Thursday, June 25, 2026 09:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଜ୍ୟ ବିଜେପିର ଅସଲ ଚେହେରା ପଦାରେ ପଡିଲା: ବିଜେଡି

ନୟାଗଡ଼ ପରୀ ହତ୍ୟାକାଣ୍ଡ

by Our Correspondent
06 Feb, 2024- 09:02 PM
in Latest News, News
1 min read
0
ରାଜ୍ୟ ବିଜେପିର ଅସଲ ଚେହେରା ପଦାରେ ପଡିଲା: ବିଜେଡି

ଭୁବନେଶ୍ୱର: ନାବାଳିକା ପରୀର ନିଖୋଜ ଓ ହତ୍ୟାଘଟଣା ଅତ୍ୟନ୍ତ ଦୁଃଖଦ ଥିଲା, ଯାହା ସମସ୍ତଙ୍କୁ ମର୍ମାହତ କରିଥିଲା । ଘଟଣା ଅତ୍ୟନ୍ତ ସମ୍ବେଦନଶୀଳ ଥିବା ଯୋଗୁଁ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ଏସଆଇଟି ଗଠନ କରିଥିଲେ ଓ ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ ତଦନ୍ତକୁ ତଦାରଖ କରିବା ପାଇଁ । ନିୟମିତ ବ୍ୟବଧାନରେ ତଦନ୍ତର ଅଗ୍ରଗତି ନେଇ ଏସଆଇଟି ଷ୍ଟାଟସ୍ ରିପୋର୍ଟ ଦାଖଲ କରୁଥିଲା । ଏସଆଇଟି ବହୁ ପରିଶ୍ରମ କରି ପ୍ରକୃତ ଅପରାଧୀକୁ ଚିହ୍ନଟ କରିବା ସହ ତଥ୍ୟ ପ୍ରମାଣ ଜୁଟାଇଥିଲା । ଯାହା ଫଳରେ ଆଜି ଅପରାଧୀକୁ ୨୦ ବର୍ଷ ଦଣ୍ଡ ବିଧାନ ହୋଇଛି, ପରୀକୁ ନ୍ୟାୟ ମିଳିଛି । ଏହି ଐତିହାସିକ ରାୟ ଆସିବା ପରେ ରାଜ୍ୟ  ବିଜେପି ନେତାମାନଙ୍କ ଅସଲ ମୁଖା ଖୋଲିଯାଇଛି ବୋଲି କହିଛନ୍ତି ବିଧାୟିକା ତଥା ବିଜୁ ଜନତା ଦଳ ମହିଳା ଶାଖା ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ।

ଶ୍ରୀମତୀ ଛୁରିଆ ଆଜି ଏଠାରେ ଗଣମାଧ୍ୟମକୁ କହିଛନ୍ତି ଯେ ଓଡିଶାବାସୀଙ୍କୁ ଶକ୍ତ ଆଘାତ ଓ ଦୁଃଖ ଲାଗିଥିଲା ଯେତେବେଳେ ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥ ପାଇଁ ଓଡିଶା ବିଜେପିର କିଛି ନେତା ମାମଲାର ରାଜନୀତିକରଣ କରି ତଦନ୍ତକୁ ଦିଗହରା କରିବାକୁ ଅପଚେଷ୍ଟା କରିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କ ଅନୁଗତ ଗୋଷ୍ଠୀ ବାରମ୍ବାର ପ୍ରସଙ୍ଗର ରାଜନୀତିକରଣ କରି ମାମଲାକୁ ବିଳମ୍ବିତ ଓ ଦିଗହରା କରିବାକୁ ଅପଚେଷ୍ଟା କରିଥିଲେ । ପ୍ରଥମେ ହାଇକୋର୍ଟ ଏବଂ ପରେ ସୁପ୍ରିମକୋର୍ଟରେ ଉଦ୍ୟମ କରି ଝଟକା ପାଇଥିଲେ । ଦେଶର ନାମୀଦାମୀ ଓକିଲଙ୍କୁ ମାମଲା ଲଢିବାକୁ କୋର୍ଟରେ ଠିଆ କରାଇଥିଲେ । ପାଞ୍ଚ ବର୍ଷର ଜଣେ କୋମଳମତି ନୀରିହ ଶିଶୁର ହତ୍ୟା ଘଟିଥିଲା । ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା । ଏହିଭଳି ମାମଲାରେ ଜଣେ ବ୍ୟକ୍ତି କିଭଳି ରାଜନୀତି କରିପାରିବ, ତାହା ହିଁ ଓଡିଶାବାସୀଙ୍କୁ ଆଚମ୍ବିତ କରିଥିଲା ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡିଶା ବିଜେପିର ତାଙ୍କର ଅନୁଗତମାନେ ଓଡିଶାବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରନ୍ତୁ । ଏଭଳି ସ୍ପର୍ଶକାତର ମାମଲାରେ ସର୍ବଦା ଓଡିଶା ବିଜେପି ରାଜନୀତି ହିଁ କରେ । କେନ୍ଦ୍ରମନ୍ତ୍ରୀ  ଏବଂ ତାଙ୍କ ଅନୁଗତ ଗୋଷ୍ଠୀ ଓଡିଶାକୁ ବଦନାମ କରିବାକୁ ବାରମ୍ବାର ଅପଚେଷ୍ଟା କଲେ । କିଡନୀ ଏବଂ ଅନ୍ୟ ଅଙ୍ଗ ପ୍ରତ୍ୟଙ୍ଗ ବିକ୍ରି ପାଇଁ ଚକ୍ରାନ୍ତ କରାଯାଇଥିବା ଭଳି ଡାହା ମିଛମାନ କହିଥିଲେ । ଅଭିଯୁକ୍ତକୁ କିଭଳି ଜାମିନ୍ ମିଳିବ ସେନେଇ ବହୁଚେଷ୍ଟା କରିଥିଲେ ଏହି ବ୍ୟକ୍ତିମାନେ, ଯାହା ହାଇକୋର୍ଟରେ ପ୍ରତ୍ୟାଖିତ ହୋଇଥିଲା । ଜଣେ ନାବାଳିକା ସହ ହୋଇଥିବା ଅତ୍ୟାଚାର ପ୍ରସଙ୍ଗରେଏଭଳି ହୀନ ରାଜନୀତି କରିଥିବାରୁ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ଅନୁଗତ ଗୋଷ୍ଠୀଙ୍କୁ ଲଜ୍ଜା ଲାଗିବା ଦରକାର । ସମ୍ବେଦନଶୀଳ ପ୍ରସଙ୍ଗରେ ବାରମ୍ବାର ହୀନ ରାଜନୀତି କରୁଥିବା ଏହି ଗୋଷ୍ଠୀଙ୍କୁ ରାତିରେ ନିଦ କେଉଁଭଳି ହେଉଛି? ସେମାନଙ୍କ ଅନ୍ତରାତ୍ମା ଏଭଳି କାର୍ଯ୍ୟକରିବାକୁ କ’ଣ ବାଧା ଦେଉନି? ପରୀକୁ ଆଜି ନ୍ୟାୟ ମିଳିଛି, ତାର ଆତ୍ମା ଶାନ୍ତି ପାଉ । ମହାପ୍ରଭୁ ତାକୁ ନିଜ ପାଦ ପଦ୍ମରେ ସ୍ଥାନ ଦିଅନ୍ତୁ ବୋଲି ଶ୍ରୀମତୀ ଛୁରିଆ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ଅନ୍ୟତମ ମୁଖପାତ୍ର ସ୍ୱୟଂପ୍ରକାଶ ମହାପାତ୍ର ଉପସ୍ଥିତ ଥିଲେ ।

 

Previous Post

ବେଙ୍ଗାଲୁରୁରେ ମୃତ ଶ୍ରୀକାନ୍ତଙ୍କ ପରିବାରକୁ ସାହା ହେଲେ ରାଜ୍ୟ ସରକାର

Next Post

ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ହିତାଧିକାରୀ

Next Post
ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ହିତାଧିକାରୀ

ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ହିତାଧିକାରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA