Saturday, February 21, 2026 06:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବଜେଟ୍ ପୋଲ୍ ଖୋଲିଲା ବିଜେଡି

'ଅନ୍ତସାରଶୂନ୍ୟ ଓ ପ୍ରଚାରଧର୍ମୀ ବଜେଟ୍'

by Our Correspondent
21 Feb, 2026- 06:42 PM
in Latest News, News
1 min read
0
ବଜେଟ୍ ପୋଲ୍ ଖୋଲିଲା ବିଜେଡି

ଭୁୁବନେଶ୍ୱର: ଗତକାଲି ବିଧାନସଭାରେ ବଜେଟ୍ ଉପସ୍ଥାପନ ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ ଧାଡ଼ିକିଆ ପ୍ରତିକ୍ରିୟା ଦେଇଥିଲେ । ବଜେଟ୍ କୁ ଫୁଲ୍ ମେନ୍ୟୁ ଇନ୍ ଏମ୍ପଟି କିଚେନ୍ ବୋଲି କଟାକ୍ଷ କରିଥିଲେ । ଆଜି ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଚଳିତବର୍ଷର ଏହି ବଜେଟ୍ କୁ ଅନ୍ତସାର ଶୂନ୍ୟ ଓ ପ୍ରଚାରଧର୍ମୀ ବୋଲି କୁହାଯାଇଛି । ବିରୋଧୀ ଦଳର ଉପନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଧାୟକ ଗୌତମ ବୁଦ୍ଧ ଦାସ ବଜେଟ୍ ର ବିଶ୍ଲେଷଣ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।

ଶ୍ରୀ ଆଚାର୍ଯ୍ୟ କହିଥିଲେ, ରାଜ୍ୟ ସରକାର ବଜେଟର ପରିମାଣ ୩ ଲକ୍ଷ ୧୦ ହଜାର କୋଟିକୁ ବୃଦ୍ଧି କରି ବାହାଦୁରି ନେବାକୁ ଯେଉଁ ପ୍ରୟାସ କରୁଛନ୍ତି, ତାହା ଗ୍ରହଣୀୟ ନୁହେଁ । ପୂର୍ବ ବର୍ଷ ତୁଳନାରେ ମାତ୍ର ୬.୨୫% ବୃଦ୍ଧି ହୋଇଥିବା ବେଳେ ମୁଦ୍ରାସ୍ପୀତିକୁ ୮% ହାରରେ ବିଚାରକୁ ନେଲେ, ବଜେଟ ପରିମାଣ ବୃଦ୍ଧି ହୋଇନାହିଁ ବରଂ ଦୁଇ ପ୍ରତିଶତ ହ୍ରାସ ପାଇଛି । ସରକାରଙ୍କ ଆୟ କମୁଛି, ତେଣୁ ଋଣ ଭାରରେ ଓଡିଶାକୁ ବୁଡାଉଛନ୍ତି । ନବୀନ ବାବୁ ରାଜ୍ୟର ଦାୟିତ୍ୱ ନେବା ପରେ ରାଜ୍ୟର ବିପର୍ଯ୍ୟସ୍ତ ଆର୍ଥିକ ସ୍ଥିତିକୁ ସୁଧାର କରି ଓଡିଶାକୁ ଏକ ଆର୍ଥିକ ଶୃଙ୍ଖଳା ରାଜ୍ୟରେ ପରିଣତ କରିଥିଲେ । ବର୍ତ୍ତମାନର ସରକାର କେବଳ ଋଣ କରି ରାଜ୍ୟର ଆର୍ଥିକ ସ୍ଥିତିକୁ ଆଉଥରେ ବିପଦ ଆଡ଼କୁ ଠେଲି ଦେଉଛନ୍ତି । ମାତ୍ର ୩ଟି ବଜେଟରେ ବର୍ତ୍ତମାନର ସରକାର ପ୍ରାୟ ୧.୩୮ ଲକ୍ଷ କୋଟି ଋଣ କଲେଣି । ସରକାର ଋଣ ଉପରେ ନିର୍ଭର କରି ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ।

କୃଷକ ମାନଙ୍କ ସମସ୍ୟାକୁ ସମାଧାନ ପାଇଁ ସରକାରଙ୍କ କୌଣସି ଯୋଜନା ନାହିଁ କି ଆନ୍ତରିକତା ନାହିଁ । ସ୍ୱାସ୍ଥ୍ୟ ବିଭାଗର ପରିମାଣକୁ କମାଇ ଦିଆଯାଇଛି । ବିଭିଜି ରାମଜୀ ଯୋଜନାରେ ୯୦:୧୦ ପରିବର୍ତ୍ତେ, ୬୦:୪୦ରେ ଖର୍ଚ୍ଚ ହେବ, ଯାହା ରାଜ୍ୟ ଉପରେ ଅଧିକ ଆର୍ଥିକ ବୋଝ ବଢିବ । ଏହି ବଜେଟ ଏକ ପ୍ରଚାରଧର୍ମୀ ବଜେଟ । ଅନେକ ଯୋଜନା ଘୋଷଣା କରିଛନ୍ତି, କିନ୍ତୁ ଅର୍ଥ ପ୍ରଦାନ କରାଯାଇନାହିଁ । ମୁଙ୍ଗେରିଲାଲଙ୍କ ହସିନ ସ୍ୱପ୍ନ ଭଳି ସରକାର ରାଜ୍ୟର ବିକାଶ ପାଇଁ ରାଜ୍ୟବାସୀଙ୍କୁ କେବଳ ସ୍ୱପ୍ନ ଦେଖାଉଛନ୍ତି ।

ଶ୍ରୀ ପୂଜାରୀ କହିଥିଲେ, ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ କ୍ଷମତାକୁ ଆସିଥିବା ବିଜେପି ସରକାର ଓଡିଶାବାସୀଙ୍କୁ ନିରାଶ କରିଛି, କାରଣ କେନ୍ଦ୍ରୀୟ ଅନୁଦାନ ବଢ଼ୁନାହିଁ, ବରଂ କମୁଛି । ପୂର୍ବ ବଜେଟର ମାତ୍ର ୪୭% ଖର୍ଚ୍ଚ ହୋଇଛି । କେନ୍ଦ୍ର ସରକାରଙ୍କ ଅନୁଦାନ କମିବାରେ ଲାଗୁଛି । ରାଜ୍ୟର କୃଷକ ସମାଜ ହତାଶରେ ଅଛନ୍ତି । ରାଜ୍ୟ ସରକାର ଅନେକ ଯୋଜନା କେବଳ ଘୋଷଣା କରିଦେଉଛନ୍ତି, କିନ୍ତୁ ସେଗୁଡିକ କାର୍ଯ୍ୟକାରୀ ହେଉନାହିଁ ।

ଶ୍ରୀ ଦାସ କହିଥିଲେ, ବଜେଟଟି ହେଉଛି ଅନ୍ତସାର ଶୂନ୍ୟ ବଜେଟ । ଗୋଟିଏ ଦାୟିତ୍ୱହୀନ ସରକାରଙ୍କର ଦୃଷ୍ଟିହୀନ ବଜେଟ । ବିତ୍ତୀୟ ଶୃଙ୍ଖଳା କ୍ଷେତ୍ରରେ ନବୀନ ବାବୁ ଓଡିଶାକୁ ଏକ ନମ୍ୱରରେ ପହଞ୍ଚାଇଥିଲେ । କିନ୍ତୁ ଋଣବୋଝ ବଢ଼ାଇବାରେ ଲାଗିଛନ୍ତି ରାଜ୍ୟ ସରକାର । ସମୁଦାୟ ଋଣ ପରିମାଣରୁ ପ୍ରାୟ ୪୦% ଖୋଲା ବଜାରରୁ ଚଢ଼ା ସୁଧ ଦରରେ ଋଣ ନିଆଯାଉଛି, ଯାହା ରାଜ୍ୟର ଆର୍ଥିକ ସ୍ଥିତିକୁ ରେଡ୍ ଜୋନ୍କୁ ନେଇଯାଉଛି । ବିଡ଼ମ୍ୱନାର ବିଷୟ ଯେ, ସରକାର ବଜେଟରେ ବିଭିନ୍ନ ବିଭାଗ ପାଇଁ ପ୍ରାବଧାନ କରିଥିବା ଅର୍ଥକୁ ଖର୍ଚ୍ଚ କରିପାରୁ ନାହାନ୍ତି, କିନ୍ତୁ ଚଢ଼ା ସୁଧରେ ଋଣ ନେଉଛନ୍ତି । ରାଜ୍ୟର ଅଭିବୃଦ୍ଧି ହାର କମୁଛି ଋଣ ବଢୁଛି । ଏହା ରାଜ୍ୟର ଅର୍ଥନୀତିକୁ ପଙ୍ଗୁ କରିଦେବ । ବିତ୍ତୀୟ ନିଅଣ୍ଟ ୧.୭%ରୁ ୩.୫%କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, କୃଷି ଓ କୃଷକ, ବିଦ୍ୟାଳୟ ଓ ଗଣଶିକ୍ଷା ଇତ୍ୟାଦି ବିଭାଗରେ ରାଜ୍ୟ ସରକାର ଚଳିତ ବଜେଟରେ ଅର୍ଥ କମାଇ ଦେଇଛନ୍ତି । ଏପରିକି ସରକାର ନିଜେ ଘୋଷଣା କରିଥିବା ଫ୍ଲାଗ୍ସିପ ଯୋଜନା ଗୁଡିକ ଆରମ୍ଭ ହୋଇପାରି ନାହିଁ ।

Previous Post

ବଜେଟ୍ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA