Tuesday, May 13, 2025 12:13 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି

ଚଳିତ ଫେବ୍ରୁଆରୀ ମାସରୁ ଲାଗୁ ହେବ

by Our Correspondent
10 Feb, 2024- 05:58 PM
in Latest News, News
1 min read
0
ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି

ଭୁବନେଶ୍ୱର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ। ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦ଟଙ୍କା , ୭୦୦ ଟଙ୍କା ଓ ୯୦୦ ଟଙ୍କା ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦ ଟଙ୍କା , ୧୨୦୦ ଟଙ୍କା ଓ ୧୪୦୦ ଟଙ୍କା ପାଇବେ।

ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏଥିସହ ମୁଖ୍ୟମନ୍ତ୍ରୀ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି।

ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, ଟ୍ରାନସଜେଣ୍ଡର, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ

Previous Post

ପରଲୋକରେ ଭି.ସୁଜ୍ଞାନୀ କୁମାରୀ ଦେଓ

Next Post

‘ଓଡ଼ିଶା ରାଜନୀତି’ ଡାଇରେକ୍ଟୋରି ଉନ୍ମୋଚିତ

Next Post
‘ଓଡ଼ିଶା ରାଜନୀତି’ ଡାଇରେକ୍ଟୋରି ଉନ୍ମୋଚିତ

'ଓଡ଼ିଶା ରାଜନୀତି' ଡାଇରେକ୍ଟୋରି ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA