Monday, June 22, 2026 09:17 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦଳୀୟ ନେତାଙ୍କୁ ନବୀନଙ୍କ ଟିପ୍ସ

ବିଜେଡିର ଜନସଂପର୍କ ପଦଯାତ୍ରା ପ୍ରସ୍ତୁତି ବୈଠକ ଶେଷ

by Our Correspondent
30 Sep, 2022- 07:23 PM
in Latest News, News, Politics
1 min read
0
ଦଳୀୟ ନେତାଙ୍କୁ ନବୀନଙ୍କ ଟିପ୍ସ

ଭୁବନେଶ୍ୱର: ଲୋକଙ୍କ ସେବା ହେଉଛି ମୁଖ୍ୟ, ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର । ଏହା ଆମେ ସମସ୍ତେ ମନେ ରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୁଏ । ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ କାମ କରନ୍ତୁ।

ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହେଉଥିବା ବିଜୁ ଜନତା ଦଳର ଜନସଂପର୍କ ପଦଯାତ୍ରାକୁ ସଫଳ କରିବା ନିମନ୍ତେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ପ୍ରସ୍ତୁତି ବୈଠକର ଦ୍ଵିତୀୟ ଦିବସରେ ଭର୍ଚୁଆଲ ମାଧ୍ୟମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ଜନ ପ୍ରତିନିଧି ଓ କର୍ମକର୍ତାମାନଙ୍କୁ ଏଭଳି ଆହ୍ଵାନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏକ ଆଞ୍ଚଳିକ ଦଳ ଭାବେ ଆମେ ସବୁବେଳେ ଓଡ଼ିଶାର ସ୍ଵାର୍ଥ ଓ ସ୍ୱାଭିମାନକୁ ପ୍ରାଥମିକତା ଦେଇ ଆସିଛୁ। ଆଗକୁ ମଧ୍ୟ ଦେଇ ଚାଲିବୁ। ଆମ ଦଳ ଲୋକଙ୍କ ସୁଖଦୁଃଖରେ ଏବଂ ଲୋକଙ୍କ ସାଥିରେ ରହି ଆସିଛି। ଏହି ଧାରାକୁ ଅନୁସରଣ କରି ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କୁ ସାଥିରେ ନେଇ ଲୋକଙ୍କ ପାଖକୁ ଯାଆନ୍ତୁ ଏବଂ ସାରା ରାଜ୍ୟରେ ଏହି ପଦଯାତ୍ରାକୁ ସଫଳ କରାନ୍ତୁ ।

ପ୍ରାରମ୍ଭରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ବରିଷ୍ଠ ନେତା ଅଶୋକ ପଣ୍ଡା, ପ୍ରତାପ ଦେବ, ଅତନୁ ସବ୍ୟସାଚୀ, ଡ. ଅରୁଣ ସାହୁ ପ୍ରମୁଖ ଦ୍ୱିତୀୟ ଦିବସର ଏହି କର୍ମଶାଳାକୁ ପ୍ରଦୀପ ପ୍ରଜ୍ଵଳନ କରି ଉଦଘାଟନ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ଵ ଓ ସ୍ୱଚ୍ଛ ପ୍ରଶାସନ ଯୋଗୁଁ ଓଡ଼ିଶା ଆଜି ପ୍ରତିଟି କ୍ଷେତ୍ରରେ କିପରି ଉନ୍ନତିର ମାର୍ଗରେ ଦ୍ରୁତ ଗତିରେ ଆଗଉଛି, ତାହାର ବାର୍ତ୍ତା ରାଜ୍ୟର କୋଣ ଅନୁକୋଣରେ ପହଞ୍ଚାଇବା ଲାଗି ବୈଠକରେ ଉପସ୍ଥିତ ଥିବା ଦଳର ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବ୍ଲକ୍ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପୌର ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ଦଳର ଜିଲ୍ଲା ଓ ବ୍ଳକ୍ କର୍ମକର୍ତାମାନଙ୍କୁ ସଂଗଠନ ସମ୍ପାଦକ ଶ୍ରୀ ଦାସ ମନ୍ତ୍ର ଦେଇଥିଲେ।

ଏଥିରେ ମନ୍ତ୍ରୀ ପ୍ରତାପ ଦେବ, ବରିଷ୍ଠ ନେତା ସଞ୍ଜୟ ଦାସବର୍ମା, ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରୀତିରଂଜନ ଘଡ଼ାଇ, ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବରିଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଭାଷଣ ଦେଇଥିଲେ ।

ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କ ମଧ୍ୟରେ ବଦ୍ରି ନାରାୟଣ ପାତ୍ର, ପ୍ରସନ୍ନ ପାଟ୍ଟଶାଣୀ, ସୌମ୍ୟରଂଜନ ପଟ୍ଟନାୟକ, ସୁଶାନ୍ତ ସିଂ, ମନ୍ତ୍ରୀ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ।

ଶେଷରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଉଜ୍ୱଳ ପଟନି ଉପସ୍ଥିତ ଜନ ପ୍ରତିନିଧିମାନଙ୍କୁ ଲୋକଙ୍କ ଶ୍ରଦ୍ଧାଭାଜନ ହେବାକୁ ଆବଶ୍ୟକ ବିଭିନ୍ନ ପଦକ୍ଷେପ ଓ କୌଶଳ ସଂପର୍କରେ ଅବଗତ କରିଥିଲେ।

 

Previous Post

ଓଏଏସ୍ ପରୀକ୍ଷା ଢ଼ାଞ୍ଚା ବଦଳିଲା

Next Post

ଭିନ୍ନକ୍ଷମ ଭାନୁମତିଙ୍କ ମୁଁହରେ ହସ ଫୁଟାଇଲା ‘ଓଡ଼ିଶା ମୋ ପରିବାର’

Next Post
ଭିନ୍ନକ୍ଷମ ଭାନୁମତିଙ୍କ ମୁଁହରେ ହସ ଫୁଟାଇଲା ‘ଓଡ଼ିଶା ମୋ ପରିବାର’

ଭିନ୍ନକ୍ଷମ ଭାନୁମତିଙ୍କ ମୁଁହରେ ହସ ଫୁଟାଇଲା 'ଓଡ଼ିଶା ମୋ ପରିବାର'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA