Tuesday, June 23, 2026 08:27 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବରିଷ୍ଠ ନେତୃବୃନ୍ଦଙ୍କ ସହ ନବୀନଙ୍କ ବିଚାର ବିମର୍ଷ

ଶଙ୍ଖ ଭବନରେ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ପ୍ରସ୍ତୁତି ବୈଠକ

by Our Correspondent
27 Sep, 2024- 11:54 PM
in Latest News, News
1 min read
0
ବରିଷ୍ଠ ନେତୃବୃନ୍ଦଙ୍କ ସହ ନବୀନଙ୍କ ବିଚାର ବିମର୍ଷ

ଭୁବନେଶ୍ୱର: ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାରେ ବିଜେପି ସରକାର ବିଫଳ ହୋଇଛି । ଏ ସରକାର ଶହେ ଦିନ ପୂରଣ କରିସାରିଲାଣି । କିନ୍ତୁ ସରକାରର ବିଫଳତା ଆଜି ସବୁଆଡେ ନିରାଶା ସୃଷ୍ଟି କରିଛି । ନିତ୍ୟ ବ୍ୟବହାର୍ଯ୍ୟ ପଦାର୍ଥର ଅହେତୁକ ଦରବୃଦ୍ଧି ସାଧାରଣ ଲୋକଙ୍କୁ ଘର ଚଳାଇବା କଷ୍ଟ କରି ଦେଲାଣି । ମହିଳା ମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି । ନାରୀ ନିର୍ଯାତନା ବଢି ଚାଲିଛି । ଏପରିକି ସରକାରୀ କର୍ମଚାରୀ ମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେକରୁନାହାନ୍ତି । ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି । ଓଡିଶାରୁ ପୁଞ୍ଜି ଫେରି ଯାଉଛି । ଶିଳ୍ପପତି ମାନଙ୍କର ଓଡିଶା ସରକାର ଭରସା ନାହିଁ । ଏହିପରି ଅନେକ ବିଫଳତା ଶହେ ଦିନର ସରକାରର କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ।

ଆଜି ଶଙ୍ଖ ଭବନରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ସଂକ୍ରାନ୍ତୀୟ ପ୍ରସ୍ତୁତି ବୈଠକରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ମିଛ କାହାଣୀ କହି ବିଜେପି ନିର୍ବାଚନରେ ଜିତିଛି । ମିଛ କହି ନିର୍ବାଚନ ଜିତା ଯାଇପାରେ, କିନ୍ତୁ ଲୋକଙ୍କ ହୃଦୟ ନୁହେଁ । ସୁଭଦ୍ରା ଯୋଜନା ହେଉ ବା ମାଗଣା ବିଜୁଳି ବା ଭତ୍ତା ବୃଦ୍ଧି, ବିଜେପିର ମିଥ୍ୟା ପ୍ରତିଶୃତି ଆଜି ସାଧାରଣ ଲୋକଙ୍କୁ ହତଚକିତ କରିଛି ବୋଲି ଶ୍ରୀ ପଟ୍ଟନାୟକ କହିବା ସହ ବିଜେପି ସରକାରର ବିଫଳତା ଓ ମିଛ ପ୍ରତିଶୃତି ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ଆହ୍ୱାନ ଜଣାଇଥିଲେ । ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ଏକ ଦାୟୀତ୍ୱପୂର୍ଣ୍ଣ ବିରୋଧୀ ଦଳ ଭାବରେ କାମ କରୁଛି । ଆମ ପାଇଁ ସାଧାରଣ ଲୋକର ସମସ୍ୟାର ସମାଧାନ ଓ ଓଡିଶାର ସ୍ୱାର୍ଥ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ।

ଗତ ଚବିଶ ବର୍ଷ ଭିତରେ ବିଜେଡି ସରକାରର ସଫଳତା ବିଷୟରେ ଉଲ୍ଲେଖ କରି ଶ୍ରୀ ପଟ୍ଟନାୟକ କହିଥିଲେ ୨୦୦୦ ରୁ ୨୦୨୪ ମସିହା ମଧ୍ୟରେ ଓଡିଶାର ମୁଣ୍ଡପିଛା ରୋଜଗାର ସର୍ବାଧିକ ବୃଦ୍ଧି ଘଟିଛି ଯାହାକି ମଧ୍ୟ ପ୍ରଦେଶ, ଉତ୍ତର ପ୍ରଦେଶ, ଆସାମ ଆଦି ବିଜେପି ଶାସିତ ଡବଲ ଇଞ୍ଜିନ ରାଜ୍ୟମାନଙ୍କ ଠାରୁ ଅଧିକ । ସେହିପରି ମୁଣ୍ଡପିଛା ଋଣ ପରିମାଣ ମଧ୍ୟ ଡବଲ ଇଞ୍ଜିନ ରାଜ୍ୟମାନଙ୍କ ଠାରୁ କମ୍‌ ରହିଛି ।

ଜନ ସମ୍ପର୍କ ପଦଯାତ୍ରା ସମ୍ପର୍କରେ ସୂଚନା ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ପ୍ରତିବର୍ଷ ପରି ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ । ଅକ୍ଟୋବର ୬ ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ । ପୂଜା ପରେ ଅକ୍ଟୋବର ୨୧ ରୁ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ । ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ ତାରିଖରୁ ଡିସେମ୍ବର ୯ ତାରିଖ ଦୁଇ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରୀ ରହିବ ବୋଲି ଘୋଷଣା କରିଥିଲେ ।

ସୋସିଆଲ ମିଡିଆକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ ନିଷ୍ଠାପର ଭାବରେ କାର୍ଯ୍ୟ କରିବା ପାଇଁ ଶ୍ରୀ ପଟ୍ଟନାୟକ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

ବିଜେଡି ସମନ୍ୱୟ କମିଟିର ମୁଖ୍ୟ ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ । ପ୍ରସନ୍ନ ଆଚାର୍ଯ୍ୟ, ସଞ୍ଜୟ ଦାସ ବର୍ମା, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ,  ଗଣେଶ୍ୱର ବେହେରା, ଚନ୍ଦ୍ରଶେଖର ସାହୁ, ସୁଦାମ ମାର୍ଣ୍ଡି, ବିକ୍ରମ ଆରୁଖ, ଅଶୋକ ପଣ୍ଡା, ବଦ୍ରୀ ପାତ୍ର, ଦେବୀରଞ୍ଜନ ମିଶ୍ର, ଦୀପାଳୀ ଦାସ ଓ ଦିବ୍ୟ ଶଙ୍କର ମିଶ୍ର ପ୍ରମୁଖ ଆଗାମୀ ଦିନରେ ସଙ୍ଗଠନକୁ ଆହୁରି ମଜବୁତ୍‌ କରିବା ପାଇଁ ସୁଚିନ୍ତିତ ପରାମର୍ଶ ଦେଇଥିଲେ ।

Previous Post

‘ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରାଯିବ ନାହିଁ’

Next Post

ନୂଆ କାର୍ଯ୍ୟଶୈଳୀକୁ ଗ୍ରହଣ କର: ମୁଖ୍ୟମନ୍ତ୍ରୀ

Next Post
ନୂଆ କାର୍ଯ୍ୟଶୈଳୀକୁ ଗ୍ରହଣ କର: ମୁଖ୍ୟମନ୍ତ୍ରୀ

ନୂଆ କାର୍ଯ୍ୟଶୈଳୀକୁ ଗ୍ରହଣ କର: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA