Monday, May 11, 2026 10:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆରମ୍ଭ ହେଲା ଓଡ଼ିଆ ଭାଷାର ମହୋତ୍ସବ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟିତ

by Our Correspondent
03 Feb, 2024- 05:41 PM
in Latest News, News
1 min read
0
ଆରମ୍ଭ ହେଲା ଓଡ଼ିଆ ଭାଷାର ମହୋତ୍ସବ

ଦେବୀ ପ୍ରସନ୍ନଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆରମ୍ଭ ହେଲା ଓଡ଼ିଆ ଭାଷାର ମହୋତ୍ସବ । ଭୁବନେଶ୍ୱରର ଜନତା ମଇଦାନରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ଏବଂ ଦେଶ ବିଦେଶରେ ଥିବା ସବୁ ଓଡ଼ିଆ ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ଗାନ କରି ଓଡ଼ିଆ ଭାଷାର ଏହି ମହୋତ୍ସବରେ ସାମିଲ ହୋଇଥିଲେ । ଏହି ସମ୍ମିଳନୀରେ ଯାହା ସବୁ ପ୍ରସ୍ତାବ ଆସିବ, ରାଜ୍ୟ ସରକାର ତାହାକୁ ଗ୍ରହଣ କରି ଏକ ସ୍ୱତନ୍ତ୍ର ଭାଷା ନୀତି ପ୍ରସ୍ତୁତ କରିବେ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ସମସ୍ତେ ଓଡ଼ିଆ । ଓଡ଼ିଆ ଆମ ଭାଷା ଓ ଆମ ପରିଚୟ । ଭାଷା ଗୋଟିଏ ଜାତିର ମୁକୁଟ । ଏହା ଆମ ସମସ୍ତଙ୍କୁ ଏକତାର ମନ୍ତ୍ର ଦେଇଥାଏ । ନୂଆ ସଂସ୍କୃତି ଓ ବୈଷୟିକ ଜ୍ଞାନର ପ୍ରଭାବ ଭାଷା ଉପରେ ରହୁଛି । ତେଣୁ ଭାଷାର ସବୁ ଦିଗ ଉପରେ ଆଲୋଚନା ହେଉ । ଉଚ୍ଚ ସାହିତ୍ୟ ସୃଷ୍ଟି ତଥା ଓଡ଼ିଆ ଭାଷାର ଅଧିକ ବ୍ୟବହାର ଉପରେ ଆଲୋଚନା ହେଉ । ଆମେ ଆମ ଭାଷାର ଇତିହାସ ଜାଣିବା । ବର୍ତ୍ତମାନକୁ ଦେଖି ଭବିଷ୍ୟତ ପାଇଁ ରାସ୍ତା ତିଆରି କରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଓଡ଼ିଆ ଭାଷା ଏକ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ । କହିଥିଲେ, ଭାଷା ହିଁ ଆମର ଭବିଷ୍ୟତ । ଓଡ଼ିଆ ଭାଷାର ଉନ୍ନତି ପାଇଁ ଓଡ଼ିଆ ବିଶ୍ୱବିଦ୍ୟାଳୟ ଖୋଲାଯାଇଛି । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଇଛି । ଓଡ଼ିଆ ଭାଷା ଶିକ୍ଷାକୁ ଉତ୍ସାହିତ କରାଯାଇଛି । ଏକ ସମ୍ମିଳନୀର ସ୍ମାରକୀ ଭାବେ ଅକ୍ଷର ଭୂମି ଓଡ଼ିଆ ଭାଷାର ଜୟଗାନ କରୁଛି ।

ଏହି ଅବସରରେ ଆଦିକବି ସାରଳା ଦାସଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଣାମ ଜଣାଇବା ସହ ଓଡ଼ିଆ ଭାଷାର ଗୌରବ ବୃଦ୍ଧି କରିଥିବା ସବୁ ଲେଖକ, ସାହିତ୍ୟିକ ଓ କବିମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇ ଭାଷା ସମ୍ମିଳନୀକୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଓଡ଼ିଆ ଭାଷାର ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଥିଲେ ।

କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଯୋଗ ଦେଇ କହିଲେ ଯେ ଏହି ସମ୍ମିଳନୀ ହେଉଛି ଓଡିଆ ଅସ୍ମିତାର ପରିଚୟ। ଶାସ୍ତ୍ରୀୟ ଭାଷା ଓଡିଆକୁ ଅଧିକ ଲୋକପ୍ରିୟ କରିବା ଏବଂ ଆମ ଭାଷାକୁ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ଜରିଆରେ କିଭଳି ଆଗକୁ ନେଇ ପାରିବା, ତା ହେଉଛି ଏହି ସମ୍ମିଳନୀର ଆଭିମୁଖ୍ୟ।

ସମ୍ମିଳନୀରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହି ସମ୍ମିଳନୀ ହେଉଛି ଏକ ଭାଷାର ପର୍ବ ଓ ଉତ୍ସବ। ଆଜି ଓଡିଶାରେ ରୂପାନ୍ତର ପ୍ରକ୍ରିୟା ଜାରି ରହିଛି । ରୂପାନ୍ତର ପ୍ରକ୍ରିୟାରେ ଭାଷାର ବହୁତ ବଡ ଭୂମିକା ରହିଛି । ସେଥିପାଇଁ ଆମ ଭାଷାର ଗୌରବ ବୃଦ୍ଧି ଓ ଜୟଗାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଆୟୋଜନ କରିଛନ୍ତି । ଏହି ସମ୍ମିଳନୀର ପ୍ରସଙ୍ଗ ରହିଛି ଭାଷା ହିଁ ଭବିଷ୍ୟତ। ଆଜି ଏହି ସମ୍ମିଳନୀରେ ୪ଟି ଦେଶର ଭାଷା ବିଶେଷଜ୍ଞଙ୍କ ସମେତ ୧୦୦ରୁ ଅଧିକ ବିଦ୍ୱାନ ଏକତ୍ରିତ ହୋଇଛନ୍ତି । ବୈଷୟିକ ଜ୍ଞନକୌଶଳର ପ୍ରୟୋଗରେ ଆମ ଭାଷାର ଅଭିବୃଦ୍ଧି ପାଇଁ ସେମାନେ ଆମକୁ ଦିଗ୍‌ଦର୍ଶନ ଦେବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ।

ଅନ୍ୟତମ ଅତିଥିଭାବେ ଯୋଗ ଦେଇ ସାଉଥ-ଇଷ୍ଟ ଏସିଆ ଷ୍ଟଡି ପ୍ରଫେସର ଆର୍ଲୋ ଗ୍ରୀଫିଥ୍ କହିଲେ ଯେ ମୁଁ ଓଡିଶାରେ ରହୁଛି, ଭାରତ ଭିତରେ ଓଡିଶା ମୋତେ ବହୁତ ଭଲ ଲାଗେ। ମୁଁ ଜଗନ୍ନାଥଙ୍କୁ ଭଲପାଏ ଓଡିଆ ଭାଷାକୁ ଭଲ ପାଏ ଏବଂ ଓଡିଆ ଭାଷାକୁ ବ୍ୟବହାର କରେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଭାଷାବିତ୍‌ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଓଡିଆ ଭାଷାର ବିକାଶ ଉଦ୍ଦେଶ୍ୟରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରିଥିଲେ। ପୁରସ୍କାର ସ୍ୱରୂପ ତାଙ୍କୁ ମାନପତ୍ର ଓ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଦୁଇ ଓଡିଆ ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର, ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଏବଂ ପ୍ରଫେସର ଆର୍ଲୋ ଗ୍ରୀଫିଥ ଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ ।

ପ୍ରଥମ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହୋଇଥିବା ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ ମୁଁ ଦେଶବିଦେଶରେ ବହୁ ଜାଗାରେ ସମ୍ମାନିତ ହୋଇଛି । କିନ୍ତୁ ଆଜିକାର ସମ୍ମାନ ମୋ ଜୀବନର ସବୁଠାରୁ ବଡ ସମ୍ମାନ । ଏ ସମ୍ମାନ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସମ୍ମାନ ବୋଲି ସେ ପ୍ରକାଶ କରି ଧନ୍ୟବାଦ ଜଣାଇଥିଲେ ।

ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର କହିଥିଲେ ଯେ ଓଡିଆ ଭାଷାର ଭବିତ୍ୟତ ବହୁତ ଉଜ୍ଜଳ। ଭାଷା ସାହିତ୍ୟରେ କେବଳ ଆତ୍ମ ସନ୍ତୋଷ ପାଇଁ ନୁହେଁ, ପାଠକ ସୃଷ୍ଟି କରିବାର ମଧ୍ୟ ଆବଶ୍ୟକତା ରହିଛି। ଆଜିର ଏହି ସମ୍ମିଳନୀ ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ଏହାଦ୍ୱା ରା ଓଡିଆ ଭାଷା ଆହୁରି ଆଗକୁ ବଢିବ ବୋଲି ସେ ଆଶାପ୍ରକାଶ କହିଥିଲେ ।

ତାଙ୍କ ବକ୍ତବ୍ୟରେ ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ କହିଥିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଉଲ୍ଲାସ ଦିନ, ପର୍ବର ଦିନ ଓ ଆନନ୍ଦର ଦିନ। ମାନବ ଜାତିର ବିସ୍ମୟକର ଉଦ୍ଭାବନ ହେଉଛି ଭାଷା । ହଜାର ହଜାର ବର୍ଷରେ ଭାଷାଟିଏ ଜନ୍ମ ନିଏ । କିନ୍ତୁ ଲିଖନ, ପଠନ ଓ ବ୍ୟବହାର ନ ହେଲେ, ଭାଷାଟିଏ ମରିଯାଏ । ମୁଖ୍ୟମନ୍ତ୍ରୀଙ୍କର ଏହି ସମ୍ମିଳନୀର ଆୟୋଜନ ଏ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହା ଭାଷାକୁ ଆହୁରି ପରିପୁଷ୍ଟ କରିବ। ଏହି ବିଶ୍ବ ଓଡିଆ ଭାଷା କୁମ୍ଭକୁ ଓଡିଆ ଭାଷା ସାହିତ୍ୟର ପୂର୍ଣ୍ଣ ଜାଗୃତି ପର୍ବ ଭାବରେ ସେ ବର୍ଣ୍ଣନା କରିଥିଲେ ।

କାର୍ଯ୍ୟକ୍ରମରେ ଯୁବ ଲେଖିକା ସ୍ୱୟଂ ସ୍ୱରୂପା କର ଧନ୍ୟବାଦ ଅର୍ପଣ କରିଥିଲେ ।

କାନ୍ତକବିଙ୍କୁ କଣ୍ଠକବି କହିଲେ ଉଦଘୋଷିକା: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନ ସମାରୋହ କାର୍ଯ୍ୟକ୍ରମର ଉଦଘୋଷିକା, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ କଣ୍ଠକବି ବୋଲି ଥରେ ନୁହେଁ ଦୁଇ ଦୁଇ ଥର ଉଚ୍ଚାରଣ କରିଥିଲେ । ଉଦଘୋଷିକାଙ୍କର ଏହି ତ୍ରୁଟି ଅକ୍ଷମଣୀୟ ଦର୍ଶାଇ ସୋସିଆଲ୍ ମିଡିଆରେ କଟୁ ସମାଲୋଚନା କରାଯାଇଛି ।

ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ: ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍‌ଘାଟିତ ହୋଇଯାଇଛି ଅକ୍ଷର ଭୂମି। ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ସ୍ମୃତିକୁ ଚିରସ୍ମରଣୀୟ କରିବା ସହିତ ଏହି ସମ୍ମିଳନୀର ସ୍ମାରକୀ ଭାବେ ଅକ୍ଷର ଭୂମି, ଓଡିଆ ଭାଷା, କଳା ଓ ସଂସ୍କୃତିର ଜୟଗାନ କରିବ। ଓଡିଆ ଭାଷାର ଗୌରବ ବିଷୟରେ ଏହା ଆଗାମୀ ପିଢିକୁ ପ୍ରେରଣା ଦେବ।

କଳିଙ୍ଗ ଶୈଳୀରେ ନିର୍ମିତ ଏହି ସୁଦୃଶ୍ୟ କଳାକୃତି ଅକ୍ଷର ଭୂମିର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ଓଡିଆ ବର୍ଣ୍ଣମାଳାର ପ୍ରତ୍ୟେକ ଅକ୍ଷରକୁ ଯେପରି କଳାତ୍ମକ ଭାବେ ସେଠାରେ ସଜ୍ଜିତ କରି ରଖାଯାଇଛି ତାହା ଓଡିଆ ଭାଷାର ସୌନ୍ଦର୍ଯ୍ୟକୁ ସଫଳ ଭାବେ ଉପସ୍ଥାପିତ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେବା ସହ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି। ଅକ୍ଷର ଭୂମିର ନିର୍ମାଣ ଦାୟିତ୍ୱ ନେଇଥିବା ଏବଂ ତାକୁ ସଫଳ ଭାବେ ସମ୍ପନ୍ନ କରିଥିବା ପୂର୍ତ୍ତ ବିଭାଗକୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

Previous Post

କାଲି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବଲପୁର ଗସ୍ତ

Next Post

ନବୀନଙ୍କୁ ଛାଡ଼, କଂଗ୍ରେସକୁ ମାଡ଼

Next Post
ନବୀନଙ୍କୁ ଛାଡ଼, କଂଗ୍ରେସକୁ ମାଡ଼

ନବୀନଙ୍କୁ ଛାଡ଼, କଂଗ୍ରେସକୁ ମାଡ଼

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA