Saturday, April 25, 2026 06:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

by Our Correspondent
22 Apr, 2023- 03:19 PM
in Latest News, News, Politics
1 min read
0
କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ନିକଟରେ କଂଗ୍ରେସରେ ଯୋଗଦେଇଥିବା ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳରେ ବଡ଼ ଦାୟିତ୍ୱ ମିଳିଛି । ଓଡ଼ିଶା କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତି ମିଳିଛି । ଏଆଇସିସି ପକ୍ଷରୁ ଏହି ନିଯୁକ୍ତିନାମା ଆଜି ପ୍ରକାଶ ପାଇଛି ।

ଗତ ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହରେ ଶ୍ରୀ ପଟ୍ଟନାୟକ କଂଗ୍ରେସରେ ଯୋଗଦେଇଥିଲେ । ଦଳକୁ ଆସୁ ଆସୁ ସେ ସକ୍ରିୟ ହୋଇଥିଲେ । ଦଳରେ ତାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବ ବୋଲି ଆଭାସ ମିଳିଥିଲା । ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ଆସନ୍ତା ନିର୍ବାଚନକୁ ସେ ସାମନା କରିବେ ।

ସୂଚନାଥାଉକି, ୧୯୭୬ ବ୍ୟାଚ୍ ର ଆଇଏଏସ୍ ବିଜୟ ପଟ୍ଟନାୟକ ୨୦୦୪ ରୁ ୨୦୧୦ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିଥିଲେ । ୨୦୧୦ରୁ ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟ ଶାସନ ସଚିବ ପଦରେ ଥିଲେ । ଚାକିରିରୁ ଅବସର ନେବା ପରେ ସେ ରାଜ୍ୟ ଷ୍ଟାଫ୍ ସିଲେକ୍ସନ୍ କମିସନ ଅଧ୍ୟକ୍ଷ ପଦ ମଣ୍ଡନ କରିଥିଲେ । ବର୍ଷକ ପରେ ଇସ୍ତଫା ଦେଇ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ମୁଖ୍ୟ ଭାବେ ଯୋଗଦେଇଥିଲେ ।

ନିକଟରେ ବେଦାନ୍ତ ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ଭର୍ତ୍ସନା କଲା ପରେ ଶ୍ରୀ ପଟ୍ଟନାୟକ ଅଡୁଆରେ ପଡ଼ିଛନ୍ତି । କଂଗ୍ରେସ ଦଳ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଥିବା ବେଳେ ସରକାରରେ ଶ୍ରୀ ପଟ୍ଟନାୟକଙ୍କ ଅତୀତ ଭୂମିକାକୁ ନେଇ ପ୍ରଶ୍ନ ଉଠିଛି । ବିଶ୍ୱବିଦ୍ୟାଳୟ ପାଇଁ ବୁଝାମଣା ଏବଂ ବେଆଇନ ଜମି ଅଧିଗ୍ରହଣରେ ତାଙ୍କର ପ୍ରମୁଖ ଭୂମିକା ଥିବା କୁହାଯାଉଛି । ଗଣମାଧ୍ୟମରେ ଏହାକୁ ନେଇ ଚର୍ଚ୍ଚା ହୋଇଥିଲେ ମଧ୍ୟ ସେ ମୁହଁ ଖୋଲିନାହାନ୍ତି ।

 

Previous Post

ପାଣିଗ୍ରାହୀ ଦମ୍ପତ୍ତିଙ୍କ ନାଁରେ ଭିଜିଲାନସ୍ ଚାର୍ଜସିଟ୍

Next Post

କଂଗ୍ରେସ ରାଜନୈତିକ ବ୍ୟାପାର କମିଟି ଗଠନ

Next Post
କଂଗ୍ରେସ ରାଜନୈତିକ ବ୍ୟାପାର କମିଟି ଗଠନ

କଂଗ୍ରେସ ରାଜନୈତିକ ବ୍ୟାପାର କମିଟି ଗଠନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA