Sunday, April 26, 2026 12:07 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଗ୍ୟାସ୍ ଦର ହ୍ରାସ୍ ପାଇଁ ବିଜେଡ଼ିର ଡେଡଲାଇନ୍

ଆନେ୍ଦାଳନ ଆହୁରି ଜୋରଦାର କରିବାକୁ ନିଷ୍ପତ୍ତି

by Our Correspondent
25 Nov, 2021- 08:08 PM
in Latest News, News
1 min read
0
ଗ୍ୟାସ୍ ଦର ହ୍ରାସ୍ ପାଇଁ ବିଜେଡ଼ିର ଡେଡଲାଇନ୍

ଭୁୁବନେଶ୍ୱର: ରନ୍ଧନ ଗ୍ୟାସ୍ ର ଅହେତୁକ ଦରବୃଦ୍ଧି ଗରିବ ଓ ମଧ୍ୟବିତ୍ତଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଲାଣି । ଲୋକେ ତ୍ରାହି ତ୍ରାହି ଡାକିଲେଣି । ନଭେମ୍ବର ୩୦ ସୁଦ୍ଧା ଦର ହ୍ରାସ୍ କର । ନଚେତ୍ ସାରା ରାଜ୍ୟରେ ଆନ୍ଦୋଳନକୁ ଆହୁରି ଜୋରଦାର କରିବୁ ।

ବିଜେଡ଼ି ବିଧାୟକ ବ୍ୟୋମକେଶ ରାୟ, ପ୍ରଣବ ବଳବନ୍ତରାୟ ଓ ଦେବୀରଞ୍ଜନ ତ୍ରିପାଠୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସରକାରଙ୍କୁ ଏହି ଚେତାବନୀ ଦେଇଛନ୍ତି । କହିଛନ୍ତି ଯେ ବିଶ୍ୱର କୌଣସି ଦେଶରେ କେବେବି ରନ୍ଧନ ଗ୍ୟାସ୍ ଦର ଏତେ ଦ୍ରୁତ ଗତିରେ ଏତେ ପରିମାଣରେ ବଢି ନାହିଁ । ୨୦୧୪ରେ ଯେତେବେଳେ ଏହି ବିଜେପି ସରକାର କେନ୍ଦ୍ରରେ କ୍ଷମତାକୁ ଆସିଲେ ସେତେବେଳେ ଗ୍ୟାସ ସିଲିଣ୍ଡରର ଦର ଥିଲା ୪୧୪ ଟଙ୍କା । ଗତ ୭ ବର୍ଷ ଭିତରେ ଦର ଦୁଇଗୁଣରୁ ଅଧିକ ବଢି ୯୩୦ ଟଙ୍କା ଛୁଇଁଲାଣି । କରୋନା ଭଳି ମହାମାରୀ ସଂକଟ ବେଳେ ପ୍ରତି ମାସରେ ୨୫/ ୫୦ / ୭୫ ଟଙ୍କା ପର୍ଯ୍ୟନ୍ତ ବଢାଯାଇ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ମାଡ଼ କରାଯାଉଛି ।

ଲୋକେ ତ୍ରାହି ତ୍ରହି ଡାକୁଥିଲେ ମଧ କେନ୍ଦ୍ର ସରକାରଙ୍କ ନିଦ ଭାଙ୍ଗୁନାହିଁ । ଓଲଟା ବିଜେପିର ରାଜ୍ୟ ନେତୃବୃନ୍ଦ ସରକାରକୁ ବଞ୍ଚାଇବା ଲାଗି ମିଛର ସାହାରା ନେଉଛନ୍ତି ଏବଂ ଉଦ୍ଭଟ ଓ ହାସ୍ୟାସ୍ପଦ ଯୁକ୍ତି ବାୁଛନ୍ତି । ଲୋକଙ୍କୁ ଭୁଆଁ ବୁଲାଇବାକୁ ଯାଇ କହୁଛନ୍ତି, ଅନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ରନ୍ଧନ ଗ୍ୟାସ୍ ଦର ବୁଛି । ମାତ୍ର ବାସ୍ତବତା ହେଲା; ୨୦୧୪ରେ ଆନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସର ଦର ୬ ଡଲାର/ ବିଟିୟୁ (ବ୍ରିଟିଶ୍ ଥର୍ମାଲ ୟୁନିଟ୍) ଥିଲାବେଳେ ଏବେ ତାହା ୫.୮ ଡଲାରକୁ କମିଯାଇଛି । ଠିକ୍ ସେମିତି ୨୦୧୪ରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ୍ ପିଛା ୮୬ ଡଲାର ଥିଲାବେଳେ ଏବେ ଏହା ୭୮ ଡଲାର ରହିଛି । ଉଭୟ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ଦର ଯଥାକ୍ରମେ ୧୫ ଓ ୧୦ ପ୍ରତିଶତ କମିଥିଲାବେଳେ ରନ୍ଧନ ଗ୍ୟାସ୍ ଦର ୧୨୩ % ବଢିବାର ଯଥାର୍ଥତା କେଉଁଠି ବୋଲି ବିଜେଡିର ତିନି ନେତା ପ୍ରଶ୍ନ କରିଛନ୍ତି ।

ଅନୁରୂପ ଭାବେ ଉଜ୍ଜ୍ୱଳା ଯୋଜନା ସଂପର୍କରେ ମଧ୍ୟ କେନ୍ଦ୍ର ସରକାର ଲୋକଙ୍କୁ ମିଛ ସଫଳତାର କାହାଣୀ ଶୁଣାଇ ଚାଲିଛନ୍ତି । ଏହି ଯୋଜନାକୁ ବହୁ ଆଡ଼ମ୍ବରରେ ଆରମ୍ଭ କଲାବେଳେ ସରକାର କେତେ ସ୍ୱପ୍ନ ଦେଖାଇଥିଲେ । ଗରିବ ଓ ଅବହେଳିତ ବର୍ଗର ମହିଳାଙ୍କୁ ଆଉ ଚୁଲିମୁଣ୍ଡକୁ ଯାଇ ଧୂଆଁରେ ରୋଷେଇ କରିବାକୁ ପଡ଼ିବ ନାହିଁ ବୋଲି କହିଥଲେ । ମାତ୍ର ଗ୍ୟାସର ଦରବୃଦ୍ଧି ଯୋଗୁଁ ଉଜ୍ଜ୍ୱଳା ଯୋଜନାର ଅଧିକାଂଶ ହିତାଧିକାରୀ ମହିଳା ସିଲିଣ୍ଡରରେ ଗ୍ୟାସ୍ ଭର୍ତ୍ତି କରି ନପାରି ପୁଣି ଚୁଲିମୁଣ୍ଡକୁ ଫେରି ଯାଇଛନ୍ତି । ଏ ସବୁ ପ୍ରତିଶ୍ରୁତି ଯେ ଫମ୍ପା ଥିଲା, ତାହା ସେମାନେ ବୁଝି ସାରିଲେଣି । ତେଣୁ ଦଳମତ ର୍ନିବିଶେଷରେ ମହିଳାମାନେ ବି ହଜାର ହଜାର ସଂଖ୍ୟାରେ ରାସ୍ତାକୁ ଓହ୍ଲାଇଛନ୍ତି । 

‘ବିଜୁ ଜନତା ଦଳ ସବୁବେଳେ ରାଜ୍ୟର ସାଢେ ଚାରି କୋଟି ଓଡ଼ିଆଙ୍କ ସ୍ୱାର୍ଥରକ୍ଷା ପାଇଁ କାମ କରି ଆସୁଛି । ଏହି ପରିପ୍ରେକ୍ଷୀରେ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ବ୍ୟାପକ ଆନ୍ଦୋଳନର ଡାକରା ଦିଆଯାଇଥିଲା । ଚଳିତ ମାସ ୨୨, ୨୩, ୨୪ ଗତ ୩ ଦିନ ଧରି ଦଳ ପକ୍ଷରୁ ରାଜ୍ୟ ସାରା ଯେଉଁଭଳି ଭାବେ ମହିଳା, ଯୁବକ, ଛାତ୍ର ଓ ସାଧାରଣ ଜନତାଙ୍କ ପକ୍ଷରୁ ଏହି ଆନ୍ଦୋଳନକୁ ବିପୁଳ ସମର୍ଥନ ମିଳିଛି, ତାହା ଅଭୂତପୂର୍ବ । ଏଥିପାଇଁ ଆମେ ରାଜ୍ୟବାସୀଙ୍କୁ ପୁଣିଥରେ ଧନ୍ୟବାଦ ଜଣାଉଛୁ । ଏଥି ସହିତ କେନ୍ଦ୍ର ସରକାରକୁ ପୁଣିଥରେ ଚେତାବନୀ ଦେଉଛୁ କି ଯଦି ସରକାର ଆଗାମୀ ୩୦ ତାରିଖ ଭିତରେ ଗ୍ୟାସ୍ ଦର କମାଇବାକୁ ପଦକ୍ଷେପ ନ ନିଅନ୍ତି, ତେବେ ବିଜୁ ଜନତା ଦଳ ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ।’

Previous Post

ମହଙ୍ଗା ପଡ଼ିପାରେ ପୁରୀ ଅଣ୍ଡାମାଡ଼

Next Post

ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ ସାମିଲ ହେଲା ସୋନପୁର ଓ ବୌଦ୍ଧ

Next Post
ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ ସାମିଲ ହେଲା ସୋନପୁର ଓ ବୌଦ୍ଧ

ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ ସାମିଲ ହେଲା ସୋନପୁର ଓ ବୌଦ୍ଧ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA