Thursday, October 1, 2026 12:34 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଦା ହେଲେ ଆଉ ୪ ଦୁର୍ନୀତିଗ୍ରସ୍ତ ବାବୁ

by Our Correspondent
02 Dec, 2021- 03:45 PM
in Latest News, News
1 min read
0
ବିଦା ହେଲେ ଆଉ ୪ ଦୁର୍ନୀତିଗ୍ରସ୍ତ ବାବୁ

ଭୁବନେଶ୍ୱର: ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତାକୁ ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଜାରି ରଖିଛନ୍ତି । ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା ବେଳେ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ଏମାନଙ୍କ ଛଡ଼ା ଦୁଇଜଣ ଅଧିକାରୀଙ୍କ ପେନସନ୍ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ଏ ପର୍ଯ୍ୟନ୍ତ ୧୪୦ ଅଧିକାରୀଙ୍କ ଉପରେ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲାଣି ।

ବାଧ୍ୟତାମୂଳକ ଅବସର ପାଇଥିବା ଅଧିକାରୀମାନେ ହେଲେ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର ଶ୍ରୀମତୀ ଲଳିତା କପୁର, ବେଲପାହାଡ଼ ମ୍ୟୁନିସିପାଲ୍‌ଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀ ଏବଂ ଝାରସୁଗୁଡ଼ା ମ୍ୟୁନିସିପାଲ୍‌ଟିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନ । ପୁରୀ ଜିଲ୍ଲାରେ କାର୍ଯ୍ୟ କରୁଥିବା ରାଜସ୍ୱ ନିରୀକ୍ଷକ(ଆରଆଇ) ମନୋଜ କୁମାର ପରିଡ଼ା ଚାକିରିରୁ ବହିଷ୍କାର ହୋଇଛନ୍ତି ।

ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲ୍‌ଟି ଓ ଛତ୍ରପୁର ଏନ୍‌.ଏ.ସି.ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ) ଶ୍ରୀମତୀ କପୁରଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି। ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ବେଲପାହାଡ ମ୍ୟୁନିସିପାଲ୍‌ଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଝାରସୁଗୁଡା ମ୍ୟୁନିସ୍‌ପାଲିଟ୍‌ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ୱ ନିରୀକ୍ଷକ ମନୋଜ ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରୀରୁ ବହିଷ୍କୃତ କରାଯାଇଛି ।

ଉପରୋକ୍ତ ଚାରିଜଣଙ୍କ ସମ୍ପର୍କରେ ମଧ୍ୟ ମୋ ସରକାର ଫିଡବ୍ୟାକ୍ ରେ ଜନସାଧାରଣ ପ୍ରତିକୂଳ ମତାମତ ଦେଇଥିଲେ ।

ଏହାସହିତ ଓଡିଶା ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍‌.ପି ତଥା ହୋମଗାର୍ଡର ପୂର୍ବତନ ଡି.ଏସ୍‌.ପି ଶ୍ରୀକାନ୍ତ ମିଶ୍ର ଏବଂ ଗଞ୍ଜାମ ବେଲଗୁଣ୍ଠା ବ୍ଲକ୍‌ର ପୂର୍ବତନ ଏ.ଏଫ.ଓ ଏପିଲି ଉଦୟନାଥଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି। ସେମାନଙ୍କ ନାମରେ ଥିବା ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି।

Previous Post

ଫେରିଲା କୋଭିଡ୍ ନିୟମର କଡ଼ା ଅନୁପାଳନ

Next Post

ଭାରତରେ ପଶିଲା ‘ଓମିକ୍ରନ୍’ ଭାରିଏଣ୍ଟ

Next Post
ଭାରତରେ ପଶିଲା ‘ଓମିକ୍ରନ୍’ ଭାରିଏଣ୍ଟ

ଭାରତରେ ପଶିଲା 'ଓମିକ୍ରନ୍' ଭାରିଏଣ୍ଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA