Saturday, April 25, 2026 03:00 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଦଳୀୟ ସାଂସଦଙ୍କୁ ନବୀନଙ୍କ ଟିପ୍ସ

ସଂସଦ ଅଧିବେଶନ ପାଇଁ ବିଜେଡି ରଣନୀତି

by Our Correspondent
16 Jul, 2022- 09:06 PM
in Latest News, News
1 min read
0
ଦଳୀୟ ସାଂସଦଙ୍କୁ ନବୀନଙ୍କ ଟିପ୍ସ

ଭୁବନେଶ୍ୱର: ସଂସଦର ମୌସୁମୀ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ସେହିଦିନ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ଏହା ପୂର୍ବରୁ ଆଜି ବିଜେଡ଼ି ସଂସଦୀୟ ଦଳକୁ ଆଗାମୀ ରଣନୀତି ଜଣାଇ ଦେଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ଜୋରଦାର ଢ଼ଙ୍ଗରେ ଉପସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ୍ ବୈଠକରେ ପରାମର୍ଶ ଦେଇଛନ୍ତି ।

ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଆଲୋଚନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁ ଆମ ଦେଶର ସର୍ବୋଚ୍ଚ ପଦବୀରେ ବସିବାକୁ ଯାଉଛନ୍ତି । ବାସ୍ତବରେ ଏହା ଆମ ରାଜ୍ୟ ପାଇଁ ସମ୍ମାନ ଓ ଗୌରବର ବିଷୟ । ଓଡ଼ିଶାବାସୀ ଏବଂ ବିଜେଡି ପକ୍ଷରୁ ତାଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ ଦେବା ଆମ ପାଇଁ ଜରୁରୀ ବୋଲି ସେ କହିଥିଲେ ।

ସଂସଦରେ ବିଜେଡିର ଭୂମିକା କେମିତି ରହିବ ସେ ସମ୍ପର୍କରେ ଆଲୋକପାତ କରିବା ପୂର୍ବରୁ ନବୀନ କହିଥିଲେ, ମେ ୩୦ ରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ସମୟରେ ରାଜ୍ୟର ସ୍ୱାର୍ଥ ପ୍ରସଙ୍ଗରେ ବହୁତ କଥା ଆଲୋଚନା କରିଥିଲି । ସବୁ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହାୟତା ଲୋଡିଥିଲି । ସଂପୃକ୍ତ ମନ୍ତ୍ରଣାଳୟ ସହ ଯୋଗାଯୋଗରେ ରହି ଏହି ପ୍ରସଙ୍ଗଗୁଡ଼ିକ ଧାର୍ଯ୍ୟ ସମୟରେ ସମାଧାନ କରିବା ଦିଗରେ କାର୍ଯ୍ୟ କରିବାକୁ ସେ ସାଂସଦମାନଙ୍କୁ ପରାମର୍ଶ ଦେଇଥିଲେ ।

ରାଜ୍ୟରେ ନିର୍ମାଣାଧୀନ ରେଳ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ସ୍ୱାମୀନାଥନ୍ କମିଟିର ସୁପାରିଶକୁ କାର୍ଯ୍ୟକାରୀ କରିବା, ବିଧାନସଭା ଓ ସଂସଦରେ ମହିଳାଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ, ଓଡ଼ିଶା ବିଧାନ ପରିଷଦ ଗଠନ, ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା, ସମ୍ବିଧାନର ଅଷ୍ଟମ ସୂଚୀରେ ‘ହୋ’ ଭାଷାକୁ ଅନ୍ତର୍ଭୁକ୍ତ କରାଯିବା ଆଦି ଓଡ଼ିଶାର ପ୍ରମୁଖ ଦାବିଗୁଡ଼ିକୁ ଜୋରଦାର ଢ଼ଙ୍ଗରେ ଉପସ୍ଥାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସେହିଭଳି ରେଳବାଇ, ବ୍ୟାଙ୍କିଂ, ଟେଲି ଡେନସିଟି, କୋଇଲା ରୟାଲିଟି ଦେୟ, ଏନର୍ଜି ସେସ୍ ଏବଂ ଉପକୂଳ ରାଜପଥ ନିର୍ମାଣ କ୍ଷେତ୍ରରେ ଓଡ଼ିଶା ଅବହେଳିତ ହୋଇ ରହିଛି । ଆମ ରାଜ୍ୟର ସ୍ୱାର୍ଥକୁ ସଂସଦରେ ଶାଣିତ ଢ଼ଙ୍ଗରେ ଉପସ୍ଥାପନ କରିବା ଉପରେ ଗୁରୁତ୍ୱ ଦେଇଥିଲେ ।

ସଂସଦୀୟ ଦଳର ଏହି ବୈଠକରେ ଲୋକସଭା ଓ ରାଜ୍ୟସଭାର ସମସ୍ତ ବିଜେଡି ସାଂସଦ ଯୋଗଦେଇଥିଲେ ।

Previous Post

ଜଗଦୀପ ଧନକର ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

Next Post

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

Next Post
ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA