Thursday, April 16, 2026 07:34 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଏସକେୱାଇ ବଦଳରେ ଏଣିକି ଆୟୁଷ୍ମାନ ଭାରତ

ନ୍ୟାସନାଲ୍ ହେଲଥ ଅଥରିଟି ଓ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

by Our Correspondent
13 Jan, 2025- 10:52 PM
in Latest News, News
1 min read
0
ବିଏସକେୱାଇ ବଦଳରେ ଏଣିକି ଆୟୁଷ୍ମାନ ଭାରତ

ଭୁବନେଶ୍ୱର: ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା (MoU) ସ୍ୱାକ୍ଷରିତ ହୋଇଛି ।

ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହେଲା (Convergence) । ରାଜ୍ୟର 1.03 କୋଟି ପରିବାର ଉପକୃତ ହେବେ । ଏହା ଦ୍ୱାରା ରାଜ୍ୟର 70 ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ମାନେ ମଧ୍ୟ ଚିକିତ୍ସା ସୁବିଧା ପାଇପାରିବେ । ବର୍ତ୍ତମାନ ରାଜ୍ୟରେ 23, 12, 979 ଜଣ 70 ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଅଛନ୍ତି ବୋଲି ଜଣାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଓଡିଶାର ଲୋକ, ବିଶେଷ କରି ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା 2036 ସୁଦ୍ଧା ସମୃଦ୍ଧ ଓଡିଶା ଓ 2047 ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ପଞ୍ଚାୟତ ସ୍ତରରେ ଯେଉଁ ହେଲଥ ସବ୍ ସେଣ୍ଟର ଅଛି ତାହା ଠିକଭାବେ କାର୍ଯ୍ୟକାରୀ ହେଉନାହିଁ । ତେଣୁ, ରାଜ୍ୟ ସରକାର ବର୍ତ୍ତମାନ ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏଥିରେ ହେଲଥ ୱାର୍କର ଓ ଯୋଗ ଶିକ୍ଷକ ନିୟୋଜିତ ହେବେ । ଏହି ସବୁ କେନ୍ଦ୍ର ଗୁଡିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଯୋଜନା 2018 ମସିହାରୁ ଲାଗୁ ହୋଇଥିଲେ ମଧ୍ୟ ଓଡିଶାର ଲୋକଙ୍କୁ ଏଥିରୁ ବଞ୍ଚିତ କରାଯାଇଥିଲା । ବର୍ତ୍ତମାନ ଏହି ଯୋଜନା ଓଡିଶାର ନିଜସ୍ୱ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଯୋଡିହେବ ଏବଂ ଏହା ଦ୍ୱାରା ଓଡିଶାରେ 1 କୋଟିରୁ ଅଧିକ ପରିବାର ଦେଶର 29 ହଜାର ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସୁବିଧା ପାଇପାରିବେ । ବର୍ତ୍ତମାନ ମାତ୍ର 900 ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବଜେଟ୍ ରେ ସ୍ୱାସ୍ଥ୍ୟକ୍ଷେତ୍ରରେ ପ୍ରାୟ 21 ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ଯାହାକି ପୂର୍ବ ବର୍ଷ ଅପେକ୍ଷା 32.2 ପ୍ରତିଶତ ଅଧିକ ଏବଂ ଏହା ରାଜ୍ୟ ବଜେଟର 8 ପ୍ରତିଶତ । ଏହି ପରିମାଣ ଜାତୀୟ ସ୍ୱାସ୍ଥ୍ୟନୀତିର ସୁପାରିଶ ଅନୁରୂପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ପୁରୁଷ ମାନେ 5 ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରିବେ । ମହିଳା ହିତାଧିକାରୀ ମାନେ 10 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବେ ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଲ୍, ଆଇ.ଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଓଡିଶାର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।

Previous Post

ନଘାଂ ତଣ୍ଟିଆ ଖାଇଲ କାହିଁକି?

Next Post

ସୋନମାର୍ଗ ଟନେଲ୍: ଚର୍ଚ୍ଚାରେ କ୍ରିଷନ୍ କୁମାର

Next Post
ସୋନମାର୍ଗ ଟନେଲ୍: ଚର୍ଚ୍ଚାରେ କ୍ରିଷନ୍ କୁମାର

ସୋନମାର୍ଗ ଟନେଲ୍: ଚର୍ଚ୍ଚାରେ କ୍ରିଷନ୍ କୁମାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA