Wednesday, June 24, 2026 02:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
 ସ୍ୱର ହୁଅ: ନବୀନ

ରାଜ୍ୟର ସାମ୍ପ୍ରତିକ ସ୍ଥିତି ଓ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଦଳୀୟ ନେତାଙ୍କ ସହ ବିସ୍ତୃତ ଆଲୋଚନା

by Our Correspondent
01 Sep, 2025- 11:38 PM
in Latest News, News
1 min read
0
ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
 ସ୍ୱର ହୁଅ: ନବୀନ

ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢ଼େଇ କରିବ ।

ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳ, ଭୃଗୁ ବକ୍ସିପାତ୍ର, ଡ଼ ଲେନିନ ମହାନ୍ତି, ପ୍ରଫୁଲ୍ଲ ସିଂ, ରଘୁନାଥ ସାହୁ, ମହମ୍ମଦ ସକିଲ, ଶ୍ରୀମତୀ ଲୋରା ମହାପାତ୍ର, ନବୀନ ନିବାସରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସହ ପ୍ରତ୍ୟେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଫଳତା ଓ ଜନବିରୋଧୀ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ନିଜକୁ ଲୋକଙ୍କ ସରକାର କହୁଥିବା ବିଜେପି କ୍ଷମତାକୁ ଆସିବା ପରଠାରୁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି । ଚାଷୀ ସାର ପାଉନଥିବା ବେଳେ ବ୍ୟାପକ କଳାବଜାରୀକୁ ପ୍ରୋତ୍ସାହନ ଦେଉଛନ୍ତି ସରକାର । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି । ମହିଳା ସୁରକ୍ଷାକୁ ନେଇ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଥିବା ବେଳେ ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି । ପ୍ରତ୍ୟେକ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ ଠପ୍ ହୋଇଯାଇଛି । ଓଡିଆ ଅସ୍ମିତାର ନାରାଦେଇ ସରକାରକୁ ଆସିଥିବା ବିଜେପି, ପ୍ରତ୍ୟେକ ଦିନ ଓଡ଼ିଆ ଅସ୍ମିତାକୁ କୁଠାରଘାତ କରୁଛି । ଆଗାମୀ ଦିନରେ ରାଜ୍ୟବାସୀଙ୍କ ସ୍ୱର ହିସାବରେ ବିଜୁ ଜନତା ଦଳ ବିଜେପି ସରକାରଙ୍କ ପ୍ରତ୍ୟେକ ଜନବିରୋଧୀ କାର୍ଯ୍ୟକୁ ତୀବ୍ର ବିରୋଧ କରିବ ବୋଲି ଡ଼ ସାହୁ କହିଥିଲେ ।

ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ବିଜୟ ହାସଲ କରିବ ।

Previous Post

୧୬ଟି ନୂଆ ଏନ୍‌.ଏ.ସି, ୭ଟି ନୂଆ ମୁନିସିପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Next Post

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତି

Next Post
ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତି

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA