Monday, September 21, 2026 09:41 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ସାମିଲ

କୋରାପୁଟରେ ୧୦୦୦ ଓ ନବରଙ୍ଗପୁରରେ ୧୩୩ କୋଟିର ପ୍ରକଳ୍ପ ଶୁଭାରମ୍ଭ

by Our Correspondent
27 Nov, 2021- 07:40 PM
in Latest News, News
1 min read
0
ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ସାମିଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।କୋରାପୁଟର ୧୨ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଆଜିର କାର୍ଯ୍ୟକ୍ରମ ସହିତ ରାଜ୍ୟର ୨୩ଟି ଜିଲ୍ଲାର ଜନସାଧାରଣ ଏହି ଯୋଜନାରେ ସାମିଲ ହେଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ରାଜ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ହରିଶ୍ଚନ୍ଦ୍ର ବକ୍‌ସିପାତ୍ରଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

କୋରାପୁଟ ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ। ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋରାପୁଟ ଆଜି ଏକ ସଫଳ ଜିଲ୍ଲା ଭାବରେ ନୂଆ ପରିଚୟ ସୃଷ୍ଟି କରିପାରିଛି। ଏକ ନୂଆ ବ୍ରାଣ୍ଡ ଭାବରେ କୋରାପୁଟ କଫି ମାର୍କେଟରେ ସୁନାମ କରିବା ସହିତ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ନୂଆ ସୁଯୋଗ ମଧ୍ୟ ସୃଷ୍ଟି କରିପାରିଛି । ଆଗାମୀ ୫ ବର୍ଷରେ ୫୦୦୦ ହେକ୍ଟର ଜମିରେ କଫି ଚାଷ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜନଜାତି ଭାଇଭଉଣୀ ମାନଙ୍କ ଶିକ୍ଷା ସହିତ ନୂଆ ନୂଆ ରୋଜଗାର ସୃଷ୍ଟି ଓ ଯୋଗାଯୋଗର ଉନ୍ନତି ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ ପିଇବା ପାଣି ଠାରୁ ଆରମ୍ଭ କରି ଯୋଗାଯୋଗ ବ୍ୟବସ୍ଥାର ଉନ୍ନତି ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ସେ କହିଥିଲେ । ସେହିପରି ଜିଲ୍ଲା ପାଇଁ ଗୋଟିଏ ଦିନରେ ୪୫କୋଟି ଟଙ୍କା ଖର୍ଚ୍ଚରେ ୪୯ଟି ସ୍ବାସ୍ଥ୍ୟ ପ୍ରତିଷ୍ଠାନ  ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ଜିଲ୍ଲାର କୋଣ ଅନୁକୋଣରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ । ସ୍ବାସ୍ଥ୍ୟସେବା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ କୋରାପୁଟରେ ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ, କୋରାପୁଟ ବିଧାୟକ ରଘୁରାମ ପଡଲ ପ୍ରମୁଖ ଯୋଗ ଦେଇଥିବା ବେଳେ ନବରଙ୍ଗପୁରରେ ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ତୁଷାରକାନ୍ତି ବେହେରା, ସାଂସଦ ରମେଶଚନ୍ଦ୍ର ମାଝୀ ଓ ବିଧାୟକ ସଦାଶିବ ପାଣିଗ୍ରାହୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। 

Previous Post

ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ ସାମିଲ ହେଲା ବାଲେଶ୍ୱର, ଭଦ୍ରକ ଜିଲ୍ଲା

Next Post

କାହିଁକି ଭୂତ ହୋଇ ଲୁଚୁଛି କରୋନା ଭୂତାଣୁ ?

Next Post
କାହିଁକି ଭୂତ ହୋଇ ଲୁଚୁଛି କରୋନା ଭୂତାଣୁ ?

କାହିଁକି ଭୂତ ହୋଇ ଲୁଚୁଛି କରୋନା ଭୂତାଣୁ ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA