Friday, February 20, 2026 07:25 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଗୋଟିଏ ଫୋନ୍ ରେ ସମର୍ଥନ

ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ

by Our Correspondent
17 Jul, 2022- 09:58 PM
in Latest News, News, Politics
1 min read
0
ଗୋଟିଏ ଫୋନ୍ ରେ ସମର୍ଥନ

ଭୁବନେଶ୍ୱର: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍ ଧନଖଡ଼ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ହେବାର ୨୪ ଘଣ୍ଟା ନ ପୂରୁଣୁ ବିଜେଡି ତାଙ୍କୁ ସମର୍ଥନ ଘୋଷଣା କରିଛି । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଆ ମାଟିର ଆଦିବାସୀ ଝିଅ ଭାବେ ବିଜେଡି ଆଗତୁରା ସମର୍ଥନ ଦେଇଥିଲା । ମାତ୍ର ଉପରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀ ଧନଖଡ଼ଙ୍କ କ୍ଷେତ୍ରରେ ବିଜେଡିର ଅନୁରୂପ ଆଭିମୁଖ୍ୟ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି । ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରତି ବିଜେଡ଼ିର ଦୁର୍ବଳତା ସ୍ପଷ୍ଟ ହୋଇଥିବା କୁହାଯାଉଛି ।

ବିଜେଡି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଉପରାଷ୍ଟ୍ରପତି ପ୍ରାର୍ଥୀ ଧନକଡ଼ଙ୍କୁ ସମର୍ଥନ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ । ଆଉ ଏହି କଥାବାର୍ତ୍ତା ପରେ ବିଜେଡି ତାଙ୍କୁ ସମର୍ଥନ ଦେବା ପାଇଁ ନିଷ୍ପତ୍ତି ନେଇଛି । ଜୁଲାଇ ୧୯ ରେ ନାମାଙ୍କନପତ୍ର ଦାଖଲ ବେଳେ ଉପସ୍ଥିତ ରହିବାକୁ ମଧ୍ୟ ବିଜେଡି ନିଷ୍ପତ୍ତି ନେଇଛି ।

ଏନଡିଏ ବାହାରେ ବିଜେଡି ହେଉଛି ପ୍ରଥମ ଦଳ ଯିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଘୋଷଣା କରିଛି । ପ୍ରଧାନମନ୍ତ୍ରୀଙ୍କ ଅନୁରୋଧକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଅବିଳମ୍ବେ ଗ୍ରହଣ କରିଛନ୍ତି । ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବା ବେଳେ ସମର୍ଥନ ଘୋଷଣାରେ ବିଜେଡି ସବା ଆଗରେ ରହିଛି ।

ସୂଚନାଥାଉକି, ଗତଥର ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଭେଙ୍କିୟା ନାଇଡୁଙ୍କୁ ବିଜେଡି ସମର୍ଥନ ଦେଇ ନ ଥିଲା । ଉପା ପ୍ରାର୍ଥୀ ଗୋପାଳକୃଷ୍ଣ ଗାନ୍ଧୀଙ୍କୁ ନବୀନ ସମର୍ଥନ ଜଣାଇଥିଲେ । ଗତଥର ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ରାମନାଥ କୋବିନ୍ଦଙ୍କୁ ବିଜେଡି କିନ୍ତୁ ସମର୍ଥନ ଦେଇଥିଲା ।

Previous Post

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ହୋମଯଜ୍ଞ

Next Post

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ପୁଣି ସସ୍ମିତ୍

Next Post
ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ପୁଣି ସସ୍ମିତ୍

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ପୁଣି ସସ୍ମିତ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA