Monday, February 16, 2026 11:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୨୦୨୪ ରେ ଏସସିବି ମେଡ଼ିକାଲ କଲେଜର ନୂଆ ରୂପ

୩୫୦୦ କୋଟିର ପ୍ରକଳ୍ପ, ମିଳିବ ବିଶ୍ୱସ୍ତରୀ ଚିକିତ୍ସା ସୁବିଧା

by Our Correspondent
31 Dec, 2020- 08:53 PM
in Latest News, News
1 min read
0
୨୦୨୪ ରେ ଏସସିବି ମେଡ଼ିକାଲ କଲେଜର ନୂଆ ରୂପ

ଭୁୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ଏମସ ପ୍ଲସ୍ କରାଯାଇ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀସ୍ତରରେ ମେଡିକାଲ କଲେଜ ଓ ହସ୍ପିଟାଲ୍ ପାଇଁ ଦେଶର ସର୍ବବୃହତ୍ତ ପ୍ରକଳ୍ପ ଭାବେ ଏସସିବି ଏହାର ନବକଳେବର କାର୍ଯ୍ୟ ରାଜ୍ୟ ସରକାର ହାତକୁ ନେଇଛନ୍ତି । ୫-ଟି କାର୍ଯ୍ୟକ୍ରମ ଅଧୀନରେ ହେଉଥିବା ଏସସିବି ନବକଳେବର ପାଇଁ ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର ସମୀକ୍ଷା କରିବା ପରେ ନିର୍ଦ୍ଧାରିତ ୩ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ୨୦୨୪ ଜାନୁଆରୀରେ ଏହାର ଉଦଘାଟନ ପାଇଁ ମୁଖ୍ୟମନ୍ତ୍ରୀ ଟାର୍ଗେଟ୍ ଦେଇଛନ୍ତି ।

୧୭୫ ଏକର ଜମିରେ ଏସସିବିର ବିକଶିତ ହେବ । ୫୦୦୦ ଶଯ୍ୟା ସହିତ ଡାକ୍ତର, ରୋଗୀ ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ପାଇଁ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଉପଲବ୍ଧ ହେବ । ପ୍ରଥମ ପର୍ଯ୍ୟାୟରେ ଶଯ୍ୟା ସଂଖ୍ୟା ୩୫୦୦ କରାଯିବ । ପରବର୍ତ୍ତୀ ସମୟରେ ଏହାକୁ ୫୦୦୦ ଶଯ୍ୟା କରାଯିବ । କେବଳ ରୋଗୀ କି ଡାକ୍ତର ନୁହଁନ୍ତି, ରୋଗୀଙ୍କ ସହାୟତା, ସ୍ୱାସ୍ଥ୍ୟ କର୍ମଚାରୀ ସମସ୍ତଙ୍କ ପାଇଁ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ । ଅତ୍ୟାଧୁନିକ ଚିକିତ୍ସା ଉପକରଣ ସହ ପରିବହନ ବ୍ୟବସ୍ଥା, ଆଧୁନିକ ରେଷ୍ଟୁରାଣ୍ଟ, ବାଣିଜ୍ୟ କେନ୍ଦ୍ର ଓ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ ସୁବିଧା ରହିବ ।

ଏଥିରେ ୧୨୮୦ ଟି ସରକାରୀ ବାସଗୃହ ନିର୍ମିତ ହେବା ସହିତ ଛାତ୍ରାବାସରେ ଅଧିକ ୨୨୦୦ ଜଣ ଛାତ୍ରଛାତ୍ରୀ ରହିପାରିବେ । କ୍ରୀଡ଼ା ଓ ମନୋରଞ୍ଜନ ପାଇଁ ଏଠାରେ ପରିବେଶ ସୃଷ୍ଟି କରାଯିବ ।

ମେଡିକାଲ୍ କଲେଜ ହସ୍ପିଟାଲ୍ ର ସୁପରିଚାଳନା ପାଇଁ ଏକ ସ୍ୱାଧୀନ ପରିଚାଳନା ମଣ୍ଡଳୀ ରହିବ । ଏହାଦ୍ୱାରା ବ୍ୟବସ୍ଥାରେ ପରିବର୍ତ୍ତନ ଆସିବା ସହ ଚିକିତ୍ସା, ଶିକ୍ଷା ଓ ଗବେଷଣାର ମାନ ବୃଦ୍ଧି ହୋଇପାରିବ ।


ମୁଖ୍ୟମନ୍ତ୍ରୀ କହିଥିଲେ, ଜନସାଧାରଣଙ୍କୁ ସୁଲଭ ତଥା ଉଚ୍ଚ ଗୁଣାତ୍ମକ ମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ । ଓଡ଼ିଶାର ଲୋକ ଏହିଠାରେ ହିଁ ଉନ୍ନତ ଚିକିତ୍ସା ପାଇପାରିବେ । ବହୁ ଓଡ଼ିଆ ଡାକ୍ତର ଦେଶ ବିଦେଶରେ ଚିକିତ୍ସା ସେବା ଯୋଗାଇ ସୁନାମ କରିଛନ୍ତି । ସେମାନେ ନିଜ ଜନ୍ମମାଟିରେ ସେମାନଙ୍କ ଦକ୍ଷତାକୁ ରାଜ୍ୟବାସୀଙ୍କ ସେବାରେ ଯେଭଳି ଲଗାଇପାରିବେ, ସେଥିପାଇଁ ମଧ୍ୟ ଏକ ଉତ୍ତମ ପରିବେଶ ସୃଷ୍ଟି କରାଯିବ ।

ଏହି ପ୍ରକଳ୍ପକୁ ସେ ବ୍ୟକ୍ତିଗତ ଭାବେ ନିଜେ ତଦାରଖ କରୁଥିବା ମୁଖ୍ୟମନ୍ତ୍ରୀ ଜଣାଇଥିଲେ । ସମସ୍ତଙ୍କର ସହଯୋଗରେ ଏହି ଅନୁଷ୍ଠାନ ଦିନେ ଦେଶର ଶ୍ରେଷ୍ଠ ୩ଟି ଚିକିତ୍ସା ଅନୁଷ୍ଠାନ ମଧ୍ୟରେ ସ୍ଥାନ ପାଇପାରିବାରେ ସଫଳ ହେବ ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ୍ କୁମାର ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଉପସ୍ଥାପନା ରଖିଥିଲେ ।

Previous Post

ମେ’ ୪ ରୁ ସିବିଏସଇ ବୋର୍ଡ ପରୀକ୍ଷା

Next Post

ନୂଆ ବର୍ଷ, ନୂଆ ସମ୍ଭାବନା

Next Post
ନୂଆ ବର୍ଷ, ନୂଆ ସମ୍ଭାବନା

ନୂଆ ବର୍ଷ, ନୂଆ ସମ୍ଭାବନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA