Thursday, July 23, 2026 01:55 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

by Our Correspondent
22 Jul, 2026- 11:47 PM
in Latest News, News, Politics
1 min read
0
ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଭୁବନେଶ୍ୱର: ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ଏବଂ ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ଆଜି ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକ ଠାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିବା ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ । ଦେଶରେ ବାରମ୍ୱାର ପରୀକ୍ଷା ପ୍ରଶ୍ନପତ୍ର ଲିକ୍, ଶିକ୍ଷା ବ୍ୟବସ୍ଥାରେ ସରକାରଙ୍କ ବିଫଳତାକୁ ନେଇ ଏହି ବିକ୍ଷୋଭ ଆୟୋଜନ କରାଯାଇଥିଲା । ଶତାଧିକ ଯୁବ ଓ ଛାତ୍ର ନେତା, କର୍ମକର୍ତ୍ତା, କାର୍ଯ୍ୟକର୍ତ୍ତା ଓ ବିଜେଡି ସମର୍ଥକ ଏଥିରେ ଯୋଗଦେଇ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ ।

ଚିନ୍ମୟ ସାହୁ କହିଥିଲେ ଯେ ଦେଶରେ ବାରମ୍ୱାର ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକମାନେ ଏବେ ଚିନ୍ତାରେ ଦିନ କାଟୁଛନ୍ତି । ପରୀକ୍ଷା ସୁପରିଚାଳନା କରିବାରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ଲକ୍ଷ ଲକ୍ଷ ମେଧାବୀ ଛାତ୍ରଛାତ୍ରୀ ବର୍ଷ ବର୍ଷ ଧରି କଠିନ ପରିଶ୍ରମ କରି ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ବେଳେ ସରକାରଙ୍କ ଅପାରଗତା ଯୋଗୁଁ ସେମାନଙ୍କ ଭବିଷ୍ୟତ ବିପନ୍ନ ହେଉଛି । ନିଜର ବିଫଳତାକୁ ସ୍ୱୀକାର କରି ବ୍ୟବସ୍ଥାଗତ ସଂସ୍କାର ଆଣିବା ପରିବର୍ତ୍ତେ କେନ୍ଦ୍ର ସରକାର ଛାତ୍ରଛାତ୍ରୀଙ୍କ ଦାବିକୁ ଅଣଦେଖା କରିଆସୁଛନ୍ତି । ଏହି ସମସ୍ତ ବିଫଳତା ପାଇଁ ନୈତିକ ଦାୟିତ୍ୱ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତୁରନ୍ତ ଇସ୍ତଫା ଦିଅନ୍ତୁ ।

ଇପ୍ସିତା ସାହୁ କହିଥିଲେ, ବାରମ୍ୱାର ପ୍ରଶ୍ନପତ୍ର ଲିକ୍ ଓ ପରୀକ୍ଷାରେ ଅନିୟମିତତା ଯୋଗୁଁ ଦେଶର ଛାତ୍ରଛାତ୍ରୀମାନେ ଅନିଶ୍ଚିତତା ମଧ୍ୟରେ ଜୀବନ ବିତାଉଛନ୍ତି । ସରକାରୀ ଅବହେଳା ଓ ପ୍ରଶାସନିକ ଅପାରଗତା ପାଇଁ ଆଜି ଦେଶର ଯୁବପିଢ଼ିଙ୍କ ଭବିଷ୍ୟତକୁ ବଳି ପକାଯାଉଛି । ପ୍ରତ୍ୟେକ ମେଧାବୀ ଛାତ୍ରଛାତ୍ରୀଙ୍କର ଏକ ସ୍ୱଚ୍ଛ, ନିରପେକ୍ଷ ଓ ଦୁର୍ନୀତିମୁକ୍ତ ପରୀକ୍ଷା ବ୍ୟବସ୍ଥାରେ ପ୍ରତିଯୋଗିତା କରିବାର ଅଧିକାର ରହିଛି । ଦେଶରେ ପରୀକ୍ଷା ବ୍ୟବସ୍ଥାରେ ବ୍ୟାପକ ସଂସ୍କାର ଆଣିବାକୁ କେନ୍ଦ୍ର ସରକାର ପଦକ୍ଷେପ ନିଅନ୍ତୁ । ନୈତିକତା ଦୃଷ୍ଟିରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ ।

ବିଜୁ ଯୁବ ଓ ଛାତ୍ର ଜନତା ଦଳର ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମନ୍ମଥ ରାଉତରାୟ, କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ସୋଫିଆ ଆଲମ, ସାଧାରଣ ସମ୍ପାଦକ ଅମରଜିତ ସେନାପତି, ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀ ସଭାପତି ଚିନ୍ମୟ ଦାସ, ପ୍ରଦୋଷ ପରିଡା, ମହାସଚିବ ରକି ଦାସ, ବିଜୁ ଛାତ୍ର ଜନତା ଦଳର ବରିଷ୍ଠ ଉପସଭାପତି ସୌମ୍ୟ ରଞ୍ଜନ ମହାପାତ୍ର ପ୍ରମୁଖ ସାମିଲ ଥିଲେ ।

Previous Post

ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଦା କର

Next Post

ସାରା ରାଜ୍ୟରେ ସାରର ଘୋର ଅଭାବ

Next Post
ସାରା ରାଜ୍ୟରେ ସାରର ଘୋର ଅଭାବ

ସାରା ରାଜ୍ୟରେ ସାରର ଘୋର ଅଭାବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA