର ସମସ୍ୟାକୁ ସମାଧାନ କରି ରାଜ୍ୟ ସରକାର ସେମାନଙ୍କୁ ଜମି ପଟ୍ଟା ଦେବାର ବ୍ୟବସ୍ଥା କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ୧୮୦୦ରୁ ଅଧିକ ପରିବାରକୁ ୩୧୩୦ ଏକରରୁ ଅଧିକ ଜମି ପାଇଁ ପଟ୍ଟା ଯୋଗାଇଦିଆଯିବ। ଫେବୃଆରୀ ସୁଦ୍ଧା ସମସ୍ତଙ୍କୁ ପଟ୍ଟା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ଜିଲ୍ଲାରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଜଗନ୍ନାଥ ସାରକା, ବିଧାୟକ ମକରନ୍ଦ ମୁଦୁଲି, ବିଧାୟକ ରଘୁନାଥ ଗମାଙ୍ଗୋ, ବିଧାୟିକା ଦୀପାଳି ଦାସ, ବିଧାୟିକା ଶ୍ରୀମତୀ ଅଳକା ମହାନ୍ତିଙ୍କ ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।

Previous Post

ଓଡ଼ିଶା ଆସିଲେ ନୂଆ ରାଜ୍ୟପାଳ

Next Post

ଶପଥ ନେଲେ ନୂଆ ରାଜ୍ୟପାଳ

Next Post
ଶପଥ ନେଲେ ନୂଆ ରାଜ୍ୟପାଳ

ଶପଥ ନେଲେ ନୂଆ ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA