Tuesday, April 7, 2026 09:16 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

“ଆମେ ଜାଣିବା, ଆମ ବଜେଟ” ଅଭିଯାନ

ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା

by Our Correspondent
07 Apr, 2026- 09:12 PM
in Latest News, News
1 min read
0
“ଆମେ ଜାଣିବା, ଆମ ବଜେଟ” ଅଭିଯାନ

ଭୁବନେଶ୍ୱର: ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ ସୁଦୃଢ଼ ରୋଡମ୍ୟାପ୍ ବୋଲି ରାଜ୍ୟ ସ୍ତରୀୟ ବଜେଟ ସଚେତନତା କର୍ମଶାଳା ‘ଆମେ ଜାଣିବା, ଆମ ବଜେଟ’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଲୋକସେବା ଭବନ କନଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କର୍ମଶାଳାରେ ସେ କହିଥିଲେ ଯେ, ଦେଶର ଭିଜନ୍ ସହିତ ତାଳ ମିଳାଇ ଆମ ସରକାର ୨୦୪୭ ସୁଦ୍ଧା ମୁଣ୍ଡପିଛା ଆୟକୁ ୧.୮ ଲକ୍ଷ ଟଙ୍କାରୁ ୩୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା, ଜୀବନଧାରଣର ମାନରେ ଉନ୍ନତି ଆଣିବା, ବହୁମୁଖୀ ଦାରିଦ୍ର୍ୟକୁ ୫ ପ୍ରତିଶତକୁ ହ୍ରାସ କରିବା, ମହିଳା ଶ୍ରମିକଙ୍କ ଅଂଶଗ୍ରହଣକୁ ୭୦ ପ୍ରତିଶତକୁ ବୃଦ୍ଧି କରିବା, ହାରାହାରି ଆୟୁଷକୁ ୮୦ ବର୍ଷରୁ ଅଧିକ କରିବା ଏବଂ ରକ୍ତହୀନତା ଓ ଅପପୁଷ୍ଟିକୁ ସମ୍ପୂର୍ଣ୍ଣ ଦୂର କରିବା ପାଇଁ ଲକ୍ଷ୍ୟ ରଖିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ରାଜ୍ୟର ଦୀର୍ଘମିଆଦୀ ଭିଜନ୍‌ ସହ ସମନ୍ୱିତ ହୋଇ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନର ମୂଳ ଭିତ୍ତିକୁ ସୁଦୃଢ଼ କରିବ । ଚଳିତ ବଜେଟ୍‌ରେ କାର୍ଯ୍ୟକ୍ରମ ଓ ଯୋଜନା ମିଶି ୩୧ଟି ନୂଆ ପଦକ୍ଷେପ ନିଆଯାଇଛି । ଏହି ବଜେଟ୍‌ରେ ମୋଟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବାବେଳେ ପୁଞ୍ଜି ବ୍ୟୟକୁ ବିଶେଷ ଗୁରୁତ୍ୱ ଦିଆଯାଇଛି । ଚଳିତ ବର୍ଷର ବଜେଟ, ବିଗତ ବର୍ଷର ବଜେଟ ଅଟକଳ ଠାରୁ ୭ ପ୍ରତିଶତ ଅଧିକ । ୨୦୩୬ ସୁଦ୍ଧା ଓଡ଼ିଶାକୁ ୫୦୦ ବିଲିଅନ ଆମେରିକୀୟ ଡଲାର ଏବଂ ୨୦୪୭ ସୁଦ୍ଧା ୧.୫ ଟ୍ରିଲିଅନ ଡଲାରର ଅର୍ଥନୀତିରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ, ଏହା ଅସମ୍ଭବ ଲାଗୁଥିଲେ ମଧ୍ୟ ଅସମ୍ଭବକୁ ସମ୍ଭବ କରିବାର ସାମର୍ଥ୍ୟ ଓଡ଼ିଆ ମାନଙ୍କ ପାଖରେ ଅଛି ଏବଂ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରେ ଏହା ନିଶ୍ଚିନ୍ତ ରୂପେ ସମ୍ଭବ ହେବ ।

ସେ କହିଥିଲେ ଯେ, ଏହି ବଜେଟ୍‌ରେ ଭିତ୍ତିଭୂମି, ଶିଳ୍ପ, ପର୍ଯ୍ୟଟନ, କୃଷି, ନାରୀ ସଶକ୍ତିକରଣ, ଶିକ୍ଷା ଓ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦିଆଯାଇଛି । ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର (BCPPER), ଜାତୀୟ ଜଳପଥ-୫, ଏବଂ ବିଭିନ୍ନ ନୂତନ କରିଡର ଓ ପୋର୍ଟ ପ୍ରକଳ୍ପ ମାଧ୍ୟମରେ ଓଡ଼ିଶାକୁ ଏକ ଶକ୍ତିଶାଳୀ ଲଜିଷ୍ଟିକ୍ସ ହବ୍‌ରେ ପରିଣତ କରାଯିବ । ପୁରୀରେ ଶାମୁକା ପ୍ରକଳ୍ପ ଏବଂ ଚିଲିକା ପୁନରୁଦ୍ଧାର ଯୋଜନା ରାଜ୍ୟର ପର୍ଯ୍ୟଟନକୁ ନୂତନ ଦିଗ ଦେବ ବୋଲି ସେ ଉଲ୍ଲେଖ କରିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଏହି ବଜେଟ୍‌ରେ ଗ୍ରାମୀଣ ଉନ୍ନୟନ, ରୋଜଗାର ସୃଷ୍ଟି ଓ ଦାଦନ ସମସ୍ୟାର ସମାଧାନ ପାଇଁ ବିଶେଷ ପଦକ୍ଷେପ ନିଆଯାଇଛି । ମହିଳାଙ୍କ ପାଇଁ ବିଶେଷ ବ୍ୟୟବରାଦ ସହିତ ‘ସୁଭଦ୍ରା’ ଯୋଜନା, ‘ଲକ୍ଷପତି ଦିଦି’ ଏବଂ ‘ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ’ ଭଳି ପଦକ୍ଷେପ ନାରୀ ସଶକ୍ତିକରଣକୁ ଆହୁରି ଶକ୍ତିଶାଳୀ କରିବ । ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ନୂତନ ମେଡିକାଲ କଲେଜ, ବିଶ୍ୱବିଦ୍ୟାଳୟ ଓ ICU ସୁବିଧା ସୃଷ୍ଟି ମାଧ୍ୟମରେ ସାଧାରଣ ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦିଆଯିବ ।

ସେ କହିଥିଲେ ଯେ, ଆସନ୍ତା ୧ରୁ ୧୪ ଏପ୍ରିଲ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍ତରରେ “ଆମେ ଜାଣିବା, ଆମ ବଜେଟ” କାର୍ଯ୍ୟକ୍ରମ ଆୟୋଜିତ ହୋଇ ବଜେଟର ବିଭିନ୍ନ ପାର୍ଶ୍ୱକୁ ସରଳ ଭାଷାରେ ଲୋକଙ୍କ ନିକଟକୁ ପହଞ୍ଚାଯିବ । ସେ ଜନସାଧାରଣଙ୍କୁ ଏହି ପ୍ରକ୍ରିୟାରେ ସକ୍ରିୟ ଭାଗ ନେଇ ତାଙ୍କର ମତାମତ ପ୍ରଦାନ କରିବାକୁ ଆହ୍ୱାନ କରିଥିଲେ । ଶେଷରେ, ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବଜେଟ୍ ଓଡ଼ିଶାର ସ୍ୱାଭିମାନ ଓ ସମୃଦ୍ଧିର ଏକ ଶକ୍ତିଶାଳୀ ପ୍ରତିବିମ୍ବ ଅଟେ ଏବଂ ସମସ୍ତଙ୍କ ସହଯୋଗରେ ଓଡ଼ିଶାକୁ ଦେଶର ଅର୍ଥନୀତିର ଏକ ପ୍ରମୁଖ ଶକ୍ତିକେନ୍ଦ୍ରରେ ପରିଣତ କରାଯିବ ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇ କହିଥିଲେ ଯେ, ଆମର ଏହି ବଜେଟ୍ ହେଉଛି ନାଗରିକ କୈନ୍ଦ୍ରିକ ବଜେଟ୍ । ସାଧାରଣ ଲୋକଙ୍କୁ ଦୃଷ୍ଟିରେ ରଖି ଆମର ଏହି ବଜେଟ୍ ପ୍ରସ୍ତୁତ କରାଯାଇଛି । ଏହି ବଜେଟ୍ ସଚେତନତା କର୍ମଶାଳା ଦ୍ୱାରା ସାଧାରଣ ଲୋକଙ୍କ ପାଇଁ ବଜେଟ୍‌ରେ ସ୍ଥାନୀତ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ବିଷୟରେ ସେମାନେ ସଚେତନ ହେବେ ଓ ଏହାର ସୁଫଳ ସେମାନଙ୍କ ପାଖରେ ପହଞ୍ଚିବ ।

ଏହି କର୍ମଶାଳାରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଦେଓ ରଞ୍ଜନ ସିଂହ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ, ନିମନ୍ତ୍ରିତ ଅତିଥିବୃନ୍ଦ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

Continue Reading
Previous Post

ବୁୁଲି ବୁଲି ସେଇ ଅଗଣା

Next Post

ଲୁହାପଥର ଉତ୍ପାଦନ ବଢ଼ାନ୍ତୁ

Next Post
ଲୁହାପଥର ଉତ୍ପାଦନ ବଢ଼ାନ୍ତୁ

ଲୁହାପଥର ଉତ୍ପାଦନ ବଢ଼ାନ୍ତୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA