Monday, June 29, 2026 07:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ଆମ ଓଡିଶା ନବୀନ ଓଡିଶା’: ପୁରୀ ଓ ନୟାଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପୁରୀ ପାଇଁ ୧୩୪ କୋଟି, ନୟାଗଡ ପାଇଁ ୯୭ କୋଟି

by Our Correspondent
13 Oct, 2023- 09:44 PM
in Latest News, News
1 min read
0
‘ଆମ ଓଡିଶା ନବୀନ ଓଡିଶା’: ପୁରୀ ଓ ନୟାଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୪ କୋଟି ଟଙ୍କା ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  କହିଥିଲେ ଯେ ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ। ଏହି ସମନ୍ବୟରେ ଗାଁ ଗାଁ ରେ ଆସିବ ସମୃଦ୍ଧି। ଏହି ହେଉଛି ଏକବିଂଶ ଶତାଦ୍ଦୀର ଓଡିଶା ପାଇଁ ଆମର ସଂକଳ୍ପ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ପୁରୀର ୬ଟି ନିର୍ବାଚନମଣ୍ଡଳୀ ଓ ନୟାଗଡର ୪ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପୁରୀର ୬ଟି ନିର୍ବାଚନ ମଣ୍ଡଳୀର ୨୬୮ଟି ଗ୍ରାମ ପଞ୍ଚାୟତର ୪୧୩୦ଟି ପ୍ରକଳ୍ପ ପାଇଁ ୧୩୪ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ନୟାଗଡ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀର ୧୯୪ଟି ଗ୍ରାମ ପଞ୍ଚାୟତର ୨୯୨୪ଟି ପ୍ରକଳ୍ପ ପାଇଁ ୯୭ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

5T ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ ତୃଷାରକାନ୍ତି ବେହେରା, ବିଧାୟକ ସମୀର ରଞ୍ଜନ ଦାଶ, ବିଧାୟକ ରୁଦ୍ରପ୍ରତାପ ମହାରଥୀ, ବିଧାୟକ  ଉମାକାନ୍ତ ସାମନ୍ତରାୟ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । ନୟାଗଡ ଜିଲ୍ଲା କାର୍ଯ୍ୟକ୍ରମରେ ବିଧାୟକ ସତ୍ୟନାରାୟଣ ପ୍ରଧାନ, ରମେଶ ଚନ୍ଦ୍ର ବେହେରା ଓ ଡଃ ଅରୁଣ କୁମାର ସାହୁଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ ଓ ସରପଞ୍ଚମାନେ ଯୋଗ ଦେଇ ମତାମତ ରଖିଥିଲେ। 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।

ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ପୁରୀ ଜିଲ୍ଲାର ୧୦ଟି ମନ୍ଦିର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ୧୪ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହା ହେଲା ବ୍ରହ୍ମଗିରି ଅଞ୍ଚଳର ଭାବକୁଣ୍ଡଳେଶ୍ବର ମନ୍ଦିର ପାଇଁ ୧.୩ କୋଟି, କମଳେଶ୍ବର ଦେବ ମନ୍ଦିର ପାଇଁ ୧.୯୮ କୋଟି, ନିମାପଡା ଜଟେଶ୍ବର ଦେବ ମନ୍ଦିର ପାଇଁ ୧.୪୬ କୋଟି, ସୋମନାଥ ମନ୍ଦିର ପାଇଁ ୧.୪୫ କୋଟି, ଅମରେଶ୍ବର ମନ୍ଦିର ପାଇଁ ୧.୪୪ କୋଟି, ପିପିଲି ଅଞ୍ଚଳରେ କୁରୁକ୍ଷେଶ୍ବର ମନ୍ଦିର ପାଇଁ ୧ କୋଟି, ଅରଗଡ ବୌଦ୍ଧପୀଠ ପାଇଁ ୧ କୋଟି, ଗୋପୀନାଥ ମନ୍ଦିର ପାଇଁ ୩ କୋଟି, ସତ୍ୟବାଦୀର ବରାଳ ବାଲୁଙ୍କେଶ୍ବର ମନ୍ଦିର ପାଇଁ ୮୮ ଲକ୍ଷ ଓ ତୃତୀୟ ଦେବ ମନ୍ଦିର ପାଇଁ ୮୫ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି। ସେହିପରି ନୟାଗଡ ଜିଲ୍ଲାରେ ୧୧ଟି ମନ୍ଦିରର ଉନ୍ନତିକରଣ ପାଇଁ ୩୫ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଏହା ହେଲା ରଣପୁର ଅଞ୍ଚଳର ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ୪.୬୦ କୋଟି, ମା ମଣିନାଗ ମନ୍ଦିର ପାଇଁ ୩ କୋଟି, ତଳମଣିନାଗ ମନ୍ଦିର ପାଇଁ ୨ କୋଟି, ଲଡୁବାବା ମନ୍ଦିର ପାଇଁ ୫ କୋଟି, ଦଶପଲ୍ଲାର ମହାବୀରଜୀଉ ମନ୍ଦିର ପାଇଁ ୪.୫୦ କୋଟି, ସ୍ବପ୍ନେଶ୍ବର ମହାବୀର ମନ୍ଦିର ପାଇଁ ୫ କୋଟି, ନୟାଗଡ ଅଞ୍ଚଳର ଶ୍ରୀ ଜଗନ୍ନାଥ ମନ୍ଦିର ପାଇଁ ୨.୭୭ କୋଟି, ଦକ୍ଷିଣକାଳୀ ମନ୍ଦିର ପାଇଁ ୩.୫୦ କୋଟି, ରଘୁନାଥ ଜୀଉ ମନ୍ଦିର ପାଇଁ ୩.୫୦ କୋଟି, ଦ୍ୟୁତିକେଶ୍ବର ମନ୍ଦିର ପାଇଁ ୧ କୋଟି ଓ ଧବଳେଶ୍ବର ମନ୍ଦିର ପାଇଁ ୬୧ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ, ତାଳଦଣ୍ଡା କେନାଲ ଆଦି ପ୍ରମୁଖ ରୂପାନ୍ତର କାର୍ଯ୍ୟକ୍ରମର ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହି ରୂପାନ୍ତର ନବୀନ ଓଡିଶାର ଗୋଟିଏ ଗୋଟିଏ ନମୁନା ବୋଲି 5T ସଚିବ ମତ ଦେଇଥିଲେ। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ମାଲକାନଗିରିରୁ ଗଡ଼ିଲା ‘ଲକ୍ଷ୍ମୀ ବସ୍’

Next Post

ଅପରାଜିତା ଷଡ଼ଙ୍ଗୀଙ୍କ ଦାଦାଗିରି !

Next Post
ଅପରାଜିତା ଷଡ଼ଙ୍ଗୀଙ୍କ ଦାଦାଗିରି !

ଅପରାଜିତା ଷଡ଼ଙ୍ଗୀଙ୍କ ଦାଦାଗିରି !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA