Wednesday, June 24, 2026 01:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆରମ୍ଭ ହେଲା ଆୟୁଷ୍ମାନ ଯୋଜନା

ଉପକୃତ ହେବେ ୩କୋଟି ୫୨ ଲକ୍ଷ ହିତାଧିକାରୀ

by Our Correspondent
11 Apr, 2025- 07:41 PM
in Latest News, News
1 min read
0
ଆରମ୍ଭ ହେଲା ଆୟୁଷ୍ମାନ ଯୋଜନା

ଭୁୁବନେଶ୍ୱର: ଓଡ଼ିଶାରେ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ଆରମ୍ଭ ହୋଇଛି । କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଆରମ୍ଭ କରାଯାଇଥିଲା । ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହୋଇଥିଲା ।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡା ତାଙ୍କ ଭାଷଣରେ ଆୟୁଷ୍ମାନ ଭାରତ ଯୋଜନାକୁ ବିଶ୍ୱର ସବୁଠୁ ବଡ଼ ସ୍ୱାସ୍ଥ୍ୟ ସେବା ଯୋଜନା ବୋଲି କହିଥିଲେ । ଏହା ଇନସୁରାନ୍ସ ନୁହେଁ, ଆସ୍ୟୁରାନ୍ସ ଯୋଜନା । ଏହି ଯୋଜନାରେ ଦେଶର ୬୧ କୋଟି ଲୋକ ଉପକୃତ ହେଉଛନ୍ତି । ଓଡ଼ିଶାର ୩ କୋଟି ୫୧ ଲକ୍ଷ ଲୋକ ମଧ୍ୟ ଚିକିତ୍ସା ସୁବିଧା ପାଇବେ । ଏହି ଯୋଜନାରେ ପ୍ରତି ହିତାଧିକାରୀଙ୍କ ପରିବାର ପିଛା ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ପାଇବେ । ମହିଳାଙ୍କୁ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ଦେଶର ଯେ କୌଣସି ସ୍ଥାନରେ ହିତାଧିକାରୀ ମାଗଣା ଚିକିତ୍ସା ପାଇବେ । ନିର୍ବାଚନ ସମୟରେ ଆମେ ଏହାକୁ ଲାଗୁ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲୁ ଏବଂ ଏହାକୁ ଆଜି ଲାଗୁ ମଧ୍ୟ କଲୁ । ଓଡିଶା ଲୋକମାନେ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇଛନ୍ତି। ତେଣୁ, ଓଡିଶାରେ ଏହି ଯୋଜନା ଲାଗୁ ହୋଇପାରିଲା । ଏହାଦ୍ୱାରା ଲୋକମାନେ ଆର୍ଥିକ ସ୍ତରରେ ଲାଭବାନ ହୋଇପାରିବେ ବୋଲି ସେ କହିଛନ୍ତି ।

ଓଡିଶାରେ ଶାସନ ଭାର ଗ୍ରହଣ କରିବାର ମାତ୍ର ୧୦ ମାସ ମଧ୍ୟରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିଥିବାରୁ ଶ୍ରୀ ନଡ୍ଡା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କୁ ଧନ୍ୟବାଦ ଦେବା ସହିତ ଟିବି ନିରାକରଣ ଦିଗରେ ଓଡିଶା ଉଲ୍ଲେଖନୀୟ କାର୍ଯ୍ୟ କରୁଛି ବୋଲି କହିଥିଲେ । ଏହି ଅବସରରେ ସେ ଅଧିକରୁ ଅଧିକ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହୋଇ ପାରିବେ ଏବଂ କାର୍ଡ ବନାଇବେ ସେଥିନେଇ ସଚେତନ କରିବାକୁ ପ୍ରତି ଘରୁକୁ ଯିବା ପାଇଁ ସେ ବିଧାୟକ ମାନଙ୍କୁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣରେ କହିଲେ ଯେ ଓଡିଶା ବିକାଶ ଇତିହାସରେ ଆଜି ଆଉ ଏକ ଅଧ୍ୟାୟ ଯୋଡିହୋଇଛି। ଗତ ପ୍ରାୟ ୬ ବର୍ଷ ହେଲା ରାଜନୈତିକ କାରଣରୁ ରାଜ୍ୟବାସୀଙ୍କୁ ବଞ୍ଚିତ କରାଯାଇଥିବା ଏହି ଐତିହାସିକ ଯୋଜନା ଆଜି ଆରମ୍ଭ ହେଉଛି। ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟସେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ଅର୍ଥ କେବେ ବାଧକ ହେବ ନାହିଁ ।

ଏହି ଯୋଜନାରେ ଆଜି ରାଜ୍ୟର ପ୍ରାୟ ୧ କୋଟି ୩ ଲକ୍ଷ ପରିବାରର ୩ କୋଟି ୪୬ ଲକ୍ଷ ହିତାଧିକାରୀ ଉପକୃତ ହେବେ। ପ୍ରତି ପରିବାରଙ୍କୁ ସରାଦେଶର ବିଭିନ୍ନ ରାଜ୍ୟରେ ତାଲିକାଭୁକ୍ତ ୨୯ ହଜାର ଘରୋଇ ଏବଂ ସରକାରୀ ହସ୍‍ପିଟାଲରେ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ମିଳିବ । ପରିବାରର ମହିଳା ସଦସ୍ୟମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ମିଳିବ ।

ଏହାଛଡ଼ା, ୭୦ ବା ତା’ଠୁ ଅଧିକ ବୟସ୍କ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନାରେ ପରିବାର ପିଛା ୫ ଲକ୍ଷ ଟଙ୍କାର ଦେୟମୁକ୍ତ ଚିକିତ୍ସା ସୁବିଧା ମିଳିବ । ଆୟୁଷ୍ଠାନ ବୟୋ-ବନ୍ଦନା ଯୋଜନାରେ ପ୍ରାୟ ୨୩ ଲକ୍ଷରୁ ଅଧିକ ବରିଷ୍ଠ ନାଗରିକ ଉପକୃତ ହେବେ । ପୂର୍ବରୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ହୋଇଥିବା ବୟୋଜ୍ୟେଷ୍ଠ ଲୋକଙ୍କ ସହିତ ଅତିରିକ୍ତ ଛ ଲକ୍ଷ ଲୋକ କାର୍ଡ ପାଇବେ।

ଏ ସମସ୍ତ ମିଳିତ ଯୋଜନାରେ ୩କୋଟି ୫୨ଲକ୍ଷ ଲୋକ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ପରିବାର ନୁହେଁ, ସମନ୍ୱିତ ଯୋଜନାରେ ପରିବାରର ପ୍ରତ୍ୟେକ ହିତାଧିକାରୀଙ୍କୁ ମିଳିବ ଗୋଟିଏ ଲେଖାଏ ଏକକ କାର୍ଡ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ବାବଦରେ ଓଡ଼ିଶା ସରକାର ୬୦:୪୦ ଅନୁପାତରେ କେନ୍ଦ୍ରୀୟ ଅଂଶଧନ ପାଇବେ। ରାଜ୍ୟ ସରକାର ମଧ୍ୟ ଏଥିପାଇଁ ଯଥେଷ୍ଟ ବ୍ୟୟ ବରାଦ କରିଛନ୍ତି।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ନୂଆ ସରକାର ଗଠନ ପରେ ବର୍ତ୍ତମାନ ସୁଦ୍ଧା ୩ ଟି ପର୍ଯ୍ୟାୟରେ ବିଭିନ୍ନ ବର୍ଗର ୪ ହଜାର ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ନିଯୁକ୍ତି ଦିଆଯାଇଛି। ଆଉ ଅଧିକ ୫  ହଜାର ୩୭୪ ଡାକ୍ତର ଓ ଦନ୍ତ ଚିକିତ୍ସକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବହୁତ ଶୀଘ୍ର ଆମେ ଏହି ଲକ୍ଷ୍ୟ ହାସଲ କରିବୁ।

ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଅଧୀନରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଚଳିତ ବର୍ଷ ବଜେଟ୍‌ରେ ୩ ହଜାର ୮୮୧ କୋଟି ଟଙ୍କା ଏବଂ ଆମ ହସ୍‍ପିଟାଲ ଅଧୀନରେ ୪୨୦ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଆଜି ଏହି ଅବସରରେ କଟକରେ ସାତ ମହଲା ବିଶିଷ୍ଟ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପୋଷ୍ଟ ଗ୍ରାଜୁଏଟ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ପେଡିଆଟ୍ରିକ୍‌ସ ବା ଶିଶୁ ଭବନର ନୂଆ ବିଲ୍‌ଡିଙ୍ଗ ଓ ଡାକ୍ତରମାନଙ୍କ ପାଇଁ ହଷ୍ଟେଲର ଉଦ୍‌ଘାଟନ କରାଯାଇଛି। ଏହି ନୂଆ ବିଲ୍‌ଡିଙ୍ଗରେ ଶଯ୍ୟା ସଂଖ୍ୟା ୪୨୨ରୁ ୮୪୬କୁ ବୃଦ୍ଧି ହୋଇଛି । ଏଥିରେ ୧୪୦ଟି ICU ବେଡ୍ ରହିଛି। ହଷ୍ଟେଲରେ ପ୍ରାୟ ୧୮୦ ଜଣ ରେସିଡେଣ୍ଟ ଡାକ୍ତର ରହିପାରିବେ।

ଏହା ସହିତ ଭୁବନେଶ୍ୱରର ରାଜ୍ୟ ମେଡିକାଲ କର୍ପୋରେସନ କ୍ୟାମ୍ପସ୍‌ରେ ଏକ ମାଇକ୍ରୋ-ବାୟୋଲୋଜିକାଲ୍ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରାଯାଇଛି। ଏହା ଦ୍ୱାରା ଖାଦ୍ୟ ଓ ପାଣି ସାମ୍ପଲ ଗୁଡିକର ପରୀକ୍ଷା କରାଯାଇ, ତା’ର ମାନ ନିର୍ଦ୍ଧାରଣ କରାଯାଇ ପାରିବ ।

ଏହି ଅବସରରେ ସୁସ୍ଥ ଓଡ଼ିଶା-ବିକଶିତ ଓଡ଼ିଶା ଗଠନରେ ସହଯୋଗ କରି ରାଜ୍ୟକୁ ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶା ଭାବେ ଗଢିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।

କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ କହିଥିଲେ, ଆମ ସରକାର ଲୋକଙ୍କ ପାଇଁ କାମ କରେ। ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟର ଆଦିବାସୀ ସମ୍ପ୍ରଦାୟର ସବୁଠାରୁ ଅଧିକ ଲୋକ ଉପକୃତ ହୋଇପାରିବେ ବୋଲି ସେ ମତ ଦେଇଥିଲେ ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ ଯେ, ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ସାରା ଭାରତବର୍ଷରେ କାଶ୍ମୀରଠୁ ନେଇ କନ୍ୟାକୁମାରୀ ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଓଡିଶାର ଲୋକମାନେ ଚିକିତ୍ସା ସେବା ପାଇ ପାରିବେ ବୋଲି ସେ କହିଥିଲେ ।

ଏହି ଅବସରରେ କଟକ ସାଂସଦ ଭର୍ତ୍ତୃହରି ମହତାବ, କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଏବଂ ଜଗତସିଂହପୁର ସାଂସଦ ବିଭୁପ୍ରସାଦ ତରାଇ ପ୍ରମୁଖ ଆୟୁଷ୍ମାନ ଭାରତ ଯୋଜନା ଓଡିଶାର ଲୋକମାନଙ୍କ ପାଇଁ କିପରି ଉପାଦେୟ ହୋଇପାରିବ ସେ ସମ୍ପର୍କରେ ନିଜ ନିଜର ଅଭିଭାଷଣ ରଖିଥିଲେ ।

କାର୍ଯ୍ୟକ୍ରମରେ ଅତିଥି ଭାବରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ ବିଭିନ୍ନ ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ସ୍ୱାସ୍ଥ୍ୟ ସଚିବ ଶ୍ରୀମତୀ ଅଶ୍ୱଥୀ ଏସ୍ ପ୍ରମୁଖ ଯୋଗଦେଇଥିଲେ ଏବଂ ଆଭାଷୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ମାନେ ଉପସ୍ଥିତ ଥିଲେ ।

Previous Post

ସମ୍ ନର୍ସିଂ କଲେଜ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ

Next Post

ନବୀନଙ୍କ ନାଲି ଆଖିକୁ ଡରିଲେନିିିି

Next Post
ନବୀନଙ୍କ ନାଲି ଆଖିକୁ ଡରିଲେନିିିି

ନବୀନଙ୍କ ନାଲି ଆଖିକୁ ଡରିଲେନିିିି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA