Saturday, February 21, 2026 09:28 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ୧୫ ଦିନ ପାଇଁ ରିଲିଫ୍

ଆକାଶମାର୍ଗରୁ ବନ୍ୟାଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ

by Our Correspondent
18 Aug, 2022- 05:21 PM
in Latest News, News
1 min read
0
ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ୧୫ ଦିନ ପାଇଁ ରିଲିଫ୍

ଭୁବନେଶ୍ୱର: ଖୋର୍ଦ୍ଧା, ପୁରୀ, କଟକ,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପଶିଥିବା ଗାଁମାନଙ୍କରେ ବିପନ୍ନ ଲୋକଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ୍ ଦିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ, ପୁରୀ ଜିଲ୍ଲାର ଗୋପ, ନିମାପଡ଼ା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ବୁଲି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ।

ବନ୍ୟାରେ ବ୍ୟାପକ ଅଞ୍ଚଳ ଜଳମଗ୍ନ ହେବା ସହ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା, ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ପ୍ରଭାବିତ ଗୋରୁଗାଈମାନଙ୍କୁ ଗୋଖାଦ୍ୟ ଓ ଚିକିତ୍ସା ସେବା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପଶିଥିବା ଗାଁମାନଙ୍କରେ ବିପନ୍ନ ଲୋକଙ୍କୁ ୧୫ ଦିନ ରିଲିଫ୍ ସହାୟତା ଦିଆଯିବ । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ୍ ଦିଆଯିବ ।

ପାଣି ଛାଡ଼ିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତା’ର ୧୫ ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

 

 

Previous Post

ନୀତିନ ଗଡ଼କରୀଙ୍କ ପକ୍ଷଚ୍ଛେଦନ

Next Post

ସୌମ୍ୟଙ୍କ ହାତରୁ ଗଲା ସଂଗଠନ ଦାୟିତ୍ୱ

Next Post
ସୌମ୍ୟଙ୍କ ହାତରୁ ଗଲା ସଂଗଠନ ଦାୟିତ୍ୱ

ସୌମ୍ୟଙ୍କ ହାତରୁ ଗଲା ସଂଗଠନ ଦାୟିତ୍ୱ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA