Tuesday, May 26, 2026 09:16 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କାଉଣ୍ଟର୍ ଷ୍ଟ୍ରାଟେଜି ! ଦରବୃଦ୍ଧି ଅସ୍ତ୍ର ବାହାର କଲା ବିଜେଡ଼ି

ବିଜେପିକୁ ଘେରିବ, ରାଜ୍ୟବ୍ୟାପୀ କରିବ ପ୍ରତିବାଦ ଆନ୍ଦୋଳନ

by Our Correspondent
30 Oct, 2021- 03:50 PM
in Latest News, News, Politics
1 min read
0
କାଉଣ୍ଟର୍ ଷ୍ଟ୍ରାଟେଜି ! ଦରବୃଦ୍ଧି ଅସ୍ତ୍ର ବାହାର କଲା ବିଜେଡ଼ି

ଭୁୁବନେଶ୍ୱର: ମମିତା ମେହେର ହତ୍ୟା ଘଟଣାର ସିବିଆଇ ତଦନ୍ତ ଏବଂ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧୀ ଦଳର କମ୍ପମାନ ଜାରି ରହିଛି । ଗତକାଲି ପ୍ରଥମ ଥର ପାଇଁ ମନ୍ତ୍ରୀ ଦିବ୍ୟଶଙ୍କର ଏକ ବିବୃତିରେ ନିଜକୁ ନିଦେ୍ର୍ଦାଷ ଦାବି କରି ମା’ ମାଣିକେଶ୍ୱରୀଙ୍କ ନାଁରେ ରାଣ ଖାଇଛନ୍ତି । ତାଙ୍କ ସଂପୃକ୍ତିର ପ୍ରମାଣ ଦେଖାଇଲେ ରାଜନୀତିରୁ ସନ୍ୟାସ ନେଇଯିବେ ବୋଲି ଘୋଷଣା କରିଛନ୍ତି । ମନ୍ତ୍ରୀ ଦିବ୍ୟଶଙ୍କରଙ୍କର ଏହି ସ୍ପଷ୍ଟୀକରଣ ପୃଷ୍ଠଭୂମିରେ ତାଙ୍କ ଇସ୍ତଫା କି ବହିଷ୍କାର ପ୍ରସଙ୍ଗରେ ସମ୍ଭବତଃ ପୂର୍ଣ୍ଣଚ୍ଛେଦ ପଡ଼ିଛି । ତେବେ ଏହି ପ୍ରସଙ୍ଗରେ ବିରୋଧୀ ଦଳର ଆନ୍ଦୋଳନକୁ ବିଜେଡ଼ି ଆଉ ଚୁପଚାପ ସହିଯିବ ନାହିଁ । ଏହାର ମୁକାବିଲା କରିବ । ଅସ୍ତ୍ର ହେବ, ଲୋକଙ୍କୁ ଦହଗଞ୍ଜ କରୁଥିବା ଦରଦାମ ବୃଦ୍ଧି । ବିଜେଡ଼ି ହେଭିୱେଟ୍ ପ୍ରମିଳା ମଲ୍ଲିକ, ପ୍ରତାପ ଦେବ ଏବଂ ଅତନୁ ସବ୍ୟସାଚୀ ନାୟକ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ ଯୁଦ୍ଧଂ ଦେହି ଡାକରା ଦେଇଛନ୍ତି । ରାଜଧାନୀ ଠାରୁ ନିର୍ବାଚନ ମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି ଦଳର ନିଷ୍ପତ୍ତି ଘୋଷଣା କରିଛନ୍ତି ।

ଆସନ୍ତା ୩୧ ତାରିଖରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ପ୍ରଦର୍ଶନ କରାଯିବ । କେନ୍ଦ୍ରର ବିଜେପି ସରକାର ଦ୍ୱାରା, ପେଟ୍ରୋଲ, ଡିଜେଲ, ଏଲପିଜି, ଖାଇବାତେଲ, ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ହ୍ରାସ ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ । ନଭେମ୍ବର ୧ ତାରିଖରେ ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହିତ ଜିଲ୍ଲାପାଳ/ଉପଜିଲ୍ଲାପାଳ/ବିଡିଓ କିମ୍ବା ଅନ୍ୟ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ ।

ସାମ୍ବାଦିକ ସମ୍ମିଳନୀରେ ବିଜେଡିର ତିନି ନେତା କହିଛନ୍ତି ଯେ ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଯୋଗୁଁ ଓଡିଶା ତଥା ସମଗ୍ର ଦେଶର ସାଧାରଣ ଜନତା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି । କେନ୍ଦ୍ରରେ କ୍ଷମତାସୀନ ବିଜେପି ଏହି ଦର ଦାମ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ଯାହାକି ଓଡିଶା ଓ ଦେଶର ଲୋକଙ୍କ ପାଇଁ ଯନ୍ତ୍ରଣାଦାୟକ ହୋଇଛି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଅକ୍ଷମଣୀୟ ।

ରାଜ୍ୟ ତମାମ ସବୁ ବର୍ଗର ପରିବାରକୁ ରନ୍ଧନଗ୍ୟାସର ଦରବୃଦ୍ଧି ପ୍ରଭାବିତ କରିଛି । ୧୫.୪ କିଲୋ ଓଜନର ରନ୍ଧନଗ୍ୟାସ ସିଲିଣ୍ଡର ଦର ରାଜ୍ୟରେ ଏବେ ୧୦୦୦ ଟଙ୍କା ଛୁଇଁଥିବା ବେଳେ ହାଣ୍ଡିଶାଳ ଉପରେ କରୋଡା ମାଡ ସଦୃଶ୍ୟ ହୋଇଛି । ଏଲ୍‌ପିଜି ଦର ଶେଷଥର ପାଇଁ ୨୦୨୧ ଅକ୍ଟୋବର ୬ତାରିଖରେ ୧୪.୨ କିଲୋ ସିଲିଣ୍ଡର ପିଛା ୧୫ ଟଙ୍କା ବୃଦ୍ଧି ପାଇଥିଲା । ଯାହାକି ୨୦୨୧ ଜୁଲାଇରୁ ସିଲିଣ୍ଡର ପିଛା ୯୦ ଟଙ୍କା ବୃଦ୍ଧି ପାଇଥିଲା । ଏଲ୍‌ପିଜି ରନ୍ଧନଗ୍ୟାସ ଦର ଆସନ୍ତା ସପ୍ତାହରେ ପୁଣି ବୃଦ୍ଧି ପାଇପାରେ । ଯାହାକି ଲୋକଙ୍କ ଯନ୍ତ୍ରଣାକୁ ଆହୁରି ବଢାଇ ଦେବ ।

ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୭୧ ପଇସା, ଡିଜେଲ ୧୦୬ ଟଙ୍କା ୩୨ ପଇସା ଓ ୧୪.୨ କିଲୋ ଏଲ୍‌ପିଜି ସିଲିଣ୍ଡର ଦର ୯୨୬ ଟଙ୍କା ରହିଛି । ତେବେ ୨୦୧୯ରେ ବିଜେପି କେନ୍ଦ୍ରରେ ଦୁଇଥର କ୍ଷମତାକୁ ଆସିଥିବାବେଳେ ପେଟ୍ରୋଲ ଲିଟର ୭୧ ଟଙ୍କା ଓ ଡିଜେଲ ୬୫ ଟଙ୍କା ରହିଥିଲା । ଗତ ଦୁଇବର୍ଷ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ଆକାଶଛୁଆଁ ଗତିରେ ୩୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି ଯାହାକି ନିକଟ ଅତୀତରେ ଇନ୍ଧନ ଦର ବୃଦ୍ଧିରେ ସର୍ବାଧିକ ।

କେବଳ ଇନ୍ଧନ କିମ୍ବା ଏଲପିଜିର ଦର ନୁହେଁ, ଅତ୍ୟାବଶକୀୟ ସାମଗ୍ରୀର ଦର ବୃଦ୍ଧି ଯୋଗୁଁ ସାଧାରଣ ଲୋକର ହାଣ୍ଡିଶାଳରେ ଏହାର ପ୍ରଭାବ ଅନୁଭୂତ ହୋଇଛି । ଯାହାକି ରାଜ୍ୟର ମା’ ଓ ଭଉଣୀମାନଙ୍କୁ ଅଧିକ ବ୍ୟଥା ଓ ଯନ୍ତ୍ରଣା ଦେଇଛି । ତୈଳ ଓ ଇନ୍ଧନ ଦରବୃଦ୍ଧି ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ହୋଇଛି । ବଜାର ବିଶେଷଜ୍ଞଙ୍କ ଅନୁସାରେ କ୍ରମାଗତ ଇନ୍ଧନ ଦର ବୃଦ୍ଧି ଯୋଗୁଁ ବିଗତ ବର୍ଷରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ୪୦% ରୁ ୧୦୦% ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।

ଏସବୁ ସ୍ଥିତିରେ ସୁଧାର ଆଣିବା ପାଇଁ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ବିଶେଷ କିଛି ପଦକ୍ଷେପ ନେଉନାହାନ୍ତି । ରନ୍ଧନଗ୍ୟାସ, ପରିବହନ ଓ ପ୍ରତ୍ୟେକ ଲୋକଙ୍କର ଦୈନନ୍ଦନି ମୌଳିକ ଆବଶ୍ୟକତା ସହ ଜଡିତ ସବୁକିଛି ମହଙ୍ଗା ହେବାରେ ଲାଗିଛି । ସବୁଠାରୁ ଉଦ୍‌ବେଗର କଥା ହେଲା ଯେ କେନ୍ଦ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ ଆର୍ଥିକ ପରିଚାଳନା ଯୋଗୁଁ ଏସବୁ ସମସ୍ୟା ଅଧିକ ହେବାରେ ଲାଗିଛି । କେନ୍ଦ୍ରରେ ବିଜେପି ସରକାରର ଏହି ବିଫଳତା ଯୋଗୁଁ ରାଜ୍ୟର କୋଟି କୋଟି ମା’ ଭଉଣୀଙ୍କ ସମେତ ଓଡିଶାର ଲକ୍ଷ ଲକ୍ଷ ପରିବାର ପ୍ରଭାବିତ ହେଉଛନ୍ତି । ବିଶେଷକରି ମା’ ଓ ଭଉଣୀଙ୍କ ହାଣ୍ଡିଶାଳ ଉପରେ ମହଙ୍ଗାମାଡ ଅନୁଭୂତ ହେଉଛି ବୋଲି ସେମାନେ କହିଥିଲେ ।

Previous Post

କି ସଂଯୋଗ! ନବୀନ ନିବାସରେ ଦୁଇ କେନ୍ଦ୍ରମନ୍ତ୍ରୀ

Next Post

ସୌମ୍ୟଙ୍କ ତୃତୀୟ ନୟନକୁ କ୍ୟାପଟେନ୍ ଙ୍କ ମାଫ୍

Next Post
ସୌମ୍ୟଙ୍କ ତୃତୀୟ ନୟନକୁ କ୍ୟାପଟେନ୍ ଙ୍କ ମାଫ୍

ସୌମ୍ୟଙ୍କ ତୃତୀୟ ନୟନକୁ କ୍ୟାପଟେନ୍ ଙ୍କ ମାଫ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA