Friday, May 1, 2026 12:16 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ବିକ୍ରମ ଆରୁଖ

ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

by Our Correspondent
13 Jun, 2022- 11:54 AM
in Latest News, News
1 min read
0
ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ବିକ୍ରମ ଆରୁଖ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ । ଆଜି ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ସେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଇସ୍ତଫା ଯୋଗୁଁ ଖାଲି ପଡିଥିବା ଏହି ସର୍ବୋଚ୍ଚ ପଦବୀ ଲାଗି ଗତ ୧୦ ତାରିଖରେ ସେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ଭଞ୍ଜନଗର ଆସନରୁ କ୍ରମାଗତ ୬ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ଶ୍ରୀ ଆରୁଖ ୨୦୦୮ ମସିହାରେ ବିଧାନସଭାର ମୁଖ୍ୟ ସଚେତକ ଏବଂ ତିନି ତିନି ଥର ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ପଦ ସମ୍ଭାଳିଛନ୍ତି ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଦିନ ୧୦.୩୦ ରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିଲା । ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ବାଚସ୍ପତି ପଦ ଲାଗି ଶ୍ରୀ ଆରୁଖଙ୍କ ଛଡ଼ା ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରି ନ ଥିବାରୁ ବିଧି ଅନୁଯାୟୀ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ଏକ ପ୍ରସ୍ତାବ ଆଗତ କରିଥିଲେ । ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ସମର୍ଥନ କରିଥିଲେ । ତାହାପରେ ବାଚନିକ ଭୋଟରେ ଗୃହର ସବୁ ସଦସ୍ୟ ଏହାକୁ ସମର୍ଥନ କରିଥିଲେ । ଉପବାଚସ୍ପତି ଶ୍ରୀ ସିଂହ ଶ୍ରୀ ଆରୁଖଙ୍କୁ ସର୍ବସମ୍ମତି କ୍ରମେ ବାଚସ୍ପତି ନିର୍ବାଚିତ ହୋଇଥିବା ଘୋଷଣା କରିଥିଲେ ।

ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ ଅନ୍ୟମାନେ ନବ ନିର୍ବାଚିତ ବାଚସ୍ପତିଙ୍କୁ ତାଙ୍କର ଆସନ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ନବ ନିର୍ବାଚିତ ବାଚସ୍ପତି ଶ୍ରୀ ଆରୁଖଙ୍କୁ ଅଭିନନ୍ଦନ ଜଣାଇବା ସହ ଗୃହର ସବୁ ସଦସ୍ୟଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଗୃହର ପଦମର୍ଯ୍ୟାଦା ଓ ଗାରିମା ବଜାୟ ରଖିବା ପାଇଁ ତାଙ୍କର ଶୁଭ କାମନା କରିଥିଲେ ।

ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀ ମାଝୀ ଶ୍ରୀ ଆରୁଖଙ୍କୁ ଅଭିନନ୍ଦନ ଜଣାଇଥିଲେ । ଗୃହ ପରିଚାଳନାରେ ତାଙ୍କଠାରୁ ନିରପେକ୍ଷତା ଆଶା କରିଥିଲେ ।

କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ମିଶ୍ର ନବ ନିର୍ବାଚିତ ବାଚସ୍ପତିଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କଠାରୁ ନିରପେକ୍ଷତା ଆଶା କରିଥିଲେ । ସଂଖ୍ୟା ଦୃଷ୍ଟିରୁ ସରକାରୀ ଦଳ ସୁଦୃଢ଼ ଥିବାରୁ ଏକଛତ୍ରବାଦ ଏଡାଇବା ପାଇଁ ବିରୋଧୀ ଦଳକୁ ବେଶୀ ଗୁରୁତ୍ୱ ଦେବାକୁ ସେ ପରାମର୍ଶ ଦେଇଥିଲେ । ବାଚସ୍ପତି ନିର୍ବାଚନ ପୂର୍ବରୁ ବିରୋଧୀ ଦଳକୁ ବିଶ୍ୱାସକୁ ନେଇଥିଲେ ଭଲ ହୋଇଥାନ୍ତା ବୋଲି ସେ କହିଥିଲେ । ତେବେ ବାଚସ୍ପତିଙ୍କୁ ସହଯୋଗ ଜାରି ରହିବ ଏବଂ ବାଚସ୍ପତି ସେମାନଙ୍କୁ ବିଶ୍ୱାସକୁ ନେବେ ବୋଲି ଶ୍ରୀ ମିଶ୍ର ଆଶା ରଖିଥିଲେ ।

ବାଚସ୍ପତି ଶ୍ରୀ ଆରୁଖ ତାଙ୍କ ବକ୍ତବ୍ୟରେ ଗୃହର ସବୁ ସଦସ୍ୟଙ୍କୁ ଧନ୍ୟବାଦ ଏବଂ କୃତଜ୍ଞତା ଜଣାଇଥିଲେ । ଗଣତନ୍ତ୍ରର ପଦମର୍ଯ୍ୟାଦା ଅକ୍ଷୂର୍ଣ୍ଣ ରଖିବା ପାଇଁ ସେ କାମ କରିବାକୁ ପ୍ରତିଶ୍ରୁତି ଦେବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

୨୦ ମିନିଟ୍ ରେ ବାଚସ୍ପତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଥିଲା ଏବଂ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ ।

Previous Post

ଧାନ କୁଇଣ୍ଟାଲ ୧୦୦ ଟଙ୍କା ବୃଦ୍ଧି ଚାଷୀଙ୍କ ପ୍ରତି ଉପହାସ

Next Post

ଖୋଲିଦେଲେ ଖାରବେଳ

Next Post
ଖୋଲିଦେଲେ ଖାରବେଳ

ଖୋଲିଦେଲେ ଖାରବେଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA