Sunday, June 28, 2026 11:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସେବାୟତଙ୍କ ସ୍ୱାସ୍ଥ୍ୟ ବୀମାରାଶି ୫ ଲକ୍ଷ, ଭାଗବତ ଟୁଙ୍ଗୀକୁ ୫୦ ହଜାର

ପୁରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ ପାଇଁ ଯୋଜନା

by Our Correspondent
12 Mar, 2024- 06:39 PM
in Latest News, News
1 min read
0
ସେବାୟତଙ୍କ ସ୍ୱାସ୍ଥ୍ୟ ବୀମାରାଶି ୫ ଲକ୍ଷ, ଭାଗବତ ଟୁଙ୍ଗୀକୁ ୫୦ ହଜାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି।

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅନେକ ଥର ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେବାୟତମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତାଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ସେବାୟତମାନଙ୍କ କଲ୍ୟାଣ ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି।

ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥଙ୍କ ସେବାୟତ ଓ ତାଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।

ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା NEET, JEE ଓ Civil Service Coaching ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ।

ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି।

ଭାଗବତ ଟୁଙ୍ଗୀକୁ ୫୦ ହଜାର ଟଙ୍କା

ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ।

ଆମ ରାଜ୍ୟରେ ଥିବା ୭୨୦୦ଟି ଭାଗବତ ଟୁଙ୍ଗୀ ଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ ଟୁଙ୍ଗୀ ଗୁଡିକର ବିକାଶ କାର୍ଯ୍ୟ କରାଯିବ।

Previous Post

ସରପଞ୍ଚମାନଙ୍କୁ ମାସକୁ ମିଳିବ ୧୦ ହଜାର

Next Post

ଆଉ ୨୨ଟି ନୂଆ ଏନଏସି ଗଠନ

Next Post
ଆଉ ୨୨ଟି ନୂଆ ଏନଏସି ଗଠନ

ଆଉ ୨୨ଟି ନୂଆ ଏନଏସି ଗଠନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA