Wednesday, November 18, 2026 08:07 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଧାନସଭା ଆରମ୍ଭରୁ ଅଚଳ

by Our Correspondent
18 Nov, 2026- 07:43 PM
in Latest News, News
1 min read
0
ବିଧାନସଭା ଆରମ୍ଭରୁ ଅଚଳ

ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଶୋକପ୍ରସ୍ତାବ ଆଲୋଚନା ପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲେ ମଧ୍ୟ ଚାଲିପାରିନାହିଁ । ବାତ୍ୟା ପରିଚାଳନା ବିଭ୍ରାଟ ଏବଂ କୋଟିଆ ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ ବିରୋଧୀ ଦଳ । ଉଭୟ ବିଜେଡି ଓ କଂଗ୍ରେସର ସଦସ୍ୟମାନେ ପ୍ଲାକାର୍ଡ ପ୍ରଦର୍ଶନ କରି ଗୃହରେ ନାରାବାଜି କରିଥିଲେ ।

ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଜାରି ରଖିବାକୁ ଚାହିଁଥିଲେ । ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କୁ ଉତ୍ତର ରଖିବାକୁ କହି ପ୍ରଶ୍ନୋତ୍ତର କାର୍ଯ୍ୟରେ ବିରୋଧୀ ସଦସ୍ୟଙ୍କ ସହଯୋଗ ମାଗିଥିଲେ । ମାତ୍ର ବିରୋଧୀ ଦଳର ସଦସ୍ୟମାନେ ନିବୃତ୍ତ ହୋଇ ନ ଥିଲେ । କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ରିପୋର୍ଟର ଟେବୁଲ୍ ଉପରେ ଚଢ଼ି ନାରାବାଜି କରିଥିଲେ । ଏହାପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

ଅପରାହ୍ନ ଅଧିବେଶନରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପନ କରୁଥିବା ବେଳେ ବିରୋଧୀ ଦଳର ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିଥିଲେ । ହୋ ହଲ୍ଲା ଭିତରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ପରେ ବାଚସ୍ପତି ଗୃହକୁ ଆସନ୍ତାକାଲି ୧୦.୩୦ ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

ଦିବଙ୍ଗତଙ୍କୁ ଶ୍ରଦ୍ଧାଞ୍ଜଳି

ଶୀତ ଅଧିବେଶନ ଆରମ୍ଭରେ ଆଜି ଗୃହର ୨ ଦିବଙ୍ଗତ ସଦସ୍ୟ ସ୍ୱର୍ଗତ ରାହସ ବିହାରୀ ବେହେରା ଏବଂ ସ୍ୱର୍ଗତ କାହ୍ନୁ ଚରଣ ନାଏକ, ଓଡ଼ିଶା ପୁଲିସର ଦୁଇ ପୂର୍ବତନ କନେଷ୍ଟବଳ ସ୍ୱର୍ଗତ ଅଜୟ ବା ଏବଂ ସ୍ୱର୍ଗତ ହିମାଂଶୁଙ୍କ ସମେତ ନିକଟରେ ଘଟିଥିବା ଭୂସ୍ଖଳନରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଥିଲେ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ସିପିଆଇ(ଏମ) ବିଧାୟକ ଲକ୍ଷ୍ମଣ ମୁଣ୍ଡା ଏହାକୁ ସମର୍ଥନ କରି ଦିବଙ୍ଗତମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶେଷରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା ।

୨୪,୧୫୦ କୋଟିର ଅତିରିକ୍ତ ବଜେଟ୍

ଆଜି ବିଧାନସଭାରେ ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ ହୋଇଛି । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଏହା ଉପସ୍ଥାପନ କରିଛନ୍ତି । ଏଥିରେ ପ୍ରଶାସନିକ ବ୍ୟୟ ବାବଦରେ ୧ ହଜାର ୬୦ କୋଟି, କାର୍ଯ୍ୟକ୍ରମ ବ୍ୟୟ ବାବଦରେ ୧୭ ହଜାର ୯୯୦ କୋଟି, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ପାଇଁ ୫ ହଜାର ୧୦୦ ଟଙ୍କା ରହିଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପାଇଁ ୮ ହଜାର ୩୮୯ କୋଟି, ବିପର୍ଯ୍ୟୟ ପରିଚାଳନା ବିଭାଗ ପାଇଁ ୪ ହଜାର ୯୯୯ କୋଟି ଟଙ୍କା, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୧୩୯୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

Previous Post

ଓଡ଼ିଶା ମୁହାଁଇଲା ବାତ୍ୟା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA