Thursday, October 1, 2026 08:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘର ମରାମତି ପାଇଁ ମିଳିବ ସହାୟତା

କ୍ୟାବିନେଟ୍ ବୈଠକରେ ନିଆଗଲା ନିଷ୍ପତ୍ତି

by Our Correspondent
21 Dec, 2021- 07:37 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘର ମରାମତି ପାଇଁ ମିଳିବ ସହାୟତା

ଭୁୁବନେଶ୍ୱର: ବିଜୁ ପକ୍କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ୩ ହଜାର ଟଙ୍କା ସହାୟତା ମିଳିବ । ଯେଉଁମାନେ କେନ୍ଦ୍ର ଯୋଜନାରେ ଘର ପାଇବାରୁ ବଞ୍ଚିତ ହୋଇ ଦୁଃଖକଷ୍ଟରେ ଜୀବନ କାଟୁଛନ୍ତି, ସେହି ପରିବାରକୁ ଘର ମରାମତି ପାଇଁ ରାଜ୍ୟ ସରକାର ୫ ହଜାର ଟଙ୍କା ସହାୟତା ଦେବେ । ଏହି ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ । ୩୦ ଲକ୍ଷ ପରିବାର ଏଥିରେ ଉପକୃତ ହେବେ । ଏଥିପାଇଁ ଖର୍ଚ୍ଚ ହେବ ୧୪୪୪ କୋଟି ଟଙ୍କା । ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନାରୁ ଏହି ଖର୍ଚ୍ଚ ଭରଣ କରାଯିବ ।

ରାଜ୍ୟ କ୍ୟାବିନେଟ୍ ରେ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ସଂକ୍ରାନ୍ତରେ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ପରିବାରର ମୁଣ୍ଡ ଉପରେ ଭଲ ଛାତ ଥିଲା ବିଜୁ ବାବୁଙ୍କ ସ୍ୱପ୍ନ । ସେହି ସ୍ୱପ୍ନକୁ ସାକାର କରିବା ପାଇଁ ଆମେ ବିଜୁ ପକ୍କା ଘର ଯୋଜନା ଆରମ୍ଭ କରିଛୁ । ସବୁ କଚ୍ଚା ଘରକୁ ପକ୍କା କରିବା ପାଇଁ ୨୦୧୪ର ପ୍ରଥମ କ୍ୟାବିନେଟରେ ଆମେ ନିଷ୍ପତ୍ତି ନେଇଥିଲୁ । ଏ ଦିଗରେ ମଧ୍ୟ ବହୁତ ଭଲ କାମ ହୋଇଛି । ଗ୍ରାମାଞ୍ଚଳରେ ଘର ତିଆରିରେ ଓଡିଶା ସାରା ଦେଶରେ ଏକ ଆଗୁଆ ରାଜ୍ୟ । ଏଥିପାଇଁ ରାଜ୍ୟ ସରକାର  ଏ ପର୍ଯ୍ୟନ୍ତ ୨୨ ହଜାର କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କଲେଣି ।

ଗାଁର ଗରିବ ଲୋକଙ୍କୁ ପକ୍‌କା ଘର ଖଣ୍ଡିଏ ଦେବା ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ବିଜୁ ପକ୍‌କା ଘର, ନିର୍ମାଣ ଶ୍ରମିକ ପକ୍‌କା ଘର ଓ ଖଣି ଅଞ୍ଚଳ ପକ୍‌କା ଘର ଯୋଜନା କରିଛନ୍ତି । ତା ସହିତ କେନ୍ଦ୍ର ଯୋଜନାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ରହିଛି । କେନ୍ଦ୍ର ଗୃହ ନିର୍ମାଣ ଯୋଜନା ପାଇଁ ରାଜ୍ୟ ସରକାର ମଧ୍ୟ ପାଖାପାଖି ଅଧା ଖର୍ଚ୍ଚ ବହନ କରୁଛନ୍ତି ।

କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅନେକ ଯୋଗ୍ୟ ପରିବାର ବହୁ ଦିନ ଧରି ଅପେକ୍ଷା କରିଛନ୍ତି । ଏ ସଂପର୍କରେ ମୁଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛି । ଦୁଃଖର କଥା ଆମର ଜନଜାତି ଅଞ୍ଚଳ ଓ ପଶ୍ଚିମ ଓଡିଶା ପରି ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ଲୋକମାନେ ଏଥିରେ ବିଶେଷ ପ୍ରଭାବିତ ହୋଇଛନ୍ତି । ଏ ଵିଷୟ ରେ ମୁଁ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛି ।

ମୁଁ ଜାଣେ କୋଭିଡ ଯୋଗୁ ଆମର ଗରିବ ଲୋକମାନେ ବହୁତ କଷ୍ଟରେ ଅଛନ୍ତି । ଛୋଟ ଛୋଟ ମରାମତି କରିବା, ଏପରିକି ଚୂନ ଦେବା ପାଇଁ ମଧ୍ୟ ଆପଣଙ୍କ ମାନେ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଆପଣମାନଙ୍କର ଏ କଷ୍ଟକୁ ମୁଁ ଅନୁଭବ କରୁଛି । ଏଥିପାଇଁ ରାଜ୍ୟ କ୍ୟାବିନେଟ ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଗରିବ ଲୋକଙ୍କୁ ସହାୟତା ଦେବା ପାଇଁ ସ୍ଥିର କରିଛି । ଏଭଳି ନିଷ୍ପତ୍ତି ନେବାରେ ଆପଣଙ୍କ ରାଜ୍ୟ ସରକାର ସାରା ଦେଶରେ ପ୍ରଥମ ।

ମୋ ସରକାର ଥିବା ପର୍ଯ୍ୟନ୍ତ ମୋ ରାଜ୍ୟର ଭାଇ ଭଉଣୀ ମାନଙ୍କୁ ଘର ପାଇଁ ହଇରାଣ ହେବାକୁ ମୁଁ ଦେବି ନାହିଁ । ମୁଁ ଚାହେଁ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଆପଣମାନଙ୍କ ପାଇଁ କେନ୍ଦ୍ର ଯୋଜନାରୁ ଘର ଆଣିବା ପାଇଁ ଆମେ ଚେଷ୍ଟା କରୁଛୁ । କିନ୍ତୁ ଯଦି କେନ୍ଦ୍ର ସରକାର ଆପଣମାନଙ୍କର ନ୍ୟାୟପୂର୍ଣ୍ଣ ଦାବୀକୁ ଗ୍ରହଣ ନ କରନ୍ତି, ତେବେ ଆପଣମାନେ ଚିନ୍ତା କରନ୍ତୁ ନାହିଁ । ରାଜ୍ୟ ସରକାର ଆପଣମାନଙ୍କ ସାଥିରେ ଅଛି । ଆପଣଙ୍କୁ ଘର ଦେବା ପାଇଁ ଆମେ ପଦକ୍ଷେପ ନେବୁ ।

Previous Post

ଓଡ଼ିଶାରେ ଓମିକ୍ରନ୍, ୨ ଆକ୍ରାନ୍ତ ଚିହ୍ନଟ

Next Post

ଉତ୍କଳ କନିକା ଗ୍ୟାଲେରିଆର ଦ୍ୱିତୀୟ ପ୍ରତିଷ୍ଠା ଦିବସ

Next Post
ଉତ୍କଳ କନିକା ଗ୍ୟାଲେରିଆର ଦ୍ୱିତୀୟ ପ୍ରତିଷ୍ଠା ଦିବସ

ଉତ୍କଳ କନିକା ଗ୍ୟାଲେରିଆର ଦ୍ୱିତୀୟ ପ୍ରତିଷ୍ଠା ଦିବସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA