Wednesday, April 22, 2026 06:40 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବାଲେଶ୍ୱରକୁ ୧୭୮ କୋଟି, ବଲାଙ୍ଗୀରକୁ ୧୫୮ କୋଟି

ଆମ ଓଡ଼ିଶା ନବୀନ ଓଡ଼ିଶା

by Our Correspondent
31 Oct, 2023- 08:37 PM
in Latest News, News
1 min read
0
ବାଲେଶ୍ୱରକୁ ୧୭୮ କୋଟି, ବଲାଙ୍ଗୀରକୁ ୧୫୮ କୋଟି

ଭୁବନେଶ୍ୱର: ଆମ ଓଡ଼ିଶା ନବୀନ ଓଡ଼ିଶାରେ ସାମିଲ ହୋଇଛି ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲା । କାର୍ଯ୍ୟକ୍ରମର ସପ୍ତମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଯୋଗେ ଏହି ଦୁଇ ଜିଲ୍ଲାରେ ଆଜି ଯୋଜନାର ଶୁଭାରମ୍ଭ କରିଛନ୍ତି । ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

ବାଲେଶ୍ୱର ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି ଟଙ୍କା । ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍ ର ୩୫୬ ଟି ଗ୍ରାମ ପଞ୍ଚାୟତରେ ୪୪୬୫ ଟି ପ୍ରକଳ୍ପ ହେବ । ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏଥିରେ ୧୪ ଟି ବ୍ଲକ୍ ର ୩୧୭ଟି ଗ୍ରାମ ପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ ।

ବାଲେଶ୍ୱର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରେମୁଣା ବହୁମୁଖୀ କମ୍ୟୁନିଟି ହଲ୍‌, କଣ୍ଟିଆଚୋରା ନଦୀର ପୁନରୁଦ୍ଧାର, କ୍ଷୀରଚୋରା ଗୋପିନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଆଉ କେତେକ ସ୍କୁଲ ଓ କଲେଜର ରୂପାନ୍ତର।

ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ଚନ୍ଦନେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ, ରଣସିଂହପୁର ଆଶ୍ରମ ସ୍କୁଲର ଉନ୍ନତୀକରଣ, ବାସୁଳୀ ମା’ ମନ୍ଦିରର ସୌନ୍ଦର୍ଯ୍ୟକରଣ, Rural Institute of Higher Studies କଲେଜର ରୂପାନ୍ତର।

ଜଳେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ଜଳେଶ୍ୱର ପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ୍‌ । ଏହା ଦ୍ୱାର ଜିଲ୍ଲାରେ କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ। ଏହା ସହିତ ସିଦ୍ଧେଶ୍ୱର କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ, ଦିନକୃଷ୍ଣ କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ଏବଂ ଜଳେଶ୍ୱର ମହିଳା କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ।

ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ’ ଭାବେ ଉନ୍ନତୀକରଣ, ଏହା ସହିତ ଦୁଇଟି ବୃହତ ସେତୁ ଏବଂ ୩ଟି ଡିଗ୍ରୀ ଓ ଯୁକ୍ତ ଦୁଇ କଲେଜ।

ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହରଦା ମାଛ ମାର୍କେଟର ଉନ୍ନତୀକରଣ, ଜଳକା ଡ୍ରେନେଜ୍ ସିଷ୍ଟମର ଉନ୍ନତୀକରଣ, ଡଗର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସେତୁ, ସ୍କୁଲ ଓ କଲେଜ।

ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚାନ୍ଦିପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ଝାଡେଶ୍ୱର ମନ୍ଦିର, ଫକିରମୋହନ କଲେଜ, ବଳାଙ୍ଗି କଲେଜ ଓ ନୀଳମଣି କଲେଜ ।

ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ପୀଠର ଉନ୍ନତୀକରଣ, ନୀଳଗିରି ରିସିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଖୁମୁକୁଟ ଜଳପ୍ରକଳ୍ପ, ନୀଳଗିରି ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ଏବଂ କେତେକ ସ୍କୁଲ ଓ କଲେଜ।

ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସିନ୍ଧୁଆ ଡ୍ୟାମଠାରେ ଏକ ପର୍ଯ୍ୟଟନ କେନ୍ଦ୍ର, କୁପାରୀ MSME Park, କୁପାରୀ ST Hostel, ଅନେକ ସେତୁ ଓ ସିମୁଳିଆଠାରେ ନଦୀବନ୍ଧର ଉନ୍ନତୀକରଣ।

ଏହି ପରି ବାଲେଶ୍ୱର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସେହିପରି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ତୁସୁରାଠାରେ Air Strip, ୨ଟି Mega Lift ପ୍ରକଳ୍ପ, ତୁସୁରା ସମଲାଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ସ୍କୁଲ ଓ କଲେଜ।

ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ହରିଶଙ୍କର ମନ୍ଦିର ଉନ୍ନତୀକରଣରେ କେତେକ ନୂତନ ପ୍ରକଳ୍ପ ଯଥା :- ନୂଆ ପ୍ରବେଶ ପଥ, ଚେକ ଡ୍ୟାମ୍, କଲଭର୍ଟ, ପୋଲିସ ଆଉଟପୋଷ୍ଟ ଇତ୍ୟାଦି, ଖପ୍ରାଖୋଲରେ ଏକ ନୂଆ ସଡକ ଏବଂ କେତେକ କଲେଜ।

ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ସମଲେଇଙ୍କ ମନ୍ଦିର, ଗୋପାଳଜୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ ଗ୍ରାଉଣ୍ଡର ବିକାଶ, ଚାନ୍ଦିଲି ପାହାଡ ପର୍ଯ୍ୟଟନ ପ୍ରକଳ୍ପ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ସ୍କୁଲ ଓ କଲେଜ, ଲୋୟର ସୁକତେଲ କଲୋନୀରେ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତର, ବଲାଙ୍ଗୀର CNI Churchର ଉନ୍ନତୀକରଣ।

କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାଣିପୁର ଝରିଆଲ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ୩ଟି ଡିଗ୍ରୀ କଲେଜର ଉନ୍ନତୀକରଣ।

ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଯୋଗେଶ୍ୱର ମନ୍ଦିର, ସ୍ୱାଧୀନତା ସଂଗ୍ରାମୀ ମାଝୀ ମାନ୍ଧାତାଙ୍କ ସ୍ମୃତିରେ ଏକ ଐତିହ୍ୟ କେନ୍ଦ୍ର ସ୍ଥାପନ ଏବଂ ୩ଟି ଡିଗ୍ରୀ କଲେଜ।

ଏହି ପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଅଶ୍ୱିନୀ ପାତ୍ର, ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବିଧାୟକ ଅନନ୍ତ ଦାସ, ନିତ୍ୟାନନ୍ଦ ସାହୁ, ସ୍ୱରୂପ ଦାସ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସରୋଜ ମେହେରଙ୍କ ସମେତ ଜିଲ୍ଲା ପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଯୋଗ ଦେଇଥିଲେ ।

Previous Post

ବ୍ରିଜେଶ ରାୟ ଅତିରିକ୍ତ ସିପି

Next Post

ନୂଆ ଦାୟିତ୍ୱ ପାଇଁ ପାଣ୍ଡିଆନଙ୍କୁ ଶୁଭେଚ୍ଛାର ସୁଅ

Next Post
ନୂଆ ଦାୟିତ୍ୱ ପାଇଁ ପାଣ୍ଡିଆନଙ୍କୁ ଶୁଭେଚ୍ଛାର ସୁଅ

ନୂଆ ଦାୟିତ୍ୱ ପାଇଁ ପାଣ୍ଡିଆନଙ୍କୁ ଶୁଭେଚ୍ଛାର ସୁଅ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA