Thursday, October 1, 2026 02:57 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଏକାକୀ ଲଢ଼ିବ ବିଜେପି:ମନମୋହନ

ମେଣ୍ଟ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ!

by Our Correspondent
22 Mar, 2024- 06:39 PM
in Latest News, News, Politics
1 min read
0
ଏକାକୀ ଲଢ଼ିବ ବିଜେପି:ମନମୋହନ

ଭୁବନେଶ୍ୱର: ବିଜେଡି ଓ ବିଜେପି ମଧ୍ୟରେ ମେଣ୍ଟ ସମ୍ଭାବନାକୁ ନେଇ ଲାଗିରହିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ନିଜର ଏକ୍ସ ଆକାଉଣ୍ଟରେ ସେ ଏହାକୁ ସ୍ପଷ୍ଟ କରିଛନ୍ତି । ବିଜେପି ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ସେ ଘୋଷଣା କରିଛନ୍ତି ।

ଗତକାଲି ଦିଲ୍ଲୀରୁ ଫେରିଥିବା ମନମୋହନ ଆଜି ତାଙ୍କ ଏକ୍ସ ହାଣ୍ଡଲରେ ଏକ ଲମ୍ବା ଚଉଡ଼ା ଘୋଷଣାନାମା ଲେଖିଛନ୍ତି । ଲେଖିଛନ୍ତି,

ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ(ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରି ଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।

ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ୱିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡ଼ିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ।

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି(ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।

 

Previous Post

ବିଜେଡି ଛାଡ଼ିଲେ ଭର୍ତ୍ତୃହରି ମହତାବ

Next Post

ବିଜେଡି ସବୁ ଆସନରେ ଲଢ଼ିବ: ବବି

Next Post
ବିଜେଡି ସବୁ ଆସନରେ ଲଢ଼ିବ: ବବି

ବିଜେଡି ସବୁ ଆସନରେ ଲଢ଼ିବ: ବବି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA