Monday, June 22, 2026 05:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ବିଜେଡି ଜନସମ୍ପର୍କ ପଦଯାତ୍ରା ପ୍ରସ୍ତୁତି ଶିବିର

by Our Correspondent
29 Sep, 2022- 06:42 PM
in Latest News, News, Politics
1 min read
0
ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡାଙ୍କ ଆଗମନ ପାଇଁ ବିଜେପି ଶିବିର ଚଳଚଞ୍ଚଳ ଥିବା ବେଳେ ବିଜେଡି ମଧ୍ୟ ତା’ର ଶକ୍ତି ପ୍ରଦର୍ଶନ କରିଛି । ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଏକମାସ ବ୍ୟାପି ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବା ପାଇଁ ବରମୁଣ୍ଡା ପଡ଼ିଆରେ ଦୁଇଦିନିଆ ପ୍ରସ୍ତୁତି ଶିବିର କରିଛି । ଆଜି ପ୍ରଥମ ଦିନରେ ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନର କର୍ମକର୍ତ୍ତା, ସମସ୍ତ ମନ୍ତ୍ରୀ, ବିଧାୟକ, ସାଂସଦ ଏବଂ ରାଜ୍ୟ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ ।

ବେଙ୍ଗାଲୁରୁ ଗସ୍ତରେ ଥିବା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ଯୋଗେ ଏହି ସମାବେଶରେ ଯୋଗଦେଇ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଆମ ଦଳ ଲୋକଙ୍କ ସାଥୀରେ ଅଛି, ଲୋକଙ୍କ ପାଇଁ କାମ କରୁଛି । ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ ତାହା ଉପରେ ଧ୍ୟାନ ଦିଅ । ବିଜୁ ଜନତା ଦଳର ଏକମାସ ବ୍ୟାପି ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ।

ସମାବେଶରେ ଅଧ୍ୟକ୍ଷତା କରି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଥିଲେ, ଓଡ଼ିଶାର ସ୍ୱାର୍ଥରକ୍ଷା ପାଇଁ ବିଜୁ ଜନତା ଦଳ ଏକ ସାମୂହିକ ଆନେ୍ଦାଳନରେ ପରିଣତ ହୋଇଛି । ଦଳ ଏହାର ପ୍ରତିବଦ୍ଧତାରୁ ବିଚୁ୍ୟତି ହୋଇନାହିଁ । ଏହି ପ୍ରତିବଦ୍ଧତାକୁ ଆଗକୁ ନେବା ଲାଗି ଆମର ଉତ୍ତରଦାୟିତ୍ୱ ରହିଥିବାରୁ ପଦଯାତ୍ରାକୁ ଆମେ ସଫଳ କରିବା ।

ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ମନ୍ତ୍ରୀ ଡ. ଅରୁଣ ସାହୁ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ପ୍ରମିଳା ମଲ୍ଲିକ, ସାଂସଦ ଡ. ସସ୍ମିତ୍ ପାତ୍ର, ପୂର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା, ମହିଳା ବିଜେଡି ସଭାପତି ସ୍ନେହାଙ୍ଗିନୀ ଛୁରିଆ, ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ, ଛାତ୍ର ବିଜେଡି ସଭାପତି ଦେବୀରଂଜନ ତ୍ରିପାଠୀ, ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତରାୟ ଭାଷଣ ଦେଇଥିଲେ ।

ସମାବେଶର ଦ୍ୱିତୀୟ ଅଧିବେଶନରେ ଯୋଗଦେଇଥିଲେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଡ. ଉଜ୍ଜଳ ପଟନୀ । ନବୀନ ପଟ୍ଟନାୟକଙ୍କୁ ଦେଶର ତିନି ଜଣ ଶ୍ରେଷ୍ଠ ନେତାଙ୍କ ମଧ୍ୟରୁ ଜଣେ ବୋଲି ଅଭିହିତ କରିଥିଲେ । ସେ ଆହୁରି କହିଥିଲେ ଯେ ଦେଶର ଅଧେ ନେତା ନବୀନ ବାବୁଙ୍କଠାରୁ ବିନମ୍ରତା ଓ ସରଳତା ଶିଖିବା ଉଚିତ । ଏହି ଅବସରରେ ସେ ଉପସ୍ଥିତ ମହିଳା, ଯୁବ ଓ ଛାତ୍ରନେତାଙ୍କୁ ନେତୃତ୍ୱ ବିକାଶର ବିଭିନ୍ନ କୌଶଳ ସମ୍ପର୍କରେ ଶିକ୍ଷା ଦେଇଥିଲେ ।

ପ୍ରାରମ୍ଭରେ ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ପ୍ରଦୀପ ଅମାତ, ଟୁକୁନି ସାହୁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ଵଳନ କରି ସମାବେଶକୁ ଉଦଘାଟନ କରିଥିଲେ। ବନ୍ଦେ ଉତ୍କଳ ଜନନୀ ଗାନ ହେଲା ପରେ ବୈଠକ ଆରମ୍ଭ ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟଣାଣୀ, ମଙ୍ଗଳା କିଷାନ, ପଦ୍ମନାଭ ବେହେରା, ସଞ୍ଜୟ ଦାସବର୍ମା, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅଶ୍ଵିନୀ ପାତ୍ର, ରଘୁନନ୍ଦନ ଦାସ, ରୋହିତ ପୂଜାରୀ, ତୁଷାରକାନ୍ତି ବେହେରା, ବାସନ୍ତୀ ହେମ୍ରମ, ଓଡ଼ିଶା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ, ସାଂସଦ ମାନସ ମଙ୍ଗରାଜ, ସୁଲତା ଦେଓ, କଟକ ମେୟର ସୁବାସ ସିଂ, ଭୁବନେଶ୍ଵର ମେୟର ସୁଲୋଚନା ଦାସ, ଦଳର ସବୁ ବିଧାୟକ ଓ ସାଂସଦମାନେ ଉପସ୍ଥିତ ଥିଲେ।

Previous Post

ନବୀନଙ୍କ ନାଁ ନେଲେନି ନଡ୍ଡା

Next Post

ବିଧାୟକ ମୋକିମ୍ ଙ୍କୁ ୩ ବର୍ଷ ଜେଲ୍

Next Post
ବିଧାୟକ ମୋକିମ୍ ଙ୍କୁ ୩ ବର୍ଷ ଜେଲ୍

ବିଧାୟକ ମୋକିମ୍ ଙ୍କୁ ୩ ବର୍ଷ ଜେଲ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA