ଭୁବନେଶ୍ୱର: ନିକଟରେ ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ଆଜି କଂଗ୍ରେସ ଦଳରେ ଯୋଗଦେଇଛନ୍ତି । କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ଆୟୋଜିତ ମିଶ୍ରଣ ପର୍ବରେ ସେ ତାଙ୍କର ସମର୍ଥକମାନଙ୍କ ସହ କଂଗ୍ରେସରେ ଯୋଗ ଦେଇଥିଲେ । ଏହି ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଡ. ଅଜୟ କୁମାର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ ।







