Tuesday, May 26, 2026 10:08 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୦ ଦିନ ମଧ୍ୟରେ କୋଭିଡ୍ ହସ୍ପିଟାଲ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ମୁକାବିଲା ସମୀକ୍ଷା

by Our Correspondent
04 Jan, 2022- 08:22 PM
in Latest News, News
1 min read
0
୧୦ ଦିନ ମଧ୍ୟରେ କୋଭିଡ୍ ହସ୍ପିଟାଲ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ପୁଣି ବଢ଼ିବା ଆରମ୍ଭ ହୋଇଛି । ୪ ଦିନ ତଳେ ପଜିଟିଭ୍ ସଂଖ୍ୟା ୨୦୦ ଭିତରେ ସୀମିତ ଥିଲା ବେଳେ ଆଜି ୬୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଓମିକ୍ରନ୍ ମାମଲା ବି ବଢ଼ିଗଲାଣି । ଦିଲ୍ଲୀ, ମୁମ୍ବାଇ, କୋଲକତା ଭଳି ଦେଶରେ ବଡ଼ ବଡ଼ ସହରରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଥିବା ଆଶଙ୍କା କରାଯାଉଥିବା ବେଳେ ଓଡ଼ିଶାରେ ସେହି ସ୍ଥିତି ଆସନ୍ନ ବୋଲି କୁହାଯାଉଛି । ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ମଧ୍ୟ ଜୋରଦାର ହୋଇଛି । ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ଏକ ବୈଠକରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଥିଲେ । ଆଜି ଦ୍ୱିତୀୟ ବୈଠକରେ ମୁଖ୍ୟମନ୍ତ୍ରୀ କୋଭିଡ୍ ସ୍ଥିତି ସମୀକ୍ଷା କରି ପ୍ରସ୍ତୁତି ତ୍ୱରାନ୍ୱିତ ଉପରେ ଗୁରୁତ୍ୱ ଦେଇଥିଲେ । ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ତଥା ବେସରକାରୀ କୋଭିଡ୍ ହସ୍ପିଟାଲ୍ ଗୁଡ଼ିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ୱିତୀୟ ଲହରର ସର୍ବୋଚ୍ଚ ସ୍ତରରେ ଆବଶ୍ୟକ ହୋଇଥିବା ଶଯ୍ୟା ଓ ଆଇସିୟୁ ଅନୁରୂପ ସଂଖ୍ୟାରେ ପ୍ରସ୍ତୁତ କରି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ।

ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ।

ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ହୋଇଥିଲା । ଏଗୁଡିକର କାର୍ଯ୍ୟାନ୍ୱୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଗତ ଲହରୀ ସମୟରେ ଅକ୍‌ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। 

ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ନିବେଦନ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ ପ୍ରସ୍ତୁତ କରାଯିବ ବୋଲି ସେ ସୂଚନା ଦେଇଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍‌ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ।

ପୋଲିସ ଡିଜି ସୁନୀଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ କଟକଣା ପାଳନ ସମୟରେ ଘର ଭିତର ଓ ବାହାରେ ଲୋକଙ୍କ ଭିଡ ଉପରେ ନଜର ରଖିବା ପାଇଁ ମତ ଦେଇଥିଲେ। ଯେଉଁ ପଦକ୍ଷପ ଦ୍ୱାରା କୋଭିଡ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା ଉପରେ ଧ୍ୟାନ ଦେବାକୁ ସେ କହିଥିଲେ ।

ବୈଠକରେ ସୁନ୍ଦରଗଡ, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ବର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ ।

ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ ।

Previous Post

ଦିବ୍ୟଜ୍ୟୋତି ପରିଡ଼ା ସମ୍ବଲପୁର ଜିଲ୍ଲାପାଳ

Next Post

ରାତି ୯ଟାରୁ ନାଇଟ୍ କର୍ଫ୍ୟୁ , ସ୍କୁଲ ବନ୍ଦ

Next Post
ରାତି ୯ଟାରୁ ନାଇଟ୍ କର୍ଫ୍ୟୁ , ସ୍କୁଲ ବନ୍ଦ

ରାତି ୯ଟାରୁ ନାଇଟ୍ କର୍ଫ୍ୟୁ , ସ୍କୁଲ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA