Thursday, June 25, 2026 05:09 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି

ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

by Our Correspondent
11 Sep, 2024- 06:52 PM
in Latest News, News
1 min read
0
ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର: ନିର୍ମାଣ ଶ୍ରମିକଙ୍କ କଲ୍ୟାଣାର୍ଥେ ଓଡିଶା ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ପୂର୍ବରୁ ମିଳୁଥିବା ଦୁର୍ଘଟଣାଜନିତ ମୃତ୍ୟୁକାଳୀନ ସହାୟତା ରାଶିକୁ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କା ଏବଂ ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ମିଳୁଥିବା ସହାୟତା ରାଶିକୁ ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏହି ଘୋଷଣା କରିଛନ୍ତି ।

ଆପଣମାନେ ହେଉଛନ୍ତି ନିର୍ମାଣର ମେରୁଦଣ୍ଡ। ରାସ୍ତା, ଘାଟ, କୋଠା ବାଡ଼ି, କଳ କାରଖାନା, ବନ୍ଦର, ବିମାନ ବନ୍ଦର, ଶିକ୍ଷାୟତନ, ଡାକ୍ତରଖାନା, ଯେ କୌଣସି ନିର୍ମାଣ ହେଉ, ଆପଣମାନଙ୍କ ବିନା ଏସବୁର ପରିକଳ୍ପନା ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଆୟୋଜିତ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ ଅବସରରେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଈଶ୍ୱରଙ୍କ ପରିକଳ୍ପନାରେ ମଣିଷ ହିଁ ଏଭଳି ଏକ ସୃଷ୍ଟି, ଯିଏ ସର୍ଜନା କରିପାରେ, ଭାବିପାରେ ଓ ନିର୍ମାଣ କରିପାରେ। ଗଢିବାର ପ୍ରକ୍ରୟାଟି ହେଲା ନିର୍ମାଣ। ନିର୍ମାଣ ପାଇଁ ଶ୍ରମର ଯୋଗଦାନ ସବୁଠୁ ଅଧିକ। ଆମ କୁଶଳୀ ଶ୍ରମିକମାନେ ସାଧାରଣକୁ ଅସାଧାରଣ କରିପାରନ୍ତି। ସିମେଣ୍ଟ, ବାଲି, ଗୋଡିକୁ ବ୍ୟବହାର କରି ଗଢି ପାରନ୍ତି ସୁନ୍ଦର ଅଟ୍ଟାଳିକା। ଲୁହା, ଇସ୍ପାତ, ଆଲୁମିନିୟମକୁ ବ୍ୟବହାର କରି ତିଆରି କରନ୍ତି କଳ କାରଖାନା। ପିଚୁ, ଗୋଡି, ବଜୁରିକୁ ମିଶ୍ରଣ କରି ନିର୍ମାଣ କରନ୍ତି ସୁନ୍ଦର ରାସ୍ତା। ତେଣୁ ଯଥାର୍ଥରେ ସେମାନେ ହେଉଛନ୍ତି ପ୍ରକୃତ ରାଷ୍ଟ୍ର ନିର୍ମାତା । ନିର୍ମାଣ କ୍ଷେତ୍ର କେବଳ ଆମ ଅର୍ଥନୀତିକୁ ସମୃଦ୍ଧ କରେ ନାହିଁ, ଏହା ମଧ୍ୟ ବ୍ୟାପକ କର୍ମସଂସ୍ଥାନ ଯୋଗାଇଥାଏ। ନିର୍ମାଣ କ୍ଷେତ୍ରରେ ଦେଖିବାକୁ ମିଳେ ପାରମ୍ପରିକ ଜ୍ଞାନ ସହିତ ଆଧୁନିକ ବୈଷୟିକ ବିଦ୍ୟାର ସମିଶ୍ରଣ। ଭୁବନେଶ୍ୱରକୁ ଆଧୁନିକତାର ରୂପ ଦେବାର ବିନ୍ଧାଣୀ ହେଉଛନ୍ତି ଆମର ଏହି ଶ୍ରମିକ ଭାଇମାନେ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଶ୍ରମିକ ଭାଇମାନଙ୍କ ଅଭାବ ଅସୁବିଧା ଓ ପ୍ରତିକୂଳତାକୁ ସରକାର ଗୁରୁତ୍ୱର ସହ ଦୃଷ୍ଟି ରଖିଛନ୍ତି। ସେମାନେ କିପରି ସୁରକ୍ଷିତ ରହିବେ, ସେମାନଙ୍କ ଅଭାବ, ଅସୁବିଧା ସମୟରେ, ସେବା ନିବୃତ ହେବା ପରେ କିମ୍ବା ଦୁର୍ଘଟଣା ଅଥବା ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରର ମଙ୍ଗଳକୁ ଦୃଷ୍ଟିରେ ରଖି ଗଢା ହୋଇଛି ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’। ସେଥିପାଇଁ ସମସ୍ତେ ତାଙ୍କର ସାମାଜିକ ନିରାପତ୍ତା ପାଇବା ପାଇଁ ବୋର୍ଡରେ ନିଜ ନିଜର ନାମ ପଞ୍ଜିକୃତ କରିବା ଆବଶ୍ୟକ। ଅସୁବିଧା ସମୟରେ, ଏହି ସଂସ୍ଥା କେବଳ ଏକ ସରକାରୀ ସଂସ୍ଥା ନୁହେଁ, ବରଂ ଆପଣଙ୍କ ପ୍ରିୟ ବନ୍ଧୁ ଭାବେ ମଧ୍ୟ ସାବ୍ୟସ୍ତ ହେବ। ପ୍ରତି ଜିଲ୍ଲାରେ ଆପଣଙ୍କୁ ସାହଯ୍ୟ କରିବା ପାଇଁ ଶ୍ରମ ଅଧିକାରୀମାନେ ମଧ୍ୟ କାର୍ଯ୍ୟରତ ଅଛନ୍ତି। ‘ମୋ ସେବା’ ନାମରେ ଏକ ପୋର୍ଟାଲ ମଧ୍ୟ ଏଥିପାଇଁ କାର୍ଯ୍ୟ କରୁଛି। ନିର୍ମାଣ ଶ୍ରମିକଙ୍କ ପରିବାରର ଭବିଷ୍ୟତକୁ ସୁଦୃଢ କରିବା ପାଇଁ ବୋର୍ଡ ପକ୍ଷରୁ ଏସବୁ ସୁବିଧା ସୁଯୋଗ କରାଯାଇଛି। ତେଣୁ ଆପଣମାନେ ସମସ୍ତେ ନିଜକୁ ଏହି ‘ଶ୍ରମିକ କଲ୍ୟାଣ ବୋର୍ଡ’ ରେ ସାମିଲ କରନ୍ତୁ ଓ ସରକାରଙ୍କ ବିଭିନ୍ନ ଯୋଜନାର ଲାଭ ନିଅନ୍ତୁ। ଆମ ସରକାର ଆପଣମାନଙ୍କ ସହିତ ଅଛି ଓ ସବୁବେଳେ ରହିବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିର୍ମାଣ ଶ୍ରମିକଙ୍କ କଲ୍ୟାଣାର୍ଥେ ଓଡିଶା ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ପୂର୍ବରୁ ମିଳୁଥିବା ଦୁର୍ଘଟଣାଜନିତ ମୃତ୍ୟୁକାଳୀନ ସହାୟତା ରାଶିକୁ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କା ଏବଂ ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ମିଳୁଥିବା ସହାୟତା ରାଶିକୁ ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଗଲା ବୋଲି ଘୋଷଣା କରିଥିଲେ।

ଜଙ୍ଗଲ, ପରିବେଶ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଥିଲେ ଯେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ନିର୍ମାଣ କାର୍ଯରେ ନିୟୋଜିତ ଶ୍ରମିକମାନଙ୍କ କଲ୍ୟାଣ ଓ ସାମାଜିକ ନିରାପତ୍ତାକୁ ସୁନିଶ୍ଚିତ କରିବା ସହ ସେମାନଙ୍କ ପରିବାର ସଦସ୍ୟକୁ ବିଭିନ୍ନ ସାମାଜିକ ସୁରକ୍ଷା ଯୋଗାଇ ଦେବା। ସେ କହିଥିଲେ ଯେ ଆଜି ଆମେ ଯାହା ବି ଆଧୁନିକତା ଦେଖୁଛୁ ନିର୍ମାଣ ଶ୍ରମିକଙ୍କ ଏଥିରେ ମହତ୍ୱପୂର୍ଣ୍ଣ ଶ୍ରମଦାନ ରହିଛି। ପାଖାପାଖି ୪୩ ଲକ୍ଷ ନିର୍ମାଣ ଶ୍ରମିକ ବୋର୍ଡ ଦ୍ୱାରା ପଞ୍ଜିକୃତ ହୋଇଛନ୍ତି। ରାଜ୍ୟରେ ଦାଦନ ସମସ୍ୟାକୁ ଦୂର କରିବା ପାଇଁ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ଏବଂ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆମ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଶ୍ରମିକମାନଙ୍କ ପାଖକୁ ଯାଇ ସେମାନଙ୍କୁ ସଚେତନ କରି ସେମାନଙ୍କ ନାମ ପଞ୍ଜିକରଣ କରୁଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ ଓ ବିକଶିତ ଓଡିଶା ଗଠନ ଦିଗରେ ଆମ ଶ୍ରମଜୀବୀମାନଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଥିଲେ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ ବିକଶିତ ଓଡିଶା ଗଠନରେ ନିର୍ମାଣ ଶ୍ରମିକଙ୍କ ବହୁତ ବଡ ଯୋଗଦାନ ରହିବ। ଆପଣଙ୍କ ସୁରକ୍ଷା ଆମ ପାଇଁ ବହୁ ଗୁରୁତ୍ୱ ରଖେ ଏବଂ ଆପଣମାନେ ମନରେ ବଡ ବଡ ସ୍ୱପ୍ନ ରଖନ୍ତୁ । ଏହା ଦ୍ୱାରା ରାଜ୍ୟ ଏବଂ ଆପଣଙ୍କ ପରିବାରର ବିକାଶ ହେବ।

ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲାରୁ ହିତାଧିକାରୀଙ୍କ ପରିବାରର ଏମ୍.ଟେକ୍ କରିଥିବା କାଦମ୍ବିନୀ ସାହୁ, ନିର୍ମାଣ ଶ୍ରମିକ କଲ୍ୟାଣ ଛାତ୍ରବୃତ୍ତି ସହାୟତା ଯୋଗୁ ଆଜି ଉଚ୍ଚ ଶିକ୍ଷା କରି ସେ ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ଖଲିକୋଟ ଅଞ୍ଚଳର କାଠ ମିସ୍ତ୍ରୀ ନିରାକାର ମହାରଣା ସରକାରୀ ଅଧିକାରୀ ତାଙ୍କ ପାଖକୁ ଯାଇ ନାମ ପଞ୍ଜିକରଣ କରି ପରିଚୟ ପତ୍ର ଦେଇଥିବାରୁ ଧନ୍ୟବାଦ ଦେଇଥିଲେ।

ଖୋର୍ଦ୍ଧା ଜିଲ୍ଲାର ପ୍ରଭାତି ନାୟକଙ୍କୁ ଝିଅ ବାହାଘର ପାଇଁ ୫୦ ହଜାର ଟଙ୍କାର ଚେକ୍, ରେବତି ଦାସଙ୍କୁ ପ୍ରସୂତି କାଳୀନ ସହାୟତା ୧୦ ହଜାର ଟଙ୍କାର ଚେକ୍, ମଦନ ମହାଲିଙ୍ଗଙ୍କୁ ପୁଅର ଶିକ୍ଷାବୃତ୍ତି ପାଇଁ ୧୦ ହଜାର ଟଙ୍କାର ଚେକ୍, ମନମୋହନ ପ୍ରଧାନଙ୍କୁ ଝିଅର ଉଚ୍ଚ ଶିକ୍ଷା ପାଇଁ ୪୮ ହଜାର ଟଙ୍କାର ଚେକ୍ ଓ ସ୍ୱର୍ଗତ ନରେନ୍ଦ୍ର ବେହେରାଙ୍କ ପତ୍ନୀ ସୁଷମା ବେହେରାଙ୍କୁ ୨ ଲକ୍ଷ ୫ ହଜାର ଟଙ୍କାର ଚେକ୍ ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ। ସେହିପରି କଟକ ଜିଲ୍ଲାର ସୁଶିଳା ପ୍ରଧାନ ଓ ବିନୋଦିନୀ ଦେବତାଙ୍କୁ ସେମାନଙ୍କ ସ୍ୱାମୀଙ୍କ ସ୍ୱଭାବିକ ମୃତ୍ୟୁ ପାଇଁ ମୃତ୍ୟୁକାଳୀନ ସହାୟତା ବାବଦରେ ୨ ଲକ୍ଷ ୫ ହଜାର ଟଙ୍କା, ବାଲୋ ବିବି ଓ ହିରୋ ମଲିକଙ୍କୁ ବିବାହ ସହାୟତା ବାବଦକୁ ୫୦ ହଜାର ଟଙ୍କା ଏବଂ ଦିଲ୍ଲିପ ସାହୁଙ୍କ ଝିଅ ପାଇଁ ଶିକ୍ଷାବୃତ୍ତି ବାବଦକୁ ୪୮ ହଜାର ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମ ସ୍ୱାଗତ ଭାଷଣ ଦେଇଥିଲେ ଓ ଶ୍ରମ କମିଶନର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଓ କଟକ ଜିଲ୍ଲାର ବହୁସଂଖ୍ୟକ ଶ୍ରମିକ ଉପସ୍ଥିତ ଥିଲେ।

Previous Post

ଆଈ ମା ଗପ ଛାଡ଼, କାମ କରି ଦେଖାଅ: ନବୀନ

Next Post

କିମ୍‍ସରେ ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ପାଳିତ

Next Post
କିମ୍‍ସରେ ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ପାଳିତ

କିମ୍‍ସରେ ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA