Friday, October 2, 2026 11:59 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡ଼ି

by Our Correspondent
25 Dec, 2021- 08:38 PM
in Latest News, News, Politics
1 min read
0
ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡ଼ି

ଭୁବନେଶ୍ୱର: ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଛି ବିଜେଡ଼ି । ସେମାନଙ୍କୁ ନ୍ୟାର୍ଯ୍ୟ ରାଜନୈତିକ ଅଧିକାର ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଐତିହାସିକ ନିଷ୍ପତ୍ତି ନିଆଯାଇଛି । ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବାକୁ ସର୍ବସମ୍ମତ ପ୍ରସ୍ତାବ ଗ୍ରହଣ କରାଯାଇଛି । ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ମୋହର ମାରିଥିବା ଜଣାପଡ଼ିଛି ।

ବିଜେଡି କାର୍ଯ୍ୟକାରିଣୀରେ ଏହି ପ୍ରସଙ୍ଗ ଉପରେ ଆଜି ବିସ୍ତୃତ ଆଲୋଚନା ହୋଇଥିଲା । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବାପାଇଁ ବୈଠକରେ ପ୍ରସ୍ତାବ ଆଗତ କରିଥିଲେ । ସର୍ବସମ୍ମତ କ୍ରମେ ପ୍ରସ୍ତାବ ସପକ୍ଷରେ ମତପ୍ରକାଶ ପାଇବାପରେ ଏହାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା ଯାହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁଜ ସଙ୍କେତ ପ୍ରଦାନ କରିଛନ୍ତିି । ଏହା ଫଳରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ହେବା ନିଶ୍ଚିତ ହୋଇଯାଇଛି ।

ଏଥିସହ ନିକଟରେ ମାନ୍ୟବର ସୁପ୍ରିମ୍‌ କୋର୍ଟଙ୍କ ରାୟ ପରେ ସାରା ଦେଶରେ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ପଞ୍ଚାୟତିରାଜ ଓ ପୌରପାଳିକା ନିର୍ବାଚନରୁ ଉଠାଇ ଦିଆଯାଇଥିବାରୁ ଏହି ଜାତୀୟ ପ୍ରସଙ୍ଗ ଉପରେ ପଛୁଆବର୍ଗଙ୍କୁ ଉପଯୁକ୍ତ ନ୍ୟାୟ ଦେବାପାଇଁ ବିଜୁ ଜନତା ଦଳ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛି । କେନ୍ଦ୍ର ସରକାର ଏ ଦିଗରେ ଯାହା ଆଇନ୍‌ଗତ ଏବଂ ବୈଧାନିକ ନିଷ୍ପତ୍ତି ନେବେ ଉଭୟ ବିଜୁ ଜନତା ଦଳ ଏବଂ ସରକାର ତାକୁ ଆନ୍ତରିକତାର ସହ ସମର୍ଥନ କରିବେ ।

କାର୍ଯ୍ୟକାରିଣୀ ସଦସ୍ୟମାନେ ଦର୍ଶାଇଥିଲେ ଯେ ବିଜୁ ଜନତା ଦଳ ସବୁବେଳେ ଆର୍ଥିକ ଅନଗ୍ରସର ବର୍ଗର ଜନସାଧାରଣଙ୍କ ଉନ୍ନତି ଏବଂ ସମାନ ଅଧିକାର ପାଇଁ ସବୁ ରକମର ପଦକ୍ଷେପ ଗ୍ରହଣ କରିଆସୁଛି । ନିକଟରେ ମହିଳାଙ୍କ ପାଇଁ ସଂସଦ ଏବଂ ବିଧାନସଭାରେ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ଲାଗି ଆହ୍ୱାନ ଦେଇ ସମଗ୍ର ଭାରତ ବର୍ଷରେ ଆଲୋଡନ ସୃଷ୍ଟି କରିଥିବା ବିଜୁ ଜନତା ଦଳ ପ୍ରଥମେ ନିଜ ଆଡୁ ୨୦୧୯ ଲୋକସଭା ନିର୍ବାଚନରେ ଏକ ତୃତୀୟାଂଶ ମହିଳାଙ୍କୁ ପ୍ରାର୍ଥୀ କରି ସମଗ୍ର ଦେଶ ପାଇଁ ଉଦାହରଣ ସୃଷ୍ଟି କରିଥିଲା ।

ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନରେ ବିଜୁ ଜନତା ଦଳ ରାଜ୍ୟର ଆର୍ଥିକ ଅନଗ୍ରସର ବର୍ଗଙ୍କ ସଶକ୍ତିକରଣ ପ୍ରତି ନିଜର ପ୍ରତିବଦ୍ଧତା ପୁନଶ୍ଚ ଦୋହରାଇ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସର୍ବସମ୍ମତି କ୍ରମେ ଐତିହାସିକ ପ୍ରସ୍ତାବ ପାରିତ କରିଥିବା କୁହାଯାଇଛି । 

ଆଜିର ଏହି କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସାଂଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ, ଦଳର ଉପସଭାପତି ତଥା ବରିଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ସର୍ବଶ୍ରୀ ପ୍ରତାପ ଜେନା, ଅରୁଣ ସାହୁ, ସମୀର ଦାଶ, ଅଶୋକ ପଣ୍ଡା, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଜଗନ୍ନାଥ ସାରକା, ବିଧାୟକ ସର୍ବଶ୍ରୀ ପ୍ରଫୁଲ ସାମଲ, ଅତନୁ ସବ୍ୟସାଚୀ ନାୟକ, ଧ୍ରୁବ ସାହୁ, ପ୍ରୀତି ରଞ୍ଜନ ଘଡାଇ, ଚନ୍ଦ୍ର ସାରଥି ବେହେରା, ରୋହିତ ପୂଜାରୀ, ଅନନ୍ତ ନାରାୟଣ ଜେନା, ଶ୍ରୀକାନ୍ତ ସାହୁ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ପ୍ରଶାନ୍ତ ମୁଦୁଲି, ସୁଶାନ୍ତ ରାଉତ, ରମେଶ ବେହେରା, ବ୍ରଜ କିଶୋର ପ୍ରଧାନ, ସାଂସଦ ସର୍ବଶ୍ରୀ ଡକ୍ଟର ସସ୍ମିତ ପାତ୍ର, ସୁବାସ ସିଂହ, ମୁନ୍ନା ଖାଁ, ରାଜଶ୍ରୀ ମଲ୍ଲିକ ଏବଂ ସାଧାରଣ ସମ୍ପାଦକ ସର୍ବଶ୍ରୀ ମାନସ ମଙ୍ଗରାଜ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ମିଶ୍ର, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଅରୂପ ପଟ୍ଟନାୟକ, କଳିକେଶ ନାରାୟଣ ସିଂହଦେଓ, ସାନନ୍ଦ ମାରାଣ୍ଡି, ସ୍ୱାଧୀନ ନାୟକ ଏବଂ ଦେବାଶିଷ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

ଅନ୍ୟ ସଦସ୍ୟମାନେ ଭର୍ଚୁଆଲ ଜରିଆରେ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇଥିଲେ ।

Previous Post

ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀ ଦେବେ ସତ୍ୟପାଠ, ଭୁଲ୍ ଥିଲେ ୬ ମାସ ଜେଲ୍

Next Post

ଆଗାମୀ ୫ ବର୍ଷରେ ଗରିବୀ ୧୦% ହ୍ରାସ କରିବୁ: ନବୀନ

Next Post
ଆଗାମୀ ୫ ବର୍ଷରେ ଗରିବୀ ୧୦% ହ୍ରାସ କରିବୁ: ନବୀନ

ଆଗାମୀ ୫ ବର୍ଷରେ ଗରିବୀ ୧୦% ହ୍ରାସ କରିବୁ: ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA