ଭୁବନେଶ୍ୱର: ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନରେ ବିଶ୍ୱ ଆଦିବାସୀ ଦିବସ ଆଜି ମହାସମାରୋହରେ ପାଳିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦଳର ସଭାପତି ନବୀନ ପଟ୍ଟନାୟକ ଉଦବୋଧନ ଦେଇ ଓଡ଼ିଶାର ସମସ୍ତ ଜନଜାତି ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇବା ସଙ୍ଗେ ସଙ୍ଗେ ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର ବିକାଶ ସମ୍ଭବ ନୁହେଁ ବୋଲି କହିଥିଲେ ।
ଆଜି ମଧ୍ୟ ଅଗଷ୍ଟ କ୍ରାନ୍ତି ଦିବସ । ଏହି ଅବସରରେ, ସହିଦମାନଙ୍କୁ ମୋର ଶ୍ରଦ୍ଧାଞ୍ଜଳି । ଓଡ଼ିଶା ପାଇଁ ଆଜି ଦିନର ବିଶେଷ ଗୁରୁତ୍ୱ ରହିଛି । ଆମ ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ଏକ ଚତୁର୍ଥାଂଶ ହେଲେ ଆଦିବାସୀ ସମ୍ପ୍ରଦାୟର ।ଜନଜାତି ଭାଇଭଉଣୀମାନଙ୍କ କଲ୍ୟାଣ ଏବଂ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ଅନେକ ପଦକ୍ଷେପ ନେଇଥିଲା । ନବୀନ କହିଥିଲେ ଯେ, କୋରାପୁଟରେ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝି ମେଡିକାଲ କଲେଜ, ବାରିପଦାରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ରାଉରକେଲାରେ ଭଗବାନ ବିର୍ଶା ମୁଣ୍ଡା ହକି ଷ୍ଟାଡିୟମ ବିଜେଡି ସରକାର କରିଛି । ସେମାନଙ୍କ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ସ୍ପେସିଆଲ ଡେଭେଲପମେଣ୍ଟ କାଉନସିଲ ଗଠନ କରିଥିଲା । ଏହା ଥିଲା ସାରା ଦେଶରେ ଏକ ନୂଆ ପଦକ୍ଷେପ । ଜଙ୍ଗଲ ଜମି ଅଧିକାର ହେଉ ବା ଶିକ୍ଷାର ପ୍ରସାର ବା ଜୀବୀକାର ସୁରକ୍ଷା ବାସାନ୍ତାଳି ଭାଷାକୁ ସମ୍ୱିଧାନର ଅଷ୍ଟମ ଅନୁଛେଦରେ ସାମିଲ କରିବା ଏ ସବୁ କାମ ବିଜେଡି ସରକାର ସମୟରେ ହି ହୋଇଛି ।
ସେ ଆହୁରି କହିଥିଲେ, ବିଜେଡି ସରକାର ୧୬୯ କମ୍ୟୁନିଟିକୁ ଜନଜାତି ସମ୍ପ୍ରଦାୟର ମାନ୍ୟତା ପ୍ରଦାନ କରିବା ପାଇଁ କେନ୍ଦ୍ରସରକାରଙ୍କ ନିକଟରେ ଲଗାତାର ଦାବିକରି ଆସୁଛି । ସେହିପରି କିଛି ଜନଜାତି ଭାଷା ଯଥା ହୋ, ମୁଣ୍ଡାରୀ, ଭୂମିଜ, ସଉରା ଓ କୁଇ ଇତ୍ୟାଦିକୁ ସମ୍ୱିଧାନର ଅଷ୍ଟମ ଅନୁଛେଦରେ ସାମିଲ କରିବା ପାଇଁ ବିଜେଡି ଦାବିକ ରିଆସୁଛି । ଉଭୟ ଦାବିକୁ କେନ୍ଦ୍ର ସରକାର ତୁରନ୍ତ ମାନିନେବା ଉଚିତ । ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ଆମେ ଗର୍ବିତ । ସେମାନଙ୍କ ବିକାଶ ଓ ସ୍ୱତନ୍ତ୍ର ପରିଚୟର ସୁରକ୍ଷା ପାଇଁ ବିଜେଡି ତାର ଉଦ୍ୟମ ଜାରି ରଖିବ ବୋଲି ନବୀନ କହିଥିଲେ ।
ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଏହି କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇଥିବା ବେଳେ କୋରାପୁଟର ବିଜେଡ଼ି ସାଂସଦ ପ୍ରାର୍ଥୀ କୌଶଲ୍ୟା ହିକକା, ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଓ ଅଶୋକ ପଣ୍ଡା ପ୍ରମୁଖ ଉଦବୋଧନ ଦେଇଥିଲେ । ପ୍ରାରମ୍ଭରେ ଭିନ୍ନ ଭିନ ଗ୍ରୁପ ଆଦିବାସୀ ନୃତ୍ୟର ତାଳେ ତାଳେ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ । ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ଏକ ହଜାରରୁ ଉଦ୍ଧ୍ୱର୍ଜନଜାତି ସମ୍ପ୍ରଦାୟର ଲୋକମାନେ ଅଂଶ ଗ୍ରହଣ କରିଥିଲେ ।
Continue Reading







