Wednesday, July 1, 2026 04:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଉ ୮ଟି ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ

ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର: ମୁଖ୍ୟମନ୍ତ୍ରୀ

by Our Correspondent
24 Jun, 2021- 10:44 PM
in Latest News, News
1 min read
0
ଆଉ ୮ଟି ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA plant ପାଇଁ କାମ ଆରମ୍ଭ ହୋଇଥିବା ବେଳେ ଆଜି ଆଉ ୮ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ଏହାସହିତ ବ୍ରହ୍ମପୁର ସିଟି ହସ୍‌ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍‌ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତେ କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ । ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା ।

କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍‌ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ସେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ  ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ରମେଶଚନ୍ଦ୍ର ମାଝୀ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ଜେଠୱା ଭିଜିଲାନସ୍ ନିର୍ଦ୍ଦେଶକ, ସୁଧାଶୁଂ ଷଡ଼ଙ୍ଗୀ ଗୃହ ବିଭାଗର ଓଏସଡି

Next Post

ବିନା ପରୀକ୍ଷାରେ ମାଟ୍ରିକ୍ ରେଜଲ୍ଟ; ପାସ୍ ହାର ୯୭.୮୯%

Next Post
ବିନା ପରୀକ୍ଷାରେ ମାଟ୍ରିକ୍ ରେଜଲ୍ଟ; ପାସ୍ ହାର ୯୭.୮୯%

ବିନା ପରୀକ୍ଷାରେ ମାଟ୍ରିକ୍ ରେଜଲ୍ଟ; ପାସ୍ ହାର ୯୭.୮୯%

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA