Wednesday, July 1, 2026 02:18 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ଜନସମ୍ପର୍କ ପଦଯାତ୍ରା’ ଉପରେ ଜୋର୍ ଦେଲେ ନବୀନ

ଅକ୍ଟୋବର ୨ ରୁ ବିଜେଡିର ମାସିକିଆ ଅଭିଯାନ

by Our Correspondent
26 Sep, 2022- 10:10 PM
in Latest News, News
1 min read
0
‘ଜନସମ୍ପର୍କ ପଦଯାତ୍ରା’ ଉପରେ ଜୋର୍ ଦେଲେ ନବୀନ

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବିଜୁ ଜନତା ଦଳର ‘ଜନସମ୍ପର୍କ ପଦଯାତ୍ରା’ ଅନୁଷ୍ଠିତ ହେବ । ଅକ୍ଟୋବର ୨ “ଗାନ୍ଧୀ ଜୟନ୍ତୀ’ରୁ ନଭେମ୍ବର ୨ ପର୍ଯ୍ୟନ୍ତ ଏକମାସ ବ୍ୟାପୀ ଏହି ଯାତ୍ରା ଜିଲ୍ଲାସ୍ତରରୁ ଆରମ୍ଭ କରି ନିର୍ବାଚନମଣ୍ଡଳୀ, ନଗର, ପଞ୍ଚାୟତ ଏବଂ ୱାର୍ଡ ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରରେ ଆୟୋଜିତ ହେବ । ଅଭିଯାନ ସମ୍ପର୍କରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ କର୍ମକର୍ତ୍ତା, ପର୍ଯ୍ୟବେକ୍ଷକ, ସଂଯୋଜକ, ସାଂସଦ, ବିଧାୟକ, ବିଧାୟକ ପ୍ରାର୍ଥୀ, ଜିଲ୍ଲା ସଭାପତି, ବ୍ଲକ୍ ଓ ନଗର ସଭାପତିମାନଙ୍କୁ ଚିଠି ଲେଖିଛନ୍ତି । ସମସ୍ତ କାର୍ଯ୍ୟ କିଭଳି ସୁଚାରୁରୂପେ ସମ୍ପନ୍ନ ହେଲା ତାହାର ସବିଶେଷ ବିବରଣୀ ତାଙ୍କ ଅବଗତି ନିମନ୍ତେ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ହେଉଛି-

ସହରାଞ୍ଚଳ ଏବଂ ପଞ୍ଚାୟତରେ ପ୍ରତ୍ୟେକ ୱାର୍ଡରେ କ୍ଷେତ୍ରୀୟ ପର୍ଯ୍ୟବେକ୍ଷକ, ବ୍ଲକ ଏବଂ ନଗରାଞ୍ଚଳରେ ଜିଲ୍ଲା ପର୍ଯ୍ୟବେକ୍ଷକ, ନିର୍ବାଚନମଣ୍ଡଳୀ ସ୍ତରରେ ବିଧାୟକ ପ୍ରାର୍ଥୀ ଏବଂ ଜିଲ୍ଲାସ୍ତରରେ ସଂପୃକ୍ତ ଜିଲ୍ଲା ସଭାପତି ଉପସ୍ଥିତ ରହି ଜନ ସମ୍ପର୍କ ପଦଯାତ୍ରାକୁ ପୂର୍ଣ୍ଣ ପ୍ରାଣରେ ସଫଳ କରାଇବେ ।

ପ୍ରତ୍ୟେକ ସ୍ଥାନରେ ସଂପୃକ୍ତ ଅଞ୍ଚଳର ଜନସାଧାରଣ ଏବଂ ଦଳୀୟ କର୍ମୀମାନେ ଯେଭଳି ବହୁ ସଂଖ୍ୟାରେ ଯୋଗଦିଅନ୍ତି ତାହା ଦଳର ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ସୁନିଶ୍ଚିତ କରିବେ ।

ପଦଯାତ୍ରା ଅବଧି ମଧ୍ୟରେ ପଡୁଥିବା ପ୍ରମୁଖ ପର୍ବପର୍ବାଣୀ ଦିନ ‘ଜନ ସମ୍ପର୍କ ପଦଯାତ୍ରା’ କାର୍ଯ୍ୟକ୍ରମ ବନ୍ଦ ରହିବ ।

ପ୍ରତ୍ୟେକ ସ୍ଥାନରେ ମହାତ୍ମା ଗାନ୍ଧୀ ଏବଂ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହିତ ସେ ଅଞ୍ଚଳର ପ୍ରମୁଖ ସ୍ୱାଧୀନତା ସଂଗ୍ରାମୀ ତଥା ବରପୁତ୍ରମାନଙ୍କ ଫଟୋଚିତ୍ର କିମ୍ବା ପ୍ରତିକୃତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ ।

ପଦଯାତ୍ରା ସମୟରେ ସଂପୃକ୍ତ ଅଞ୍ଚଳରେ ପ୍ରତି ଘରେ ବିଜେଡି ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ସହିତ ରକ୍ତଦାନ, ବୃକ୍ଷରୋପଣ ତଥା ଅନ୍ୟାନ୍ୟ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ମାଧ୍ୟମରେ ଆମ ଜନସେବା ଆଭିମୁଖ୍ୟକୁ ଆହୁରି ବ୍ୟାପକ କରାଯିବ ।

ନଭେମ୍ବର ୨ ତାରିଖରେ ପ୍ରତ୍ୟେକ ଜିଲ୍ଲାସ୍ତରରେ ସମସ୍ତ ଦଳୀୟ କର୍ମକର୍ତ୍ତା ତଥା କର୍ମୀମାନେ ଉପସ୍ଥିତ ରହି ଓଡ଼ିଶାବାସୀଙ୍କ ସେବାରେ ନିଜକୁ ପୁନଃଉତ୍ସର୍ଗ କରିବା ସହିତ ରାଜ୍ୟର ଉନ୍ନତି ଏବଂ ରାଜ୍ୟବାସୀଙ୍କ କଲ୍ୟାଣ ନିମନ୍ତେ ନିରନ୍ତର ଉତ୍ସର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ କରିବା ପାଇଁ ‘ସମୂହ ଶପଥ’ ଗ୍ରହଣ ପୂର୍ବକ ଏହି ମାସେବ୍ୟାପୀ ପଦଯାତ୍ରାର ପରିସମାପ୍ତି କରାଯିବ ।

Previous Post

ଦଶହରା ବେଳେ ପ୍ରବଳ ବର୍ଷା!

Next Post

ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

Next Post
ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA