Thursday, September 24, 2026 10:01 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବାଲିଗୁଡାରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

by Our Correspondent
02 May, 2024- 07:57 PM
in Latest News, News, Politics
1 min read
0
ବାଲିଗୁଡାରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭୁୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ସେମାନଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଚକ୍ରମଣି କହଁରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ କହିଛନ୍ତି । ବିରୋଧୀ ଦଳଙ୍କୁ ସିଧା ସଳଖ ଆକ୍ରମଣ କରି ସେ କହିଲେ ଯେ ଏଭଳି ଜନସମାବେଶ ଦେଖି ବିରୋଧୀ ଦଳ ଆତ୍ମବିଶ୍ୱାସ ହରାଉଛି । ବର୍ଷକ ତଳେ ପଞ୍ଚାୟତ ନିର୍ବାଚନରେ ସବୁ ଜିଲ୍ଲାରେ ହାରିଥିଲେ, ତେଣୁ ତାଙ୍କ ମନୋବଳ ପୁରା ଭାଙ୍ଗି ଯାଇଛି । ତାଙ୍କ ପାଖରେ କହିବାକୁ କିଛି ନାହିଁ, ତେଣୁ ମିଛ କହିବା ଆରମ୍ଭ କରିଛନ୍ତି, ଦଳୀୟ କର୍ମୀଙ୍କ ମନୋବଳ ବୃଦ୍ଧି ପାଇଁ ଅପପ୍ରଚାର କରୁଛନ୍ତି ।

ବିରୋଧି କହୁଛନ୍ତି ବିଧାନସଭାରେ ୧୨୦ ଓ ଲୋକସଭାରେ ୧୬ ଆସନରେ ଜିତିବେ । କିନ୍ତୁ ଦେଖିଲା ବେଳକୁ ପ୍ରାର୍ଥୀ ଦେବାପାଇଁ ବିଜେପି ପାଖରେ ଲୋକ ନାହାନ୍ତି । ବିଜେଡି ଲିଷ୍ଟକୁ ଚାହିଁଛନ୍ତି ବସିଛନ୍ତି । ବିଜେଡି ତାଲିକା ପ୍ରକାଶ ପରେ ନିଜର ତାଲିକା ବାହାର କରୁଛନ୍ତି ।

ଓଡିଶାରେ ଡବଲ ଇଞ୍ଜିନ, ସିଙ୍ଗଲ ଇଞ୍ଜିନର କିଛି ମୂଲ୍ୟ ନାହିଁ। ଓଡିଶାରେ ଗୋଟିଏ ଇଞ୍ଜିନ – ସେ ହେଉଛି ନବୀନ ଇଞ୍ଜିନ। ନବୀନ ଇଞ୍ଜନର ଶକ୍ତି ବହୁତ ଅଧିକ, କେବେ ବି ଖରାପ ହେବ ନାହିଁ। ସେମାନେ ବର୍ଷକୁ ୨ କୋଟି ଚାକିରୀ ଦେବେ ବୋଲି କହିଥିଲେ, କୁଆଡେ ଗଲା ଚାକିରି ପ୍ରତିଶ୍ରୁତି ? ପେଟ୍ରୋଲ, ଡିଜେଲ, ଗ୍ୟାସ ଦର କମେଇବେ ବୋଲି କହିଥିଲେ। ହିସାବ ଦେବାକୁ ସେମାନଙ୍କ ଦମ୍‌ ନାହିଁ। ଆମର ଦମ୍‌ ଅଛି ଲୋକଙ୍କୁ ଆମେ ସବୁବେଳେ ହିସାବ ଦେଇଚାଲିଛୁ।

ଆପଣମାନେ ତାଙ୍କୁ ପଚାରନ୍ତୁ, ହିସାବ ମାଗନ୍ତୁ। ହିସାବ ମାଗିଲେ ଲୁଚିକି ପଳେଇବେ, ଆଉ ଦେଖା ଦେବେନି। ନବୀନ ଗ୍ୟାରେଣ୍ଟି ହେଉଛି ଆମେ ପୁଣି ଆସିବୁ, ଆପଣମାନଙ୍କୁ ପୁଣି ହିସାବ ଦେବୁ । ମୁଖ୍ୟମନ୍ତ୍ରୀ ସବୁ ଧର୍ମକୁ, ସବୁ ଧର୍ମାବଲମ୍ବୀଙ୍କୁ ସମ୍ମାନ କରନ୍ତି, ସେଥିପାଇଁ ଓଡିଶାରେ ଶାନ୍ତି ଅଛି।

ଛତିଶଗଡ, ଝାଡଖଣ୍ଡରେ ଡବଲ ଇଞ୍ଜିନ ଚାଲିଥିଲା, କିନ୍ତୁ ସେମାନେ ଆଦିବାସୀଙ୍କ ପାଇଁ କଣ କରିଛନ୍ତି ? କିଛି କରି ନାହାନ୍ତି। ଓଡିଶାରେ ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କରିଛନ୍ତି। ଭାଷା, ସାହିତ୍ୟ, ସଂସ୍କୃତି, ପୂଜାସ୍ଥଳୀ, ଜାହିରା ଆଦିର ସଂରକ୍ଷଣ କରୁଛନ୍ତି। କନ୍ଧମାଳ ଏସଡିସିରେ ଗତ ଏକ ବର୍ଷ ମଧ୍ୟରେ ୧୯ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।

ଜନଜାତିଙ୍କ ସଂଗୃହୀତ ଜଙ୍ଗଲଜାତ ଦ୍ରବ୍ୟ ସରକାର କିଣିବା ପାଇଁ ‘ଲାଭ‘ ଯୋଜନା କରିଛନ୍ତି। ଆପଣମାନେ ସମସ୍ତେ ସର୍ବନିମ୍ନ ସହାୟକ ମୂଲ୍ୟ ପାଇବେ। କେହି ଆପଣଙ୍କୁ ଠକି ପାରିବେ ନାହିଁ। ବାଲିଗୁଡାରେ ୩୩୫ କୋଟି ଟଙ୍କାର କାମ ଚାଲିଛି। ଜଗନ୍ନାଥ ମନ୍ଦିର, ପାଟଖଣ୍ଡା ମନ୍ଦିର ଓ ଧବଳେଶ୍ୱର ଶିବ ମନ୍ଦିର ପାଇଁ ୨ କୋଟି ୫୦ ଲକ୍ଷ ଟଙ୍କା । ବସ୍ତିଙ୍ଗିଆ ଚର୍ଚ୍ଚ ନିର୍ମାଣ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ବାରଖମା, କଞ୍ଜାମେଣ୍ଡିରେ ଖ୍ରୀଷ୍ଟିଆନ ମାଇନରିଟି ସେଣ୍ଟର ପାଇଁ ସହାୟତା ଦିଆଯାଇଛି । ବାଲିଗୁଡା-ମାଡିନତା ସ୍ଥାନୀୟ ନାଳ ଉପରେ ହାଇଲେବୁଲ ସେତୁ ପାଇଁ ୬ କୋଟି ଟଙ୍କା, ବାଲିଗୁଡା-ବାରଖମା-ଖମଣଖୋଳ-ସିନ୍ଧିଗୁଡା ରାସ୍ତାରେ ହାଇଲେବୁଲ ସେତୁ ପାଇଁ ୫.୭୦ କୋଟି ଟଙ୍କା, ବାଲୁଗୁଡା-ବୁଦାଗୁଡା ରାସ୍ତାର ଉନ୍ନତି ପାଇଁ ୪୫ କୋଟି ଟଙ୍କା, ପିଡାମାହା-ଡୁଡୁମିଲା ରାସ୍ତାର ଉନ୍ନତିକରଣ ଓ ସେତୁ ନିର୍ମାଣ ପାଇଁ ୧୯.୫୦ କୋଟି ଟଙ୍କା, ଗୁମୁଡୁମାହା-ଲହାଡି ରାସ୍ତା ଉନ୍ନତିକରଣ ଓ ସେତୁ ନିର୍ମାଣ ପାଇଁ ୧୧.୫୦ କୋଟି ଟଙ୍କା ଏବଂ ଲୁଡୁ ଜଳପ୍ରପାତ ଓ ସର୍ପନଳା ପର୍ୟ୍ୟଟନ କ୍ଷେତ୍ରର ବିକାଶ ପାଇଁ ୧.୨୦ କୋଟି ଟଙ୍କାର କାମ ଚାଲିଥିବା ଶ୍ରୀ ପାଣ୍ଡିଆନ କହିଥିଲେ ।

 

 

Previous Post

କଣ୍ଟାବାଞ୍ଜିରୁ ନାମାଙ୍କନ ଭରିଲେ ନବୀନ

Next Post

ଧର୍ମେନ୍ଦ୍ରଙ୍କ ପାଇଁ ପ୍ରଚାର କରୁଛନ୍ତି ଆଇଏଫଏସ୍ ବିନୟ ପ୍ରଧାନ!

Next Post
ଧର୍ମେନ୍ଦ୍ରଙ୍କ ପାଇଁ ପ୍ରଚାର କରୁଛନ୍ତି ଆଇଏଫଏସ୍ ବିନୟ ପ୍ରଧାନ!

ଧର୍ମେନ୍ଦ୍ରଙ୍କ ପାଇଁ ପ୍ରଚାର କରୁଛନ୍ତି ଆଇଏଫଏସ୍ ବିନୟ ପ୍ରଧାନ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA