Tuesday, March 3, 2026 11:59 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News International

ଅମିତ ରୋହିଦାସଙ୍କୁ ଦେଢ଼ କୋଟି

ଏସୀୟ ହକି ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଆ ପୁଅ

by Our Correspondent
07 Oct, 2023- 02:32 PM
in International, Latest News, News, Sports
1 min read
0
ଅମିତ ରୋହିଦାସଙ୍କୁ ଦେଢ଼ କୋଟି

ଭୁବନେଶ୍ୱର: ଏସୀୟ ହକି ସ୍ୱର୍ଣ୍ଣ ବିଜୟୀ ଭାରତୀୟ ଟିମ୍ ର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପାଇଁ ଦେଢ଼ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଐତିହାସିକ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ସମଗ୍ର ଭାରତୀୟ ଯୁବବର୍ଗଙ୍କ ପାଇଁ ସେ ପ୍ରେରଣା ବୋଲି କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏସୀୟ ହକିରେ ଉଲ୍ଲେଖନୀୟ ସଫଳତା ପାଇଥିବା ଅମିତ ରୋହିଦାସ ସମସ୍ତଙ୍କ ପାଇଁ ସାଜିଛନ୍ତି ଉଦାହରଣ । ଆମ ରାଜ୍ୟ ତଥା ରାଜ୍ୟ ବାହାରେ ଆଶାୟୀ ଆଥଲେଟ୍ ଙ୍କ ପାଇଁ ସେ ଆଶା ଓ ଗର୍ବର ପ୍ରତୀକ ହୋଇଛନ୍ତି । ତାଙ୍କ ସଫଳତାର କାହାଣୀ ପ୍ରତି ଭାରତୀୟଙ୍କୁ ଆଗକୁ ବଢ଼ିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିବା ସହ ଅମିତଙ୍କ ପାଇଁ ଆମେ ଗର୍ବିତ ବୋଲି କହିଛନ୍ତି ।

ସୁନ୍ଦରଗଡ଼ ମାଟିର ପୁଅ ଅମିତ ରୋହିଦାସ ଗତ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଭାଗ ନେଇ ଭାରତ ପାଇଁ ବ୍ରୋଞ୍ଜ ମେଡାଲ୍ ଆଣିଥିଲେ । ଏସୀୟ କ୍ରୀଡ଼ାରେ ଓଡ଼ିଆ ପୁ୍ରଅ କିଶୋର ଜେନା ଜାଭଲିନ୍ ଥ୍ରୋରେ ରୌପ୍ୟ ପଦକ ଜିତି ଓଡ଼ିଶା ତଥା ଭାରତ ପାଇଁ ସୁନାମ ଆଣିଥିବା ବେଳେ ଦ୍ୱିତୀୟ ଓଡ଼ିଆ ଭାବେ ଅମିତ ରୋହିଦାସ ହକିରେ ସ୍ୱର୍ଣ୍ଣପଦକ ଜିତି ଓଡ଼ିଶା ମାଟିକୁ ଗୌରବାନ୍ୱିତ କରିଛନ୍ତି । ପୂର୍ବରୁ କିଶୋର ଜେନାଙ୍କ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଦେଢ଼କୋଟି ଟଙ୍କା ପୁରସ୍କାର ଘୋଷଣା କରିଥିଲେ ।

ସୂଚନାଯୋଗ୍ୟ, ଭାରତୀୟ ହକିକୁ ନୂଆ ଦିଶା ଦେବାରେ ଓଡ଼ିଶା ସରକାରଙ୍କ ଅବଦାନ ରହିଛି । ୨୦୧୮ ରେ ଭାରତୀୟ ହକି ଦଳକୁ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ପ୍ରାୟୋଜିତ କରିଥିଲେ । ସେବେଠାରୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଭାରତୀୟ ଦଳର ଉତଥାନ ଘଟି ଚାଲିଛି । ୪୧ ବର୍ଷ ପରେ ଅଲିମ୍ପିକ୍ସ ପଦକ ଜିତିଥିବା ବେଳେ ଏବେ ହାଙ୍ଗଝୌ ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ଜିତିଛି ଭାରତୀୟ ଦଳ । ଗତକାଲି ଭାରତୀୟ ଦଳ ସ୍ୱର୍ଣ୍ଣପଦକ ଜିତିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତ୍ୟନ୍ତ ଉଲ୍ଲସିତ ହୋଇପଡ଼ିଥିଲେ । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଯୋଗେ ଟିମ୍ ଇଣ୍ଡିଆକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖେଳାଳି ଓ ସପୋର୍ଟ ଷ୍ଟାଫ୍ ଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଥିଲେ ।

Previous Post

ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

Next Post

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଅତିରିକ୍ତ ଅନୁଦାନ

Next Post
ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଅତିରିକ୍ତ ଅନୁଦାନ

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଅତିରିକ୍ତ ଅନୁଦାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA