Thursday, May 21, 2026 09:44 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବରପୁତ୍ରଙ୍କ ଅବଦାନକୁ ନ୍ୟୁନ କରିବାରେ ସମୟ ନଷ୍ଟ ନ କରି ବିକାଶ ପ୍ରତି ଧ୍ୟାନ ଦିଅ: ନବୀନ

ଶଙ୍ଖ ଭବନରେ ବିଜୁ ବାବୁଙ୍କ ଶ୍ରାଦ୍ଧ ସଭା

by Our Correspondent
17 Apr, 2025- 09:45 PM
in Latest News, News
1 min read
0
ବରପୁତ୍ରଙ୍କ ଅବଦାନକୁ ନ୍ୟୁନ କରିବାରେ ସମୟ ନଷ୍ଟ ନ କରି ବିକାଶ ପ୍ରତି ଧ୍ୟାନ ଦିଅ: ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଭାବ ଭାବପୂର୍ଣ୍ଣ ପରିବେଶରେ ପାଳିତ ହୋଇଯାଇଛି।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ଉଦବୋଧନ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ସ୍ୱର୍ଗତ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ବିଜୁ ବାବୁ ଜଣେ ଓଡ଼ିଆ ଭାବରେ ସବୁବେଳେ ଗର୍ବ କରୁଥିଲେ। ଓଡିଶା କୁ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ତାଙ୍କର ଲକ୍ଷ୍ୟ ଥିଲା। ବିଜୁ ବାବୁଙ୍କ ସ୍ୱପ୍ନ କୁ ସାକାର କରିବା ପାଇଁ ବିଜେଡି ସରକାର ଅନେକ ପଦକ୍ଷେପ ନେଇଥିଲା। ଏହି ସମୟ ମଧ୍ୟରେ ବହୁତ ଭଲ କାମ ହୋଇଥିଲା। ଯେଉଁଥିପାଇଁ ଓଡିଶାକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତର ରେ ଅନେକ ସ୍ୱୀକୃତି ମଧ୍ୟ ମିଳିଥିଲା।

ବିଜୁ ବାବୁଙ୍କ ସ୍ମୃତିଚାରଣ କରି ନବୀନ କହିଥିଲେ ଯେ ଦେଶର ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥା କୁ ଶକ୍ତିଶାଳୀ କରିବା ଓ ମହିଳା ସଶକ୍ତିକରଣ ହେଉଛି ଭାରତୀୟ ରାଜନୀତିକୁ ବିଜୁ ବାବୁଙ୍କ ଶ୍ରେଷ୍ଠ ଅବଦାନ। ବିଜୁ ବାବୁଙ୍କ ଅବଦାନକୁ କେହି ଭୁଲି ପାରିବେ ନାହିଁ ବୋଲି କହିଥିଲେ ।

ବରପୁତ୍ର ମାନଙ୍କ ତ୍ୟାଗ ଓ ଅବଦାନ କୁ ନ୍ୟୁନ କରିବା ପାଇଁ ବର୍ତ୍ତମାନ କିଛି ଲୋକ ଯେଭଳି ଉଦ୍ୟମ କରୁଛନ୍ତି ଏବଂ ଇତିହାସ ବଦଳେଇବାକୁ ଚେଷ୍ଟା କରୁଛନ୍ତି ସେଥିରେ କ୍ଷୋଭ ପ୍ରକାଶ କରି ନବୀନ କହିଥିଲେ ଯେ ଇତିହାସ ହେଉଛି ଗୋଟିଏ ନିର୍ଦିଷ୍ଟ କାଳଖଣ୍ଡ ରେ ଗୋଟିଏ ଜାତିର ସାମୁହିକ ଅନୁଭବ ର ପରିପ୍ରକାଶ। ଏହାକୁ କେହି ବଦଳେଇ ପାରିବେ ନାହିଁ । ତେଣୁ ଏଥିରେ ସମୟ ନଷ୍ଟ ନ କରି ବିକାଶ ଇତିହାସ ରେ ନୂଆ ଅଧ୍ୟାୟ ଯୋଡି ପାରିଲେ ରାଜ୍ୟ ର ମଙ୍ଗଳ ହେବ ।

ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ଶ୍ରୀମତୀ ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସ ଵର୍ମା, ଅଶୋକ ପଣ୍ଡା, ଅମର ପଟ୍ଟନାୟକ, ବିଧାୟକ ଅନନ୍ତ ନାରାୟଣ ଜେନା, ମନ୍ମଥ ରାଉତରାୟ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଉଦବୋଧନ ଦେଇ ବିଜୁ ବାବୁଙ୍କୁ ଶ୍ରଦ୍ଧା ନିବେଦନ କରିଥିଲେ। ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ଶଙ୍ଖ ଭବନରେ ବିଜୁ ଛାତ୍ର ଜନତା ପକ୍ଷରୁ ଆୟୋଜିତ ରକ୍ତ ଦାନ ଶିବିରକୁ ଯାଇ ଶ୍ରୀ ପଟ୍ଟନାୟକ ପିଲା ମାନଙ୍କୁ ଉତ୍ସାହିତ କରିଥିଲେ।

ସକାଳେ ବିଜୁ ପଟନାୟକ ପାର୍କ କୁ ଯାଇ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ସେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

Previous Post

ନବୀନ ଅପ୍ରତିଦ୍ୱନ୍ଦୀ, ନବମ ଥର ପାଇଁ ବିଜେଡି ସଭାପତି

Next Post

ଆତ୍ମବିଶ୍ୱାସ ସହ ଜ୍ଞାନର ଅଦ୍ଭୁତ ସଂଯୋଗ ଥିଲେ ଡ. ମହତାବ: ଗଡକରୀ

Next Post
ଆତ୍ମବିଶ୍ୱାସ ସହ ଜ୍ଞାନର ଅଦ୍ଭୁତ ସଂଯୋଗ ଥିଲେ ଡ. ମହତାବ: ଗଡକରୀ

ଆତ୍ମବିଶ୍ୱାସ ସହ ଜ୍ଞାନର ଅଦ୍ଭୁତ ସଂଯୋଗ ଥିଲେ ଡ. ମହତାବ: ଗଡକରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA