Wednesday, February 18, 2026 07:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଚନ୍ଦ୍ରଭାଗା ଓ ତଳସାରୀ ହେବ ବିଶ୍ୱସ୍ତରୀୟ

ବର୍ଷକରେ ଚମକିବ ଦୁଇ ବେଳାଭୂମି

by Our Correspondent
12 Jan, 2021- 09:40 PM
in Latest News, News
1 min read
0
ଚନ୍ଦ୍ରଭାଗା ଓ ତଳସାରୀ ହେବ ବିଶ୍ୱସ୍ତରୀୟ

ଭୁବନେଶ୍ୱର: ଓଡ଼ିଶାର ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ । ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍ ର ଚନ୍ଦ୍ରଭାଗା ଏବଂ ବାଲେଶ୍ୱରର ତଳସାରୀ-ଉଦୟପୁର ବେଳାଭୂମିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଯୋଜନାର ରୂପାୟନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଛନ୍ତି । ଏହାକୁ ମହତ୍ୱାକାଂକ୍ଷୀ ଯୋଜନା ଶ୍ରେଣୀଭୁକ୍ତ କରାଯାଇଛି ।

ଏହି ଯୋଜନାରେ ପୁରୀ-କୋଣାର୍କ ବେଳାଭୂମିର ଚନ୍ଦ୍ରଭାଗାଠାରେ ୧ କିଲୋମିଟର ବ୍ୟାପୀ ଅଞ୍ଚଳର ବିକାଶ କରାଯିବ । ସେଠାରେ ଜଳକ୍ରୀଡ଼ା, ଆମୋଦପ୍ରମୋଦ, ସୁଦୃଶ୍ୟ ଚଲାପଥ, ସାଇକେଲ ଟ୍ରାକ୍, ସମୁଦ୍ର କୂଳେ କୂଳେ କାଠର ଚଲାପଥ, ମୁକ୍ତ ରଙ୍ଗମଞ୍ଚ, ଛୋଟ ପିଲାଙ୍କ ପାଇଁ ଖେଳ ଅଞ୍ଚଳ, ସୂର୍ଯେ୍ୟାଦୟ ଦେଖିବା ପାଇଁ ମଞ୍ଚ, ଦୁଃସାହସିକ କ୍ରୀଡ଼ା ଆଦି ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ ।

ଏହାଛଡ଼ା ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ଲ୍ୟାଣ୍ଡସ୍କେପିଂ, ବାଲି ସୁରକ୍ଷା ବ୍ୟବସ୍ଥା, ସୌର ଆଲୋକ ସୁବିଧା ସହିତ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରାଯିବ । ପର୍ଯ୍ୟଟକମାନେ କେବଳ ଦିନ ସମୟରେ ହିଁ ଏହିସବୁକୁ ଉପଭୋଗ କରିପାରିବେ । ଏହି କାର୍ଯ୍ୟ ୧ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ବାଲେଶ୍ୱରର ତଳସାରୀର ବେଳାଭୂମି ବିକାଶ ପାଇଁ ମଧ୍ୟ ବଡ଼ ଯୋଜନା କରାଯାଇଛି । ପର୍ଯ୍ୟଟକମାନେ ଯେଭଳି ଏକାଧିକ ଦିନ ରହଣୀ କରି ବେଳାଭୂମିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ ସେହି ବ୍ୟବସ୍ଥା କରାଯିବ । ସେହି ଲକ୍ଷ୍ୟରେ ୨.୪ କିଲୋମିଟର ଅଞ୍ଚଳକୁ ବିକଶିତ କରାଯାଇ ତାରକା ହୋଟେଲ ଏବଂ ବଜେଟ ହୋଟେଲ ନିର୍ମାଣକୁ ଉତ୍ସାହିତ କରାଯିବ ।

ବେଳାଭୂମିର ସୌନ୍ଦର୍ଯ୍ୟକୁ ପର୍ଯ୍ୟଟକମାନେ ମନଭରି ଉପଭୋଗ କରିବାର ଭରପୂର ବ୍ୟବସ୍ଥା ରହିବ । ପାଭିଲିଅନ ସହିତ ବର୍ଷା ଆଶ୍ରୟସ୍ଥଳ, କିଓସ୍କ, ସିଟିଂ ଆଇସଲାଣ୍ଡସ୍, ସୋଲାର୍ ଫଟୋ ଭଲଟେକ୍ ପ୍ୟାନେଲସ୍, ଆମ୍ଫିଂ-ଥିଏଟର୍ସ, ରେଷ୍ଟୁରାଣ୍ଟ ଆଦି ସୁବିଧା ପାଇବେ ପର୍ଯ୍ୟଟକ । ପର୍ଯ୍ୟଟକମାନଙ୍କୁ ଓଡ଼ିଶାର କଳା ସଂସ୍କୃତି ସହ ପରିଚିତ କରିବା ପାଇଁ ଏକ ଆର୍ଟ ଏବଂ କ୍ରାଫ୍ଟ୍ ପ୍ଲାଜା ମଧ୍ୟ ନିର୍ମାଣ କରାଯିବ । ଅକ୍ଟୋବର ୨୦୨୧ ସୁଦ୍ଧା ଏସବୁର ଭିତ୍ତିଭୂମି କାର୍ଯ୍ୟ ଶେଷ ହେବ ।

ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଉଭୟ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରାଯିବ ଏବଂ ଲାଇଫ ଗାର୍ଡମାନଙ୍କୁ ମୁତୟନ କରାଯିବ । ଏହିସବୁ ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ଷ୍ଟାଣ୍ଡାର୍ଡ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହିତ ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗକୁ ଧନ୍ୟବାଦ ଜଣାଇଥିଲେ । ଆଗାମୀ ଦୁଇ ବର୍ଷ ମଧ୍ୟରେ ପୀର ଜାହାନିଆ, ନିଳାଦ୍ରୀ, ମୁହାଣ ଆଦି ପୁରୀ ଜିଲ୍ଲାରେ ଥିବା ବେଳାଭୂମି ଏବଂ ଗଞ୍ଜାମ ଜିଲ୍ଲାର ହରିପୁର ଓ ପତିସୋନପୁର ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବେଳାଭୂମି ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବୈଠକରେ ଭୋଗରାଇ ବିଧାୟକ ଅନନ୍ତ ଦାସ, ଓଟିଡିସି ଅଧ୍ୟକ୍ଷା, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ପୁରୀ ଓ ବାଲେଶ୍ୱରର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଆସିଲା କରୋନା ଟିକା

Next Post

ଏଥର ମାଟ୍ରିକ ପରୀକ୍ଷା ଫିସ୍ ଛାଡ

Next Post
ଏଥର ମାଟ୍ରିକ ପରୀକ୍ଷା ଫିସ୍ ଛାଡ

ଏଥର ମାଟ୍ରିକ ପରୀକ୍ଷା ଫିସ୍ ଛାଡ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA