Tuesday, April 28, 2026 07:32 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି କିଟ୍‍ର ସଫଳତା

ରାଜ୍ୟରେ ଶ୍ରେଷ୍ଠ ସ୍ଥାନରେ କିଟ୍‍

by Our Correspondent
17 Feb, 2022- 06:41 PM
in Latest News, News
1 min read
0
ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି କିଟ୍‍ର ସଫଳତା

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟ ଅନ୍ତର୍ଜାତିକ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁନଶ୍ଚ ସଫଳତା ହାସଲ କରିଛି । ମଙ୍ଗଳବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରକାଶ ପାଇଛି ବିଶ୍ୱର ଶ୍ରେଷ୍ଠ ୟଙ୍ଗ ୟୁନିଭରସିଟି ତାଲିକା । ୨୦୨୨ ବର୍ଷ ପାଇଁ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ କରାଯାଇଥିବା ଏହି ର‌୍ୟାଙ୍କିରେ କିଟ୍‍ ବିଶ୍ୱବିଦ୍ୟାଳୟ ୨୫୧+ ସ୍ଥାନରେ ରହି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି । ଏହା ସହ କିଟ୍‍ ଭାରତର ଅନେକ ଲବ୍‍ଧ ପ୍ରତିଷ୍ଠିତ ଡିମ୍‍ଡ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ସର୍ବୋତମ ସ୍ଥାନ ଅଧିକାର କରିବା ସହ ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନରେ ରହିଛି । ୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରକାଶିତ ବିଶ୍ୱର ୟଙ୍ଗ ୟୁନିଭରସିଟି ତାଲିକାର ୩୦୧+ ସ୍ଥାନରେ ରହିଥିଲା ।

୫୦ବର୍ଷରୁ କମ୍‍ ସମୟ ମଧ୍ୟରେ ପ୍ରତିଷ୍ଠା ଲାଭ କରିଥିବା ବିଶ୍ୱର ଖ୍ୟାତି ସମ୍ପନ୍ନ ବିଶ୍ୱବିଦ୍ୟାଳୟକୁ ନେଇ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରତିବର୍ଷ ରାଙ୍କିଙ୍ଗ କରାଯାଇଆସୁଛି । ଶିକ୍ଷାଦାନ, ଗବେଷଣା, ଅନ୍ତର୍ଜାତିକ ଦୃଷ୍ଟିଭଙ୍ଗୀ ଓ ଔଦ୍ୟୋଗିକ ଉତ୍ପାଦନ ଆଦି ୫ଟି ମାନଦଣ୍ଡକୁ ବିଚାରକୁ ନେଇ ଏହି ରାଙ୍କିଙ୍ଗ କରାଯାଇଛି ।

କିଟ୍‍ ବିଶ୍ୱବିଦ୍ୟାଳୟ ମାତ୍ର ୧୮ବର୍ଷର ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ୨୫ବର୍ଷର ଅନୁଷ୍ଠାନ । ଖୁବ୍‍ କମ ସମୟ ମଧ୍ୟରେ ଗୁଣାତ୍ମକ ଶିକ୍ଷାଦାନ, ଗବେଷଣା, ଶୈକ୍ଷିକ ପରିବେଶ, ଛାତ୍ର ଓ କର୍ମଚାରୀ ଅନୁକୂଳ ପରିବେଶ ଏବଂ ବିଶେଷ କରି ଅନ୍ତର୍ଜାତିକ ଦୃଷ୍ଟିଭଙ୍ଗୀ ଯୋଗୁଁ କିଟ୍‍ ବିଶ୍ୱବିଦ୍ୟାଳୟକୁ ଏଭଳି ସମ୍ମାନ ମିଳିପାରୁଛି ବୋଲି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି । ଏହି ସଫଳତା ପାଇଁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିଟ୍‍ର ଛାତ୍ରଛାତ୍ରୀ, ଅଭିଭାବକ, ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀଙ୍କ ସହଯୋଗ ଓ ନିଷ୍ଠ ଯୋଗୁଁ ଏହି ସଫଳତା ମିଳିବା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି ।

ଅନ୍ୟ ପକ୍ଷରେ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନେ ମଧ୍ୟ ଶ୍ରୀ ସାମନ୍ତଙ୍କ ଦୂରଦୃଷ୍ଟି ଯୋଗୁଁ କିଟ୍‍ ବିଶ୍ୱବିଦ୍ୟାଳୟ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିପାରୁଛି ବୋଲି କହିଛନ୍ତି ।

Previous Post

ନିର୍ବାଚନ କମିସନଙ୍କ କଠୋର ଆଭିମୁଖ୍ୟ

Next Post

ସ୍ୱାସ୍ଥ୍ୟ ଗୁଜବକାରୀ ଜବାବ ପାଇଲେ

Next Post
ସ୍ୱାସ୍ଥ୍ୟ ଗୁଜବକାରୀ ଜବାବ ପାଇଲେ

ସ୍ୱାସ୍ଥ୍ୟ ଗୁଜବକାରୀ ଜବାବ ପାଇଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA