Saturday, November 14, 2026 07:38 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅଶୋକ ତ୍ରିପାଠୀ କମିଟିର ସୁପାରିଶ କାର୍ଯ୍ୟକାରୀ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

by Our Correspondent
13 Nov, 2026- 11:39 PM
in Latest News, News
1 min read
0
ଅଶୋକ ତ୍ରିପାଠୀ କମିଟିର ସୁପାରିଶ କାର୍ଯ୍ୟକାରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଥା ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ସରକାରୀ ଶିକ୍ଷାନୁଷ୍ଠାନ, ବେସରକାରୀ ଅନୁଦାନ ପ୍ରାପ୍ତ ଓ ଅଣଅନୁଦାନ ପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନରେ କାର୍ଯ୍ୟରତ ଶିକ୍ଷକ, ଅଧ୍ୟାପକ ଏବଂ କର୍ମଚାରୀ ସଂଘମାନଙ୍କର ବିଭିନ୍ନ ପ୍ରକାର ଦାବୀ ସମୂହର ଅନୁଶୀଳନ ନିମନ୍ତେ ଅବସରପ୍ରାପ୍ତ ପ୍ରଶାସକ ଅଶୋକ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଥିଲା । ଉକ୍ତ କମିଟିର ସୁପାରିଶକୁ ସଂପୃକ୍ତ ବିଭାଗଦ୍ୱୟ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଏ ବିଷୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ୧୫ ଗୋଟି ସୁପାରିଶକୁ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

୧. ୨୦୧୩ ସରକାରୀ ବ୍ଲକ ଗ୍ରାଣ୍ଟର ଅନୁଦାନରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟ ଗୁଡ଼ିକୁ ଅନୁଦାନଭୁକ୍ତ କରିବା ।
୨. ସରକାରୀ ସ୍କୁଲରେ ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୦ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିବା ।
୩. ୬ ବର୍ଷ ପୂରଣ କରି ୨୦୨୨ ମସିହାରେ ନିୟମିତ ହୋଇଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟ TGT ଓ PET ଶିକ୍ଷକମାନଙ୍କୁ ବକେୟା ଦରମା ପ୍ରଦାନ କରିବା।
୪. ପ୍ରାଥମିକ ଶିକ୍ଷକମାନଙ୍କର ନିୟମିତ ପଦୋନ୍ନତି କରିବା ।
୫. ୨୦୧୬ରୁ ୨୦୧୮ ମସିହା ମଧ୍ୟରେ ନିଯୁକ୍ତ ଶିକ୍ଷା ସହାୟକମାନଙ୍କୁ ନିୟମିତ କରିବା ।
୬. ପ୍ରଥମା ଓ ମଧ୍ୟମା ସଂସ୍କୃତ ଟୋଲ ଗୁଡ଼ିକରେ ନିୟମିତ ଶିକ୍ଷକ ନିଯୁକ୍ତି କରିବା ।
୭. ସରକାରୀ ବିଦ୍ୟାଳୟରେ ଚାକିରୀ କରିଥିବା କ୍ଲାସିକାଲ୍ ଶିକ୍ଷକମାନଙ୍କୁ Trained Graduate (TG) ଶିକ୍ଷକ ଯୋଗ୍ୟତା ସାରଣୀରେ ଅନ୍ତର୍ଭୁକ୍ତ କରିବା ।
୮. ପୂର୍ଣ୍ଣ ଅନୁଦାନପ୍ରାପ୍ତ ମଧ୍ୟମା ସଂସ୍କୃତ ଟୋଲ୍‌ରେ ଶିକ୍ଷକ ମୁତୟନ କରିବା ।
୯. ଧନ୍ଦାମୂଳକ ପ୍ରଶିକ୍ଷକଙ୍କୁ ନିୟମିତ ଭାଗରେ ବେତନ ପ୍ରଦାନ କରିବା ।
୧୦. ଓଡିଶା କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ଅଧିକ ଯୋଗ୍ୟତା ହାସଲ କରିବାକୁ ସୁଯୋଗ ଦେବା ।
୧୧. ଆଦର୍ଶ ବିଦ୍ୟାଳୟର ସମସ୍ତ ଆବାସିକ ଛାତ୍ରାବାସକୁ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରିବା ।
୧୨. ଆଦର୍ଶ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀମାନଙ୍କ ନିୟମିତ ଦରମା ପାଇବାର ବ୍ୟବସ୍ଥା କରିବା ।
୧୩. ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କର ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟରେ ପଢ଼ିବା ପାଇଁ ବ୍ୟବସ୍ଥା କରିବା ।
୧୪. ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ TGT ଶିକ୍ଷକ ମାନଙ୍କର ପୂର୍ବ ଚାକିରିର ଗଣତି ଓ ବେତନର ସୁରକ୍ଷା କରିବା ।
୧୫. ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ AI ଓ Robotics ପରୀକ୍ଷାଗାର ଖୋଲିବା ।

ବୈଠକରେ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପେନସନ୍ ଦାବୀ ଉପରେ ମଧ୍ୟ ଆଲୋଚନା ହୋଇଥିଲା । କିନ୍ତୁ ଯେହେତୁ ଏହା ବର୍ତ୍ତମାନ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ସକ୍ରିୟ ବିଚାରାଧିନ ଅଛି, ତେଣୁ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ପ୍ରାପ୍ତି ହେବା ପରେ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

Previous Post

ଏବିଭିପି ଚାଲରେ କଲେଜ ନିର୍ବାଚନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA