Tuesday, September 22, 2026 03:58 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରିପୋର୍ଟ ଦେଲେ ଅଶୋକ ତ୍ରିପାଠୀ କମିଟି

ଶିକ୍ଷକମାନଙ୍କ ସମସ୍ୟା

by Our Correspondent
22 Sep, 2026- 12:03 AM
in Latest News, News
1 min read
0
ରିପୋର୍ଟ ଦେଲେ ଅଶୋକ ତ୍ରିପାଠୀ କମିଟି

ଭୁବନେଶ୍ୱର:(୨୧ ସେପ୍ଟେମ୍ବର ୨୦୨୬)

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଗଠିତ କମିଟି ଏହାର ରିପୋର୍ଟ ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏହି କମିଟି ୨୦୨୫ ଡିସେମ୍ବର ୬ ତାରିଖରେ ଗଠିତ ହୋଇଥିଲା ଏବଂ ୨୦୨୬ ଫେବୃଆରୀ ୩ ତାରିଖରେ ପୁର୍ନଗଠିତ ହୋଇଥିଲା । ଆଜି ଏହି କମିଟି ତା’ର ରିପୋର୍ଟ ପ୍ରଦାନ କରିଛି । ଏହି ସୁପାରିଶ ଗୁଡ଼ିକ ଉପରେ ଅନୁଧ୍ୟାନ କରାଯାଇ ଉପଯୁକ୍ତ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବୈଠକର ସୂଚନା ଅନୁଯାୟୀ ଏହି କମିଟି ନିକଟରେ ରାଜ୍ୟର ବିଭିନ୍ନ ବର୍ଗର ଶିକ୍ଷକମାନଙ୍କର ୧୦୪ଟି ସଂଘ କମିଟିକୁ ଭେଟିଛନ୍ତି । କମିଟି ଏହି ଦାବୀ ସମ୍ପର୍କରେ ୯୦ଟି ବୈଠକ ଅନୁଷ୍ଠିତ କରିଛନ୍ତି ଏବଂ ସରକାରଙ୍କୁ ୭୯ଟି ରିପୋର୍ଟ ପ୍ରଦାନ କରିଛନ୍ତି।

ବୈଠକରେ କମିଟିର ବିଭିନ୍ନ ସୁପାରିଶ ସମ୍ପର୍କରେ ଅଧ୍ୟକ୍ଷ ଅଶୋକ ତ୍ରିପାଠୀ ଏବଂ ସହ-ଅଧ୍ୟକ୍ଷ ସୁଦର୍ଶନ ନାୟକ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିଥିଲେ ।

ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅର୍ଥ ବିଭାଗ ପ୍ରମୁଖ ସଚିବ ଏବଂ ଉଚ୍ଚଶିକ୍ଷା ଓ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।

କମିଟିର ଅନ୍ୟ ସଦସ୍ୟ ଶାନ୍ତନୁ କୁମାର ସାହୁ, ମନୋରଞ୍ଜନ ମିଶ୍ର ଏବଂ ସଂଯୋଜକ ସଦସ୍ୟ ସନାତନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଗୃହକୁ ତତାଇବ ଏମଏମଡିଆର

Next Post

ବିଧାନସଭାରେ ରାଜ୍ୟ ସ୍ୱାର୍ଥ ସମ୍ୱଳିତ ପ୍ରସଙ୍ଗ ଉଠାଯିବ: ବିଜେଡି

Next Post
ବିଧାନସଭାରେ ରାଜ୍ୟ ସ୍ୱାର୍ଥ ସମ୍ୱଳିତ ପ୍ରସଙ୍ଗ ଉଠାଯିବ: ବିଜେଡି

ବିଧାନସଭାରେ ରାଜ୍ୟ ସ୍ୱାର୍ଥ ସମ୍ୱଳିତ ପ୍ରସଙ୍ଗ ଉଠାଯିବ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA