ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି-2 ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ବାଗ୍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’ର ଉଦ୍ଘାଟନ କରିଛନ୍ତି । ଏହି ସେଣ୍ଟର୍ଟି ବାଙ୍ଗାଲୋର୍ ହସ୍ପିସ୍ ଟ୍ରଷ୍ଟ ଅନ୍ତର୍ଭୁକ୍ତ ‘କରୁଣାଶ୍ରୟ’ ଅନୁଷ୍ଠାନର ସହଯୋଗ ଏବଂ ଶ୍ରୀମତୀ ସୁସ୍ମିତା ବାଗ୍ଚୀ ଓ ସୁବ୍ରତ ବାଗ୍ଚୀଙ୍କ ଅକୁଣ୍ଠିତ ଅନୁଦାନରେ ପ୍ରତିଷ୍ଠିତ ହୋଇଛି । ଏଠାରେ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଜୀବନର ଶେଷାବସ୍ଥାରେ ପହଞ୍ଚିଥିବା ସମସ୍ତ ରୋଗୀମାନଙ୍କର ସେବା ନିଃଶୁଳ୍କ ଭାବରେ କରାଯାଏ । ଓଡିଶା ସରକାର ଏହି ସେଣ୍ଟର୍ ପାଇଁ ଜମି ତଥା ଅନ୍ୟାନ୍ୟ ଆନୁସଙ୍ଗିକ ଆବଶ୍ୟକତା ରିହାତି ଦରରେ ଯୋଗାଇ ଦେଇଛନ୍ତି । ସେବା ଯତ୍ନ ବ୍ୟତୀତ ‘ବାଗ୍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ମଧ୍ୟ ଆଗାମୀ ଦିନରେ କାର୍ଯ୍ୟ କରିବ।








