Monday, June 29, 2026 07:22 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ

'ଆମ ଓଡିଶା ନବୀନ ଓଡିଶା' କାର୍ଯ୍ୟକ୍ରମର ଶୁଭାରମ୍ଭ

by Our Correspondent
10 Oct, 2023- 06:29 PM
in Latest News, News
1 min read
0
ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କର ମହତ୍ତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଆଜିଠାରୁ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ୱ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କସ୍ ହବ୍ ହେବ । ବ୍ୟାଙ୍କିଙ୍ଗ୍ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ୱରାନ୍ୱିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।

୫-ଟି ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ୱଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ପୂର୍ବତନ ପୁଲିସ ଡିଜି ଶରତ ମିଶ୍ରଙ୍କ ପରଲୋକ

Next Post

ବାହାନଗା ଟ୍ରାଜେଡି: ୧୩୦ ଦିନ ପରେ ଶବ ସତ୍କାର

Next Post
ବାହାନଗା ଟ୍ରାଜେଡି: ୧୩୦ ଦିନ ପରେ ଶବ ସତ୍କାର

ବାହାନଗା ଟ୍ରାଜେଡି: ୧୩୦ ଦିନ ପରେ ଶବ ସତ୍କାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA