Thursday, May 21, 2026 10:22 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିକ୍ରମ ପଣ୍ଡାଙ୍କ ସମର୍ଥନରେ ବାହାରିଲା ବିଜେଡି

'ରାଜନୈତିକ ଉଦ୍ଦେଶ୍ୟରେ ବିକ୍ରମଙ୍କୁ ଫସାଇବା ପାଇଁ ଷଡ଼ଯନ୍ତ୍ର'

by Our Correspondent
22 Oct, 2025- 11:31 PM
in Latest News, News
1 min read
0
ବିକ୍ରମ ପଣ୍ଡାଙ୍କ ସମର୍ଥନରେ ବାହାରିଲା ବିଜେଡି

ଭୁବନେଶ୍ୱର: ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଜି ବିଜେଡିର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରିବା ପରେ, ବିଜୁ ଜନତା ଦଳ ଏହାକୁ ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ଉପସଭାପତି ତଥା ବିରୋଧୀ ଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଭୃଗୁ ବକ୍ସିପାତ୍ର, ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଲେନିନ ମହାନ୍ତି, ଗୋପାଳପୁର ବିଧାୟକ ତଥା ରାଜ୍ୟର ଖଣି ଓ ପରିବହନ ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ଅଭିଯୋଗ ରହିଥିଲା ବେଳେ, ତାଙ୍କୁ ଓ ରାଜ୍ୟ ସରକାରଙ୍କୁ ବଞ୍ଚାଇବାକୁ ଯାଇ ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଚକ୍ରାନ୍ତ କରି ଫସାଯାଇଛି ବୋଲି କହିଥିଲେ । ଶ୍ରୀ ପଣ୍ଡାଙ୍କ ସମ୍ପୃକ୍ତି ନେଇ ଗୁଡିଏ ଗପ ଶୁଣାଇଛି ପୋଲିସ, କିନ୍ତୁ ତାଙ୍କ ବିରୋଧରେ ତିଳେ ମାତ୍ର ପ୍ରମାଣ ଦେଇ ପାରିନାହିଁ ।

ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ଗତ ୧୬ ମାସର ବିଜେପି ଶାସନରେ, ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ବେଳେ ଗଞ୍ଜାମ ଜିଲ୍ଲା ଶୀର୍ଷରେ ରହିଛି । ଗଞ୍ଜାମ ଜିଲ୍ଲାରେ ୧୫୨ଟି ଦୁଷ୍କର୍ମ ମାମଲା ରୁଜୁ ହୋଇଥିବା ବେଳେ ୧୨୮ଟି ହତ୍ୟା ଘଟିଛି । ଗୋପାଳପୁର ଗଣଦୁଷ୍କର୍ମ ଘଟଣା କେବଳ ଓଡିଶା ନୁହେଁ ସମଗ୍ର ଦେଶ ଓ ବିଶ୍ୱରେ ଚର୍ଚ୍ଚିତ ଘଟଣା ପାଲଟିଥିଲା । ସମଗ୍ର ଜିଲ୍ଲାରେ ବିଜେପି ସରକାର ସମୟରେ ୧୮୨୩ଟି ମହିଳା ନିର୍ଯାତନା ମାମଲା ହୋଇଛି । ଏହାଛଡା, ଗଞ୍ଜାମ ଜିଲ୍ଲାରେ ବେଆଇନ ବାଲି ଚାଲାଣ ଶୀର୍ଷରେ ପହଁଚିଛି । ଏହି ଚୋରା ବାଲି କାରବାର ନେଇ ଅନେକ ହିଂସାକାଣ୍ଡ ଘଟିଛି । ଏହି ଚୋରା ବାଲି କାରବାରରେ ଗୋପାଳପୁର ବିଧାୟକ ତଥା ରାଜ୍ୟର ଖଣି ଓ ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ସମ୍ପୃକ୍ତି ରହିଛି ବୋଲି ଅଭିଯୋଗ ହୋଇ ଆସୁଛି । ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟାକାଣ୍ଡ ଘଟିବା ପରେ ପ୍ରଥମେ ଏହା ଚୋରା ବାଲି କାରବାରକୁ ନେଇ ଘଟିଛି ଓ ଏଥିରେ ମନ୍ତ୍ରୀ ଶ୍ରୀ ଜେନାଙ୍କ ସମ୍ପୃକ୍ତି ରହିଛି ବୋଲି ଆଲୋଚନା ହୋଇଥିଲା ।

ଶ୍ରୀମତୀ ମଲ୍ଲିକ କହିଥିଲେ, ବିଜେପିର ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଏନ.ଡମ୍ୱୁରୁ ରେଡ୍ଡୀ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନ୍ତ୍ରୀ ବିଭୁତି ଜେନାଙ୍କର ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଅଭିଯୋଗ କରିବା ସହିତ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରି ତଦନ୍ତ ପରିସରଭୁକ୍ତ କରାଯାଉ ବୋଲି ଦାବି କରିଥିଲେ । ଏହା ବିଜେପି ପାଇଁ ବିସ୍ପୋରକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ, ରାଜ୍ୟ ସରକାରଙ୍କୁ ଅଡୁଆରେ ପକାଇବାକୁ ଯାଉଥିବାରୁ, ଏଭଳି ନାଟକୀୟ ଢଙ୍ଗରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି । ଗଞ୍ଜାମ ଏସପି ସାମ୍ୱାଦିକ ସମ୍ମିଳନୀରେ ଦେଇଥିବା ତଥ୍ୟରେ ବିକ୍ରମଙ୍କ ବିରୋଧରେ କୌଣସି ପ୍ରମାଣ ପ୍ରସ୍ତୁତ କରିନାହାନ୍ତି, କେବଳ ଗୁଡିଏ କାହାଣୀ କହିଛନ୍ତି । ଏହି ଗିରଫଦାରୀକୁ ଆମେ ଦୃଢ଼ ନିନ୍ଦା କରୁଛୁ । ବିଜୁ ଜନତା ଦଳ ଏଭଳି ଅନ୍ୟାୟ ବିରୋଧରେ ସ୍ୱର ଉତ୍ତୋଳନ କରିବ ।

ଭୃଗୁ ବକ୍ସିପାତ୍ର କହିଥିଲେ, କେବଳ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ, ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମ୍ପୃକ୍ତି ଦେଖାଇ ତାଙ୍କୁ ଗିରଫ କରାଯାଇଛି । ରାଜନୈତିକ ଉଦେ୍ଦଶ୍ୟ ରଖି ନେତାମାନଙ୍କୁ ଟାର୍ଗେଟ କରିବା ବିଜେପିର ପୁରୁଣା ଅଭ୍ୟାସ । ପୀତବାସ ପଣ୍ଡାଙ୍କ ହତ୍ୟା ପାଇଁ ତିଆରି ହୋଇଥିବା ପ୍ଲଟ ଠାରୁ ବିକ୍ରମ ପଣ୍ଡାଙ୍କୁ ଫସାଇବା ପାଇଁ ବିଜେପି ଇଙ୍ଗିତରେ ପୋଲିସ ରଚିଥିବା ପ୍ଲଟ ଅଧିକ ଭୟଙ୍କର ଓ ମାରାତ୍ମକ । ଗଞ୍ଜାମ ଏସ୍ପି ଶ୍ରବଣା ବିବେକ ସମ୍ୱାଦିକ ସମ୍ମିଳନୀରେ ଦେଇଥିବା ତଥ୍ୟ ଅନୁସାରେ, ବିକ୍ରମ ପଣ୍ଡାଙ୍କ ସମ୍ପୃକ୍ତିର କୌଣସି ପ୍ରମାଣ ରଖି ନାହାନ୍ତି । କେବଳ କିଛି କାହାଣୀ କହିଛନ୍ତି । ଏସ୍ପି ମହୋଦୟ ବିକ୍ରମଙ୍କ ବିରୋଧରେ କେବଳ ଅଭିଯୋଗ ରଖିଛନ୍ତି, କୌଣସି ପ୍ରମାଣ ରଖିପାରି ନାହାନ୍ତି । ଏସ୍ପି ଯେଉଁ ୫୦ ଲକ୍ଷ ଟଙ୍କା ଡିଲର କଥା କହିଛନ୍ତି, ତାର ମଧ୍ୟ କୌଣସି ମନି ଟ୍ରେଲ ଥିବାକଥା କହି ନାହାନ୍ତି । ବ୍ରହ୍ମପୁର ବିଧାୟକ କେ ଅନିଲ କୁମାରଙ୍କ ବିରୋଧରେ ଉଚ୍ଚନ୍ୟାୟାଳୟରେ ଚାଲିଥିବା ମିଥ୍ୟା ସତ୍ୟପାଠ ମାମଲାରେ ଓକିଲ ଖର୍ଚ୍ଚ ବିକ୍ରମ ପଣ୍ଡା ବହନ କରୁଛନ୍ତି ବୋଲି ଏସ୍ପି କହିଛନ୍ତି । କିନ୍ତୁ, ଓକିଲ ଖର୍ଚ୍ଚ ବହନ ସହିତ ପୀତବାସ ପଣ୍ଡାଙ୍କ ହତ୍ୟାର କଣ ସଂପର୍କ ରହିଛି, ସେକଥା ସେ ସ୍ପଷ୍ଟ କରି ନାହାନ୍ତି । ଏସ୍ପିଙ୍କ କଥାରୁ ସ୍ପଷ୍ଟ ଜଣା ପଡୁଛି, ରାଜ୍ୟ ସରକାରଙ୍କ ଇଙ୍ଗିତରେ ମିଛ କାହାଣୀ ସୃଷ୍ଟି କରି ସେ ବିକ୍ରମ ପଣ୍ଡାଙ୍କୁ ଫସାଇବାକୁ ଅପଚେଷ୍ଟା କରିଛନ୍ତି । ବିଜେପିର ଅନ୍ତଦ୍ୱନ୍ଦ୍ୱ ଓ ଚୋରା ବାଲି କାରବାର ନେଇ ନିଜ ଦଳ ଭିତର ବିବାଦ ଯୋଗୁ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟିଛି ବୋଲି ପୁରା ଗଞ୍ଜାମ ଜିଲ୍ଲାରେ ଚର୍ଚ୍ଚା ଚାଲିଛି । ନୂଆପଡା ଉପନିର୍ବାଚନକୁ ଆଖି ଆଗରେ ରଖି, ବିକ୍ରମ ପଣ୍ଡାଙ୍କୁ ଫସାଯାଇଛି ।

ଡ.ଲେନିନ ମହାନ୍ତି ଗଣମାଧ୍ୟମ ସମ୍ମୁଖରେ ଗୋଟିଏ ଫଟୋ ରଖିଥିଲେ, ଯେଉଁଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବସିଥିବା ବେଳେ ଦଳୀୟ କର୍ମୀ ମାନଙ୍କ ମଧ୍ୟରେ ପୋଲିସ ଆଇଜି ନୀତି ଶେଖର ମୁଣ୍ଡପାତି ଛିଡା ହୋଇଛନ୍ତି । ଡ. ମହାନ୍ତି କହିଥିଲେ, ବିଜେପି ଶାସନରେ ପୋଲିସ ଅବସ୍ଥା ଏହିପରି ରହିଛି । ଶ୍ରୀ ସାମଲ ମନ୍ତ୍ରୀମଣ୍ଡଳର ସଦସ୍ୟ ହୋଇ ନଥିଲେ ମଧ୍ୟ ତାଙ୍କ ସମ୍ମୁଖରେ ଜଣେ ପୋଲିସ ଆଇଜି ଅସହାୟ ଅବସ୍ଥାରେ ମୁଣ୍ଡପାତି ଛିଡା ହେବା, ନିଶ୍ଚିତ ଭାବେ ଆଇନ ଶୃଙ୍ଖଳାର ଦୟନୀୟ ସ୍ଥିତିକୁ ଦର୍ଶାଉଛି । ତେଣୁ, ବିଜେପି ଇଙ୍ଗିତରେ, ବିଜେଡି ଜିଲ୍ଲା ସଭାପତିଙ୍କୁ ଅଭିଯୁକ୍ତ ସଜାଯାଇଛି । ଆଜି ରାଜ୍ୟରେ, ପୋଲିସ ବିଜେପିର ସ୍ୱାର୍ଥରକ୍ଷା ପାଇଁ କାର୍ଯ୍ୟ କରୁଛି । ବିଜୁ ଜନତା ଦଳ ଏହାର ଦୃଢ଼ ନିନ୍ଦା କରୁଛି ଓ ଏହାକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇବ । ଆଗାମୀ ଦିନରେ, ରାଜ୍ୟବାସୀ ଏହାର ଉଚିତ ଜବାବ ଦେବେ ।

Previous Post

ବିକ୍ରମ ପଣ୍ଡା, ପିଣ୍ଟୁ ଦାସ ମାଷ୍ଟରମାଇଣ୍ଡ

Next Post

ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

Next Post
ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA