Wednesday, April 8, 2026 05:02 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବାହୁଡ଼ିଲେ ତିନି ଠାକୁର

ରଥଯାତ୍ରା ଭଳି ଶୃଙ୍ଖଳିତ ହେଲା ବାହୁଡ଼ା

by Our Correspondent
20 Jul, 2021- 09:56 PM
in Latest News, News
1 min read
0
ବାହୁଡ଼ିଲେ ତିନି ଠାକୁର

ପୁରୀ: ମହାପ୍ରଭୁଙ୍କ ଭକ୍ତଶୂନ୍ୟ ଶୃଙ୍ଖଳିତ ରଥଯାତ୍ରା ଭଳି ଆଜି ବାହୁଡ଼ା ଯାତ୍ରା ବି ଅନୁରୂପ ଭାବେ ସମ୍ପନ୍ନ ହୋଇଛି । କୋଭିଡ୍ କଟକଣା ଅନୁପାଳନ ସହ ସେବାୟତମାନେ ନିର୍ଦ୍ଧାରିତ ସମୟ ପୂର୍ବରୁ ତିନି ରଥକୁ ଗୁଣ୍ଡିଚା ମନ୍ଦିର ସାମନାରୁ ସିଂହଦ୍ୱାର ସମ୍ମୁଖକୁ ଟାଣି ଆଣିଛନ୍ତି । ମହାପ୍ରଭୁଙ୍କ ନୀତିକାନ୍ତିଠାରୁ ଆରମ୍ଭ କରି ରଥଟଣା କେଉଁଥିରେ ବି ସାମାନ୍ୟ ବିଶୃଙ୍ଖଳା ଦେଖିବାକୁ ମିଳି ନ ଥିଲା ।

ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ଆଜି ଶ୍ରୀଜୀଉଙ୍କ ବାହୁଡ଼ା ପହଣ୍ଡି ଆରମ୍ଭ ହୋଇଥିଲା । ନୀତିକାନ୍ତି ସଅଳ ସରିବା ପରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ଏବଂ ପରେ ପରେ ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପହଣ୍ଡିରେ ଆସି ରଥ ଉପରେ ବିଜେ ହୋଇଥିଲେ । ଶ୍ରୀଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଶ୍ରୀନଅରରୁ ଶରଧାବାଲିରେ ପହଞ୍ଚି ରଥ ଉପରେ ଛେରାପହଁରା କରିଥିଲେ । ଏହାପରେ ଦିନ ୧୨.୨୦ ରେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ , ପରେ ପରେ ସୁଭଦ୍ରାଙ୍କ ଦେବଦଳନ ଏବଂ ଶେଷରେ କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥ ଗଡ଼ିଥିଲା ।

ପ୍ରବଳ ଖରା, ଗୁଳୁଗୁଳି ଓ ଶେଷରେ ବର୍ଷା ମଧ୍ୟରେ ସେବାୟତମାନେ ତିନି ରଥକୁ ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ସିଂହଦ୍ୱାର ସାମନାକୁ ଟାଣି ଆଣିଥିଲେ । ସିଂହଦ୍ୱାର ସାମନାରେ ତିନି ରଥ ପହଞ୍ଚିବା ପରେ ସେବାୟତମାନଙ୍କ ଗୀତ ଗୋବିନ୍ଦ ଗାନ ସେଠାରେ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲା ।

ଆସନ୍ତାକାଲି ତିନି ରଥରେ ଶ୍ରୀଜୀଉମାନଙ୍କର ସୁନାବେଶ ଅନୁଷ୍ଠିତ ହେବ । କୋଭିଡ୍ କଟକଣା ଦୃଷ୍ଟିରୁ ଗତବର୍ଷ ଭଳି ଏବର୍ଷ ମଧ୍ୟ ବିନା ଭକ୍ତରେ ଶ୍ରୀଜୀଉଙ୍କ ସୁନାବେଶ ସୁନାବେଶ ହେବ ।

ସବୁ ମହାପ୍ରଭୁଙ୍କ କରୁଣା: ମୁଖ୍ୟମନ୍ତ୍ରୀ

କୋଭିଡ୍ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି । ଏହି କଠିନ ପରିସ୍ଥିତିରେ ମହାପ୍ରଭୁଙ୍କ କରୁଣା ଯୋଗୁଁ ଏହା ସମ୍ଭବ ହୋଇପାରିଲା ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ମହାପ୍ରଭୁଙ୍କ ନିକଟରେ ତାଙ୍କର ଭକ୍ତି ନିବେଦନ କରିଛନ୍ତି ।

ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍ ସମୟରେ ସମ୍ପନ୍ନ କଲେ ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି ।

ମନ୍ଦିର ପ୍ରଶାସନ, ପୁଲିସ ପ୍ରଶାସନ, ଜିଲ୍ଲା ପ୍ରଶାସନ, ଅଗ୍ନିଶମ ସେବା, ପୁରୀ ମ୍ୟୁନିସିପାଲିଟି ଆଦି ବିଭିନ୍ନ ସରକାରୀ ସଂସ୍ଥା ପରଷ୍ପର ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ତମ ଭାବରେ ପରିଚାଳନା କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସର୍ବୋପରି ପୁରୀର ଜନସାଧାରଣ ନବଦିନ ଯାତ୍ରା ସମୟରେ କୋଭିଡ୍ କଟକଣା ମାନି ଯେଭଳି ସଂଯମତା ପ୍ରଦର୍ଶନ କରିଛନ୍ତି ତାହା ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ସହରବାସୀଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ୍ କୁମାର, ପୁଲିସ ଡିଜି ଶ୍ରୀ ଅଭୟ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ମଧ୍ୟ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

Previous Post

ପବିତ୍ର ବାହୁଡା ଯାତ୍ରାର ସିଧା ପ୍ରସାରଣ

Next Post

ପବିତ୍ର ସୁନାବେଶର ସିଧା ପ୍ରସାରଣ

Next Post
ପବିତ୍ର ସୁନାବେଶର ସିଧା ପ୍ରସାରଣ

ପବିତ୍ର ସୁନାବେଶର ସିଧା ପ୍ରସାରଣ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA