Saturday, May 9, 2026 12:45 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନିୟମ ପାଳନରେ ଢ଼ିଲା କଲେ ପୁଣି ଲକଡାଉନ୍: ମୁଖ୍ୟମନ୍ତ୍ରୀ

'ଓଡ଼ିଶାକୁ ନିରାପଦରେ ରଖିବା ପାଇଁ ସମସ୍ତେ ସହଯୋଗ କରନ୍ତୁ'

by Our Correspondent
04 Aug, 2021- 07:04 PM
in Latest News, News
1 min read
0
ନିୟମ ପାଳନରେ ଢ଼ିଲା କଲେ ପୁଣି ଲକଡାଉନ୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି । ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ । ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ । ଦେଶର ଅନ୍ୟ ରାଜ୍ୟ ମାନଙ୍କରେ କୋଭିଡ କେସ୍‌ ବଢୁଛି । ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି । ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି । କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ । କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି । ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ବାହା ହିଁ ଆମେ ତୃତୀୟ ଲହରର ଗମ୍ଭୀରତାକୁ କମ୍‌ କରିଦେଇପାରିବା ।

ମୁଖ୍ୟମନ୍ତ୍ରୀ କହିଥିଲେ, ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ । ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ । ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ।

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ ।’

Previous Post

ବିରଞ୍ଚି ସାହୁ ଖସି ଯିବେନି ତ ?

Next Post

୧୬ ରୁ ଖୋଲିବ ଶ୍ରୀମନ୍ଦିର

Next Post
୧୬ ରୁ ଖୋଲିବ ଶ୍ରୀମନ୍ଦିର

୧୬ ରୁ ଖୋଲିବ ଶ୍ରୀମନ୍ଦିର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA