Friday, June 26, 2026 03:12 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଗଞ୍ଜାମ ଜିଲ୍ଲାକୁ ୨୫୧ କୋଟି, ୫୭୦୬ ପ୍ରକଳ୍ପ

ଗଞ୍ଜାମ ଓ ସୁବର୍ଣ୍ଣପୁରରେ 'ଆମ ଓଡ଼ିଶା ନବୀନ ଓଡ଼ିଶା'

by Our Correspondent
02 Nov, 2023- 07:39 PM
in Latest News, News
1 min read
0
ଗଞ୍ଜାମ ଜିଲ୍ଲାକୁ ୨୫୧ କୋଟି, ୫୭୦୬ ପ୍ରକଳ୍ପ

ଭୁବନେଶ୍ୱର: ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂ ଯୋଗେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଗଞ୍ଜାମ ଜିଲ୍ଲାର ୧୨ଟି ନିର୍ବାଚନମଣ୍ଡଳୀକୁ ୨୫୧ କୋଟି ୫୦ ଲକ୍ଷ ମିଳିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାର ଦୁଇଟି ନିର୍ବାଚନମଣ୍ଡଳୀ ପାଇଁ ମିଳିଛି ୫୪ କୋଟି ୫୦ ଲକ୍ଷ ଟଙ୍କା ।

ଏହି ଯୋଜନାରେ ଗଞ୍ଜାମ ଜିଲ୍ଲାରେ ୨୨ଟି ବ୍ଲକ୍ ର ୫୦୩ ଗ୍ରାମ ପଞ୍ଚାୟତରେ ୫୭୦୬ଟି ପ୍ରକଳ୍ପ ହେବ । ସେହିଭଳି ସୁବର୍ଣ୍ଣପୁର ଜିଲ୍ଲାରେ ୬ଟି ବ୍ଲକ୍ ର ୧୦୯ଟି ଗ୍ରାମ ପଞ୍ଚାୟତରେ ୧୪୧୯ ଟି ପ୍ରକଳ୍ପ କରାଯିବ ।

ଏହି କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ସଂଯୋଜନା କରିଥିଲେ ।

ଶ୍ରୀ ପାଣ୍ଡିଆନଙ୍କ ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଜଗନ୍ନାଥ ମନ୍ଦିର, ମା’ ବ୍ୟାଘ୍ରଦେବୀ ମନ୍ଦିର ଓ ଗୋଚ୍ଛାବାଡୀ ଜଗନ୍ନାଥପ୍ରସାଦଠାରେ ଥିବା ଧବଳେଶ୍ୱର ମନ୍ଦିର। ଏହା ସହିତ କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଡିଗ୍ରୀ ଓ ଜୁନିଅର କଲେଜ ଏବଂ ସାବିତ୍ରୀ ମହିଳା ଡିଗ୍ରୀ ଓ ଜୁନିଅର କଲେଜ ମଧ୍ୟ ସାମିଲ।

ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀ ମନ୍ଦିର, ସୁନ୍ଦେରଶ୍ୱର ମନ୍ଦିର ଓ ବଟେଶ୍ୱର ମହାଦେବ ମନ୍ଦିର। ଏହା ସହିତ ୨ଟି ଡିଗ୍ରୀ ଓ ଜୁନିଅର କଲେଜ ମଧ୍ୟ ସାମିଲ।

ଖଲିକୋଟ ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ନାରାୟଣୀ ମନ୍ଦିର ଓ ତୁମ୍ବେଶ୍ୱର ମନ୍ଦିର। ଏହା ସହିତ କେଶପୁର ଡିଗ୍ରୀ ଓ ଜୁନିଅର କଲେଜ, ରାମଚନ୍ଦ୍ର ମର୍ଦ୍ଦରାଜ ବିଜ୍ଞାନ ଡିଗ୍ରୀ ଓ ଜୁନିଅର କଲେଜ ସାମିଲ।

ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୬୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ନିଜବାଙ୍କେଶ୍ୱରୀ ମନ୍ଦିର, ମହୁରୀକାଲିଆ ମନ୍ଦିର। ଏହା ସହିତ ୨ଟି କଲେଜ ସାମିଲ।

ସୋରଡା ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ୨ଟି ମନ୍ଦିର ଓ ୨ଟି କଲେଜ। ଏହା ସହିତ ସୋରଡାର ଜଳଭଣ୍ଡାର ବିସ୍ଥାପିତ ଲୋକଙ୍କ ଦୀର୍ଘ ଦିନର ଜମି ସମସ୍ୟା ସମ୍ପର୍କରେ ଆଲୋକପାତ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ଏହି ସବୁ ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି କରାଯାଇଛି। ବିସ୍ଥାପିତଙ୍କୁ ଚାଷଜମି ଘରଡିହ ଯୋଗାଇ ଦିଆଯିବ। ୯୬୧ ଘରଡିହ ଜମି ସମସ୍ୟାର ସମାଧାନ କରାଯାଇଛି ଏବଂ ୧୭ ଏକର ୬୨୮ ଡେସିମିଲ ଜମି ଘରଡିହ ଆକାରରେ ଖୁବ ଶିଘ୍ର ଦିଆ ଯିବ। ଏହା ସହିତ ଚାଷଜମି ପାଇଁ ୩୦୦ ଆବେଦନର ସମାଧାନ ହୋଇସାରିଛି, ବାକି ଖୁବ ଶିଘ୍ର ସମାଧାନ ହେବ।

ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରତନେଇ ମନ୍ଦିର, ଧରାକୋଟ ଜଗନ୍ନାଥ ମନ୍ଦିର ଏବଂ ୨ଟି କଲେଜ ।

ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୫୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ନୂଆଗଡ ଧବଳେଶ୍ୱର ମନ୍ଦିର, ରଙ୍ଗେଇଲୁଣ୍ଡା ପଞ୍ଚମା ଗଣେଶ ମନ୍ଦିର, ରଙ୍ଗେଇଲୁଣ୍ଡା ସିଦ୍ଧଭୌରବୀ ମନ୍ଦିର ଏବଂ ଗୋପାଳପୁର କଲେଜ ଓ ରାମନାରାୟଣ କଲେଜ।

ଆସ୍କା ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା ଖମ୍ବେଶ୍ୱରୀ ମନ୍ଦିର ଓ ଶାଳବଣ ସିଦ୍ଧେଶ୍ୱର ମନ୍ଦିର ଏବଂ ଆସ୍କା ବିଜ୍ଞାନ କଲେଜ ଓ ନିରଞ୍ଜନ ସରକାରୀ ମହିଳା କଲେଜ।

ଚିକିଟି ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଭୌରବୀ ଚଞ୍ଚଡ ମନ୍ଦିର ଓ ବାଳକୁମାରୀ ମନ୍ଦିର ଏବଂ ୨ଟି କଲେଜ।

ହିଞ୍ଜିଳିକାଟୁ ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୮.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବୁରୁପଦା ମା’ ଶ୍ୟାମଳାଇ ମନ୍ଦିର ଓ ଖରିଡା ମା’ କୋରେଇଶୁଣି ମନ୍ଦିର। ଏହା ସହିତ ସମରଝୋଳା ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ ସହିତ ବୋଟିଂ ସୁବିଧା, ହିଞ୍ଜିଳିକାଟୁ ସ୍ୱୟଂଚାଳିତ ବିଜ୍ଞାନ ଡିଗ୍ରୀ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ହିଞ୍ଜିଳିକାଟୁ ବିଜ୍ଞାନ କଲେଜର ନୂଆ ଏକାଡେମିକ୍ ବ୍ଲକ ନିର୍ମାଣ, ଉଦୟପ୍ରତାପ ବିଜ୍ଞାନ କଲେଜର ଉନ୍ନତୀକରଣ ଓ ନୂଆ ଏକାଡେମିକ୍ ବ୍ଲକ ଏବଂ ସରକାରୀ ଆଇ.ଟି.ଆଇ।

ପୋଲସରା ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପୋଲସରା ମର୍ଦ୍ଦ ଜଗନ୍ନାଥ ମନ୍ଦିର, ବୁଗୁଡା ବୁଦ୍ଧଖୋଲ ମନ୍ଦିର, ବୁଗୁଡା ସାଙ୍କୁଲେଇ ମନ୍ଦିର ଏବଂ ବୁଗୁଡା ଓ ପୋଲସରାର ୨ଟି କଲେଜ।

କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୧୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି କବିସୂର୍ଯ୍ୟନଗର ଆଠଗଡ ଜଗନ୍ନାଥ ମନ୍ଦିର, ପୁରୁଷୋତ୍ତମପୁର ଗୁପ୍ତେଶ୍ୱର ମନ୍ଦିର, ବେଗୁନିଆପଦା ସଦ୍ଧେଶ୍ୱର ମନ୍ଦିର ଏବଂ କବିସୂର୍ଯ୍ୟ ବଳଦେବ ବିଜ୍ଞାନ କଲେଜ।

ଏହି ପରି ଗଞ୍ଜାମ ଜିଲ୍ଲାର ୧୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୫୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୨.୧୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଗୋଧନେଶ୍ୱର ଓ ଖଇରମାଲଠାରେ ୨ଟି Instream Storage Structure । ଗୋଧନେଶ୍ୱର I.S.S. ପାଇଁ ୧୦୨୪ କୋଟି ଟଙ୍କା ମଞ୍ଜୁର ହୋଇଥିବେ ବେଳେ, ଏଥିରେ ୧.୮୦ ଲକ୍ଷ ଲୋକ ଉପକୃତ ହେବେ। ସେହିପରି ଖଇରମାଲ I.S.S. ପାଇଁ ୯୨୫.୫୯ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ୧.୭୦ ଲକ୍ଷ ଲୋକ ଉପକୃତ ହେବେ। ଏହି ସହିତ ଗୁରୁତ୍ୱପୂର୍ଣ୍ଣ ପାତାଳି ଶ୍ରୀକ୍ଷେତ୍ରର ଉନ୍ନତୀକରଣ ପାଇଁ ୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହ ସହିତ ପାପକ୍ଷୟ ଘାଟ, ମା’ ମେଟାକାଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ, ବୀରମହାରାଜପୁର ଡିଗ୍ରୀ କଲେଜ, ହାଅର ସେକେଣ୍ଡାରୀ କଲେଜ, ଉଲୁଣ୍ଡାରୁ କୋଟସମଲାଇ ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତିକରଣ ଓ ସାନ ସାମୁରାରୁ ଭୀମଟିକରା ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତିକରଣ ରହିଛି। ଏହି ୨ଟି ସଡକ ଯୋଗୁ ୮୦ ହଜାର ଲୋକ ଉପକୃତ ହେବେ।

ସୁବର୍ଣ୍ଣପୁର ନିର୍ବାଚନ ମଣ୍ଡଳୀରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୭.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସୁବର୍ଣ୍ଣମେରୁ ମନ୍ଦିର, ସୁରେଶ୍ୱରୀ ମନ୍ଦିର । ଏହି ୨ଟି ମନ୍ଦିରକୁ ବର୍ଷକୁ ୧ ଲକ୍ଷ ଲୋକ ଆସିବେ। ସେହିପରି ଭୀମଭୋଇ ସମାଧୀ ପୀଠର ଉନ୍ନତିକରଣ ପରେ ବର୍ଷକୁ ୩୦ ହଜାର ଭକ୍ତ ଆସିବାର ସମ୍ଭାବନା ରହିଛି । ଏହା ସହିତ ସୁବର୍ଣ୍ଣମେରୁ- ରାମେଶ୍ୱର- ସୁରେଶ୍ୱରୀ Temple Circuitର ମଧ୍ୟ ବିକାଶ କରାଯିବ। ଏଥି ପାଇଁ ୫.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଉନ୍ନତିକରଣ ପରେ ବର୍ଷକୁ ୧ .୨୦ ଲକ୍ଷ ଲୋକ ପରିଦର୍ଶନ କରିବାର ସମ୍ଭାବନା ରହିଛି। ଡୁଙ୍ଗୁରିପାଲ୍ଲିର ପୂଜାଡୁଙ୍ଗୁରି, ତରଭାର ବରପାହାଡ ପୀଠ ଆଦି ସ୍ଥାନର ଉନ୍ନତିକରଣ ରହିଛି।

ଏହି ପରି ସୁବର୍ଣ୍ଣପୁର ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦୫୯.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହିପରି ୨ଟି ଜିଲ୍ଲାରେ ସମୁଦାୟ ୭୬ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧୮୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ ଅମାତ, ଶ୍ରୀମତୀ ଉଷା ଦେବୀ, ନିରଞ୍ଜନ ପୂଜାରୀ, ବିଧାୟକ ସୁବାସ  ବେହେରା, ଶ୍ରୀମତୀ ସୂର୍ଯ୍ୟମଣୀ ବୈଦ, ମଞ୍ଜୁଳା ସ୍ୱାଇଁ, ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ଶ୍ରାକାନ୍ତ ସାହୁ, ଶ୍ରୀମତୀ ଲତିକା ପ୍ରଧାନ, ପଦ୍ମନାଭ ବେହେରାଙ୍କ ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।

Previous Post

ସଞ୍ଜୟଙ୍କ ଗୁରୁତ୍ୱ ଫେରିଲା, ପ୍ରତାପଙ୍କ ଉପରେ ବିଶ୍ୱାସ ଅତୁଟ

Next Post

ମହିଳା ସାମ୍ବାଦିକଙ୍କୁ ପ୍ରଯୋଜକ ଟୁଟୁ ନାୟକଙ୍କ ମାଡ଼ ଅଭିଯୋଗ

Next Post
ମହିଳା ସାମ୍ବାଦିକଙ୍କୁ ପ୍ରଯୋଜକ ଟୁଟୁ ନାୟକଙ୍କ ମାଡ଼ ଅଭିଯୋଗ

ମହିଳା ସାମ୍ବାଦିକଙ୍କୁ ପ୍ରଯୋଜକ ଟୁଟୁ ନାୟକଙ୍କ ମାଡ଼ ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA